ଅସରାଏ ବର୍ଷାରେ ସ୍କୁଲ ପରିସର ଜଳମଗ୍ନ

ଖଣ୍ଡପଡ଼ା,୨୪ା୬ (ସ୍ବ.ପ୍ର.):  ଖଣ୍ଡପଡ଼ା ରାମଚନ୍ଦ୍ର ଉଚ୍ଚ ବିଦ୍ୟାଳୟର ପ୍ଳାଟିନମ ଜୁବୁଲି ଉତ୍ସବ କିଛିଦିନ ତଳେ ପାଳନ କରାଯାଇଥିଲା। ମୋ ସ୍କୁଲ କମିଟି ଏବଂ ପୂର୍ତ୍ତ ବିଭାଗ ପକ୍ଷରୁ ବିଦ୍ୟାଳୟରେ ଅନେକ ଉନ୍ନୟନ ମୂଳକ କାମ ହୋଇଥିଲା। ହେଲେ ଜଳ ନିଷ୍କାସନ ପାଇଁ ସେତେବେଳେ ଧ୍ୟାନ ଦିଆଯାଇ ନ ଥିଲା। ଏବେ ଅସରାଏ ବର୍ଷା ହେଲେ ସ୍କୁଲ ପରିସର ଜଳମଗ୍ନ ହୋଇଯାଉଛି। ବର୍ଷାଜଳ ନିଷ୍କାସନ ପାଇଁ ବ୍ୟବସ୍ଥା ନ ଥିବାରୁ ଏପରି ପରିସ୍ଥିତି ସୃଷ୍ଟି ହୋଇଥିବା ଅଭିଯୋଗ ହୋଇଛି। ଫଳରେ ଛାତ୍ରୀଛାତ୍ରଙ୍କ ଠାରୁ ଆରମ୍ଭ କରି ଶିକ୍ଷୟିତ୍ରୀ,ଶିକ୍ଷକମାନେ ଏଥିପାଇଁ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବିଦ୍ୟାଳୟର ପ୍ଳାଟିନମ ଜୁବୁଲି ଉତ୍ସବ ପାଳନ ଅବସରରେ ପୂର୍ତ୍ତ ବିଭାଗ ପକ୍ଷରୁ ବିଦ୍ୟାଳୟ ସମ୍ମୁଖ ଅଂଶ ସିମେଣ୍ଟ କଂକ୍ରିଟକରଣ ହୋଇ ଥିଲେ ମଧ୍ୟ ଜଳ ନିଷ୍କାସନ ନିମନ୍ତେ ଆନୁସଙ୍ଗିକ ବ୍ୟବସ୍ଥା କରାଯାଇ ନ ଥିବାରୁ ସାମାନ୍ୟ ବର୍ଷା ହେଲେ ପାଣି ଜମି ରହୁଛି ବୋଲି ଛାତ୍ରୀଛାତ୍ରମାନେ କହିଛନ୍ତି। ଆଗକୁ ବର୍ଷାଋତୁ ଆସୁଥିବାରୁ ସଙ୍ଗୀନ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ପ୍ରକାଶ ପାଇଛି। ଗତ କିଛି ଦିନ ହେଲା ବର୍ଷା ଆରମ୍ଭ ହୋଇ ଯାଇଥିବାରୁ ବର୍ଷାଜଳ ନିଷ୍କାସନ ହୋଇ ନ ପାରି ଜମି ରହିଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଜୟନ୍ତୀ ସାହୁ ଏ ସମ୍ପର୍କରେ ଖଣ୍ଡପଡ଼ା ପୂର୍ତ୍ତ ବିଭାଗ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ତେବେ ଏ ସମ୍ପର୍କରେ ଖଣ୍ଡପଡ଼ା ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ ଇଂ. ପ୍ରଦୀପ କୁମାର ପରିଡ଼ାଙ୍କ ସହ ଯୋଗାଯୋଗ କରିବାରେ ଖୁବ୍‌ଶୀଘ୍ର ସମସ୍ୟାର ସମାଧାନ ହେବ ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?