ଅସ୍ଥାୟୀ କୋଠାରେ ୧୫ ବର୍ଷ ଧରି ଚାଲିଛି କେନ୍ଦ୍ରୀୟ ବିଦ୍ୟାଳୟ, ଖୁବ୍‌ଶୀଘ୍ର କାର୍ଯ୍ୟ ଆରମ୍ଭ ଲକ୍ଷ୍ୟ

ଭଞ୍ଜନଗର,୨୦ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଅଭିଭାବକ ସମ୍ମିଳନୀ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଏଥିସହ ଗୁରୁବାର ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଆୟୋଜିତ ସଚେତନତା କାର୍ଯ୍ୟକ୍ରମରେ ବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ କମାନୁ ସଭାପତିତ୍ୱ କରି କହିଥିଲେ ଯେ, ଅସ୍ଥାୟୀ କୋଠାରେ ବିଦ୍ୟାଳୟ ଆଜକୁ ୧୫ ବର୍ଷ ହେବ ଚାଲିଛି। ତେଣୁ କିଛିଟା ସମସ୍ୟା ରହୁଛି। ସ୍ଥାନୀୟ ଶିଳ୍ପ ତାଲିମ କେନ୍ଦ୍ର ସମ୍ମୁଖରେ ବିଦ୍ୟାଳୟର ସ୍ଥାୟୀ କୋଠା ପାଇଁ ଜମି ମିଳିଛି। ଚଳିତ ବର୍ଷ ତାହାର କାମ ଆରମ୍ଭ ଲକ୍ଷ୍ୟ ରଖାଯାଇଛି। ବିଦ୍ୟାଳୟ କାମ ଆରମ୍ଭ ହେଲେ ଦୁଇରୁ ତିନି ବର୍ଷ ମଧ୍ୟରେ କାମ ସରିଯିବ। ଏହାପରେ ଯୁକ୍ତ ୨ ସେଠାରେ ଆରମ୍ଭ କରାଯିବ । ଛାତ୍ରୀଛାତ୍ର ପରୀକ୍ଷା ଫଳ ଯାହା କରିଛନ୍ତି ଭଲ କରିଛନ୍ତି। ମାର୍କ ସବୁ କିଛି ନାହିଁ। ସେମାନଙ୍କର ଜ୍ଞାନ ମଧ୍ୟ ବୃଦ୍ଧି କରିବାକୁ ପଡ଼ିବ। ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ଜ୍ୱଳ ପଛରେ ଅଭିଭାବକ ଏବଂ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ। ତେଣୁ ସମସ୍ତଙ୍କ ମଧ୍ୟରେ ସମନ୍ବୟ ରଖି ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ଜ୍ବଳ କରାଯିବ। ଏଥିପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ ଅଧ୍ୟକ୍ଷ। ଶିକ୍ଷୟିତ୍ରୀ
ଶ୍ରଦ୍ଧାଞ୍ଜଳି ଖୁଣ୍ଟିଆ କହିଥିଲେ ଚଳିତ ବର୍ଷ ଚତୁର୍ଥ ଏବଂ ପଞ୍ଚମ ଶ୍ରେଣୀ ପୁସ୍ତକ ବଦଳିଛି। ଖୁବ୍‌ଶୀଘ୍ର ବଜାରକୁ ବହି ଆସିଯିବ। ଏହାପରେ ଅଭିଭାବକମାନେ ପୁସ୍ତକ କିଣିବେ। ଛାତ୍ରୀଛାତ୍ର ଦୈନନ୍ଦିନ ଜୀବନରେ କିଛିଟା ନୀତି ନିୟମ ପାଳନ କରିବାକୁ ପଡ଼ିବ। ସୁଷମ ଖାଦ୍ୟ ବ୍ୟବହାର କରିବାକୁ ପଡ଼ିବ। ଖାଦ୍ୟରେ ତେଲର ପରିମାଣ କମାଇବାକୁ ପଡ଼ିବ। ଶିଶୁ ଭଲ କାମ କରିବା ସମୟରେ ଅଭିଭାବକମାନେ ତାଙ୍କୁ ଉତ୍ସାହିତ କରିବାକୁ ପଡ଼ିବ। ତାହାହେଲେ ଯାଇ ସେମାନଙ୍କ ଆଗ୍ରହ ଆହୁରି ବଢ଼ିବ। ମୋବାଇଲଠାରୁ ଶିଶୁକୁ ଦୂରେଇ ରଖିବାକୁ ପଡ଼ିବ। ଅଭିଭାବକମାନେ ମଧ୍ୟ ଶିଶୁ ସମ୍ମୁଖରେ ମୋବାଇଲ କମ୍‌ ବ୍ୟବହାର କରିବାକୁ ପଡ଼ିବ। ନଚେତ ତାହାର ପ୍ରଭାବ ଶିଶୁ ଉପରେ ପଡ଼ିବ ବୋଲି ଶିକ୍ଷୟିତ୍ରୀ ଖୁଣ୍ଟିଆ କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଶିକ୍ଷକ ଅମରେନ୍ଦ୍ର ପ୍ରଧାନ, ଅଜୟ ରାଜ ଜିଜ୍ଞାସୁ, ଶିକ୍ଷୟିତ୍ରୀ ମାନସୀ ସ୍ବାଇଁ ପ୍ରମୁଖ ଆଲୋଚନାରେ ଭାଗ ନେଇ ବିଦ୍ୟାଳୟର ଉନ୍ନତି ପାଇଁ ଅଭିଭାବକଙ୍କ ସହଯୋଗ କାମନା କରିଥିଲେ। ବିଦ୍ୟାଳୟରେ ଅନୁପସ୍ଥିତ ରହୁଥିବା ଛାତ୍ରୀଛାତ୍ରଙ୍କ ସମ୍ପର୍କରେ ଅଭିଭାବକମାନେ ବିଦ୍ୟାଳୟକୁ ସୂଚିତ କରନ୍ତୁ। ଛାତ୍ରୀଛାତ୍ରଙ୍କ ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ମଧ୍ୟ ପଦକ୍ଷେପ ନିଆଯାଇଛି ବୋଲି ବକ୍ତାମାନେ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?