ସହଜପୁର ଉ.ପ୍ରା. ବିଦ୍ୟାଳୟରେ ୧୫ ମାସ ହେଲା ଶିକ୍ଷକ ନାହାନ୍ତି

ପିପିଲି, ୪ା୮(ସ୍ବ.ପ୍ର/ଡି.ଏନ୍‌.ଏ): ପିପିଲି ବ୍ଲକ ଅନ୍ତର୍ଗତ ସହଜପୁର ଗ୍ରାମସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ପଢାଇବା ପାଇଁ କୌଣସି ଶିକ୍ଷକ ନାହାନ୍ତି। ଫଳରେ ଗତ ୧୫ ମାସ ହେଲା ଶିକ୍ଷାଦାନ ବାଧାପ୍ରାପ୍ତ ହୋଇଛି। ଶିକ୍ଷକ ନିଯୁକ୍ତି ପାଇଁ ବ୍ଲକ ପ୍ରଶାସନଠାରୁ ଆରମ୍ଭ କରି ଜିଲା ପ୍ରଶାସନ ନିକଟରେ ବାରମ୍ବାର ଦାବି କରାଯାଇଥିଲେ ମଧ୍ୟ ସୁଫଳ ମିଳିନାହିଁ। ଏଥିଯୋଗୁ ଜନ ଅସନ୍ତୋଷ ପ୍ରକାଶ ପାଇଛି। ତୁରନ୍ତ ଶିକ୍ଷକ ନିଯୁକ୍ତି ଦାବିରେ ବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟ, ଅଭିଭାବକ ଏବଂ ଗ୍ରାମବାସୀ ବୁଧବାର ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦେଇଛନ୍ତି।

ସହଜପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୫୦ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଥିବାବେଳେ କୌଣସି ଶିକ୍ଷକ ନାହାନ୍ତି। ପୂର୍ବରୁ ୨ଜଣ ଶିକ୍ଷକ ନିଯୁକ୍ତି ପାଇଥିଲେ। ସେମାନଙ୍କ ମଧ୍ୟରୁ ଜଣେ ଚାକିରିରୁ ଅବସର ନେଇଥିବାବେଳେ ଅନ୍ୟ ଜଣେ ଅନ୍ୟତ୍ର ବଦଳି ହୋଇଯାଇଥିଲେ। ଫଳରେ ଗତ ୨୦୨୧ ଏପ୍ରିଲ ୩୦ ତାରିଖଠାରୁ ଉକ୍ତ ବିଦ୍ୟାଳୟରେ ଶିକ୍ଷକ ପଦବୀ ଖାଲି ପଡ଼ିଛି। ବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟଙ୍କ ସମେତ ଗ୍ରାମବାସୀ ଏ ସମ୍ପର୍କରେ ବ୍ଲକ ଶିକ୍ଷାଧିକାରୀ, ଜିଲା ଶିକ୍ଷାଧିକାରୀ, ଡିସିପି ଏବଂ ଜିଲାପାଳଙ୍କ ନିକଟରେ ପୂର୍ବରୁ ଅଭିଯୋଗ ଜଣାଇ ନିରାଶ ହୋଇଥିବା ଅଭିଯୋଗ ହୋଇଛି। ଗତ ଜୁଲାଇ ୧୯ ତାରିଖରେ ପିପିଲି ବିଇଓ ପତ୍ର ସଂଖ୍ୟା-୧୪୧୭ରେ ଜଣେ ଶିକ୍ଷୟିତ୍ରୀଙ୍କୁ ଉକ୍ତ ବିଦ୍ୟାଳୟରେ ଯୋଗଦେବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ତେବେ ସମ୍ପୃକ୍ତ ଶିକ୍ଷୟିତ୍ରୀ ଯୋଗଦେଇ ନ ଥିଲେ। ପରବର୍ତ୍ତୀ ସମୟରେ ଏହି ବଦଳି ନିର୍ଦ୍ଦେଶନାମାକୁ ବାତିଲ କରାଯାଇଥିଲା। ବିଦ୍ୟାଳୟରେ ତୁରନ୍ତ ଶିକ୍ଷକ ନିଯୁକ୍ତି ଦାବିରେ ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ ଗିରିଶ ଚନ୍ଦ୍ର ମହାନ୍ତି, ସଦସ୍ୟ ଦେବରାଜ ମୁଦୁଲି, ଆଲୁମନି କମିଟି ସଦସ୍ୟ ଶାନ୍ତନୁ କୁମାର ବିଶ୍ୱାଳ, ଗ୍ରାମ ମୁରବି ମିହିର ରଞ୍ଜନ ମୁଦୁଲି, ସାମାଜିକ କର୍ମୀ ଅନୁପ ପରିଡ଼ା, ଅଭିଭାବିକା ନିରୂପମା ସାହୁ, ପଦ୍ମିନୀ ପ୍ରଧାନ ପ୍ରମୁଖଙ୍କ ନେତୃତ୍ୱରେ ବୁଧବାର ପୂର୍ବାହ୍ନ ୧୦ଟାରୁ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦିଆଯାଇଛି। ସମାଜବାଦୀ ପାର୍ଟିର ରାଜ୍ୟ ସାଧାରଣ ସମ୍ପାଦକ ସୁଦର୍ଶନ ପ୍ରଧାନ, କଂଗ୍ରେସ ଦଳର ନେତ୍ରୀ ନିରୂପମା ପାତ୍ର ପ୍ରମୁଖ ଆନ୍ଦୋଳନକାରୀଙ୍କୁ ସମର୍ଥନ ଜଣାଇଛନ୍ତି। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ଆନ୍ଦୋଳନକାରୀମାନେ କହିଛନ୍ତି। ବ୍ଲକ ଶିକ୍ଷାଧିକାରୀ ରବୀନ୍ଦ୍ରନାଥ ନନ୍ଦ ପହଞ୍ଚି ଆନ୍ଦୋଳନକାରୀଙ୍କ ସହ ଆଲୋଚନା କରିଥିଲେ ମଧ୍ୟ ସୁଫଳ ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ

ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ସ୍କୁଲରେ ରୋଷେଇ ବେଳେ ଅଘଟଣ: ଗରମ ଡାଲି ପଡ଼ି ୨ ରୋଷେୟା ଆହତ

ପରଜଙ୍ଗ, ୮।୪(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସି ହାଇସ୍କୁଲରେ ବୁଧବାର ଛାତ୍ରୀଛାତ୍ରଙ୍କ ପାଇଁ ଭୋଜନ ରୋଷେଇ ହେଉଥିବାବେଳେ ଅଘଟଣ। ଗରମ ଡାଲି ପଡ଼ି…

କୁଆପଥର ମାଡରେ ଭାଙ୍ଗିଲା ୫୦ରୁ ଅଧିକ ଘର: ଦେଖାଯାଉଛି ଆକାଶ ତାରା 

ଗୋପବନ୍ଧୁ ନଗର ୭।୪(ଶାନ୍ତନୁ କୁମାର ମଢୁଆଳ): କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ସାଙ୍ଗକୁ କୁଆପଥର ମାଡ ହେବା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଗୋପବନ୍ଧୁ ନଗର ବ୍ଲକ…

ଘର ଛାଡ଼ି ପଳାଇଥିଲେ ଅରକ୍ଷିତ: ଆଜି ମିଳିଲା…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ପୋଲିସ ବୁଧବାର ସକାଳେ ଜଣେ ବୃଦ୍ଧଙ୍କ ମରଶରୀର ମୁଜାଗଡ ଗ୍ରାମ ପୋଖରୀରୁ ଉଦ୍ଧାର କରିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ…

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ପାଲଟିଛି ମରଣଯନ୍ତା: ମରାମତି ଦାବିରେ ଗ୍ରାମବାସୀଙ୍କ ଧାରଣା

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି ପାଇଁ…

ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖବର: ଗଞ୍ଜାମରେ ପ୍ରସ୍ତୁତି ଚାଲିଛି…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଲକ୍ଷ୍ୟ ନିକେତନ ପ୍ରକଳ୍ପ ମାଧ୍ୟମରେ ସିଭିଲ ସର୍ଭିସ ପରୀକ୍ଷା ପାଇଁ ଯୁବତୀଯୁବକଙ୍କୁ ତାଲିମ ଦିଆଯିବ। ତେଣୁ ଗଞ୍ଜାମ ଜିଲାପାଳ କିର୍ତ୍ତୀ ଭାସନ ଭିଙ୍କ ପ୍ରଚେଷ୍ଟାରେ…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri