ରାତି ଅଧରେ ଜେସିବି ଲଗାଇ ସ୍କୁଲ ଭାଙ୍ଗିଲେ

ଭୁବନେଶ୍ୱର,୧୯।୭(ବ୍ୟୁରୋ): ଲକ୍ଷ୍ମୀସାଗର ଥାନାଞ୍ଚଳରେ ଥିବା ଏକ ଘରୋଇ ସ୍କୁଲକୁ ଜେସିବି ଲଗାଇ ଭାଙ୍ଗି ଦିଆଯାଇଛି। ସ୍କୁଲଟି ସମ୍ପୂର୍ଣ୍ଣ ଭାଙ୍ଗିଯାଇଥିବାବେଳେ କମ୍ପ୍ୟୁଟର, ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ସମେତ ବିଭିନ୍ନ ସାମଗ୍ରୀ ନଷ୍ଟ ହୋଇଛି। ଶନିବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଥିବାବେଳେ ରବିବାର ସ୍କୁଲର ସମ୍ପାଦିକା ଲକ୍ଷ୍ମୀ ପାଣିଗ୍ରାହୀ ଜମି ମାଲିକଙ୍କ ନାମରେ ଥାନାରେ ଅଭିଯୋଗ କରିଛନ୍ତି। ଏଥିସହ ସ୍କୁଲରେ ଥିବା ୨ଲକ୍ଷ ଟଙ୍କା ଚୋରି ହୋଇଥିବା ଲକ୍ଷ୍ମୀ ତାଙ୍କ ଏତଲାରେ ଉଲ୍ଲେଖ କରିଛନ୍ତି। ପୋଲିସ ଆଇପିସି ଦଫା ୨୯୪, ୪୨୭, ୪୫୭, ୩୮୦, ୫୦୬ ଓ ୩୪ରେ ଏକ ମାମଲା (ନଂ.୨୨୮/୨୧) ରୁଜୁ କରି ତଦନ୍ତ ଚଳାଇଛି।
ଲକ୍ଷ୍ମୀଙ୍କ ଅଭିଯୋଗ ଅନୁଯାୟୀ, ୨୦୦୪ରେ ତାଙ୍କ ସ୍ବାମୀ ଚିନ୍ତାମଣିଶ୍ୱରରେ ଦୁଇଟି ଘରକୁ ଭଡାରେ ନେଇ ଏକ ଘରୋଇ ସ୍କୁଲ କରିଥିଲେ। ପରବର୍ତ୍ତୀ ସମୟରେ ସେଠାରେ ଆଉ ୭ଟି ଘର ତିଆରି କରିଥିଲେ। ତେବେ ୨୦୧୦ରେ ତାଙ୍କ ସ୍ବାମୀ ଉକ୍ତ ଜମିକୁ କ୍ରୟ କରିବାକୁ ମାଲିକଙ୍କୁ ୧୫ଲକ୍ଷ ଟଙ୍କା ଦେଇଥିଲେ। ହେଲେ ଦୁର୍ଭାଗ୍ୟବଶତଃ ତାଙ୍କ ସ୍ବାମୀଙ୍କ ମୃତ୍ୟୁ ଘଟିଥିଲା। ଏହାପରେ ଉକ୍ତ ଟଙ୍କାକୁ ଜମି ମାଲିକ ଆଉ ଫେରସ୍ତ କରି ନ ଥିଲେ। ଏଥିସହ ଘର ଭଡା ବାବଦକୁ ଟଙ୍କା ନେଉଥିଲେ। ଜୁନ ୨୪ରେ ଘର ମାଲିକ ଘର କରିବାକୁ କହି ଜାଗା ଛାଡିବାକୁ କହିଥିଲେ। ଫଳରେ ଲକ୍ଷ୍ମୀ ଘର ଛାଡିବା ପାଇଁ କିଛିଦିନ ସମୟ ମାଗିଥିଲେ ମଧ୍ୟ ସେ କିଛି ଶୁଣି ନ ଥିଲେ। ଶନିବାର ରାତି ପ୍ରାୟ ଗୋଟାଏରେ ୫୦ରୁ ଊର୍ଦ୍ଧ୍ୱ ଲୋକ ପହଞ୍ଚତ୍ ଜେସିବି ଲଗାଇ ସ୍କୁଲ ଭାଙ୍ଗି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri