ଏଣିକି ଶନିବାର ସାଢ଼େ ୧୨ଟା ପର୍ଯ୍ୟନ୍ତ ଖୋଲା ରହିବ ସ୍କୁଲ, ଅବହେଳା କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ

ଖୋର୍ଦ୍ଧା,୧୪ା୯(ପ୍ରଭାତ ପାଣିଗ୍ରାହୀ): ଏଣିକି ଶନିବାର ସାଢେ ୧୨ଟା ପର୍ଯ୍ୟନ୍ତ ଖୋଲା ରହିବ ସମସ୍ତ ସରକାରୀ ଶିକ୍ଷାନୁଷ୍ଠାନ। ଏନେଇ ଖୋର୍ଦ୍ଧା ଜିଲା ଶିକ୍ଷାଧିକାରୀ ବିଜ୍ଞପ୍ତି ଜାରି କରିଛନ୍ତି। ଏଥିରେ ଅବହେଳା କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ। ଏପରି କଡ଼ା ନିର୍ଦ୍ଦେଶ ଦେଇଛନ୍ତି ଜିଲା ଶିକ୍ଷାଧିକାରୀ। ଏନେଇ ଖୋର୍ଦ୍ଧା ଜିଲାର ସମସ୍ତ ବ୍ଲକ୍‌ ଶିକ୍ଷାଧିକାରୀଙ୍କୁ ଚିଠି କରାଯାଇଛି।

ଚିଠିରେ ଉଲ୍ଲେଖ ଅଛି ଯେ, ଶନିବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶାସନ ସଚିବ ଶାଳୀନ ପଣ୍ଡିତ ଖୋର୍ଦ୍ଧା ଗସ୍ତରେ ଆସିଥିବା ବେଳେ ବେଗୁନିଆ ବ୍ଳକର ବିଭିନ୍ନ ପ୍ରାଥମିକ ସ୍କୁଲ ପରିଦର୍ଶନରେ ଯାଇଥିଲେ। ସେଠାରେ କିଛି ପ୍ରାଥମିକ ସ୍କୁଲ ୧୧ଟା ସୁଦ୍ଧା ବନ୍ଦ ହୋଇଥିବା ଦେଖିବାକୁ ପାଇଥିଲେ। ଏପରିକି ଶନିବାର ଠିକ୍‌ ଭାବେ ସ୍କୁଲ ପରିଚାଳନା ହେଉ ନ ଥିବା ଦେଖିଥିଲେ। ତାହାକୁ ନେଇ ସଚିବ ବିରକ୍ତି ପ୍ରକାଶ କରିଥିଲେ। ଶିକ୍ଷାଗତ କ୍ୟାଲେଣ୍ଡର, ୨୦୨୫-୨୬ରେ ନିର୍ଦ୍ଦିଷ୍ଟ ସମସ୍ତ କାର୍ଯ୍ୟକଳାପି ବିଶେଷକରି ଶନିବାର ସ୍କୁଲ ସମୟ ସମ୍ପର୍କରେ କଡ଼ା ଅନୁପାଳନ ନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। କୌଣସି ପରିସ୍ଥିତିରେ ଶନିବାର ଦିନ ୧୨:୩୦ ଟା ପୂର୍ବରୁ କୌଣସି ବିଦ୍ୟାଳୟ ବନ୍ଦ କରାଯିବ ନାହିଁ। ଏହି କ୍ଷେତ୍ରରେ ଯେକୌଣସି ବିଚ୍ୟୁତିକୁ ଗମ୍ଭୀରତାର ସହ ବିଚାର କରାଯିବ ଏବଂ ନିୟମ ଅନୁଯାୟୀ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଅନୁପାଳନ ସୁନିଶ୍ଚିତ କରିବା ପାଇଁ ସମ୍ପୃକ୍ତ ବ୍ଲକର ବିଇଓମାନେ ଦାୟୀ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ବିମାନ କର୍ମଚାରୀଙ୍କ ଖୋଲାଚିଠି ଭାଇରାଲ, ଏଥିରେ ଲେଖାଅଛି…

ନୂୂଆଦିଲ୍ଲୀ,୬ା୧୨: ଦେଶର ଅନେକ ବିମାନବନ୍ଦରରେ ବହୁ ବିମାନ ବାତିଲ ହେବା ପରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଛି। ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି କର୍ମଚାରୀମାନେ ଅସନ୍ତୋଷ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri