କଟକଣା ମଧ୍ୟରେ ଖୋଲିିବ ସ୍କୁଲ

ଭୁବନେଶ୍ୱର,୧୯ା୭(ବ୍ୟୁରୋ): ରାଜ୍ୟରେ ଆସନ୍ତା ୨୬ ତାରିଖରୁ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିବ। ବହୁଦିନ ପରେ ଅଫ୍‌ଲାଇନ୍‌ରେ ପାଠପଢ଼ିବେ ପିଲା। ସ୍କୁଲ କିପରି ଖୋଲିବ ସେ ନେଇ ବିଭାଗ ପକ୍ଷରୁ ଯୋଜନା ହୋଇସାରିଛି। ଏ ନେଇ ରବିବାର ଜିଲା ଶିକ୍ଷାଧିକାରୀଙ୍କ ସହ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଭିଡିଓ କନଫରେନ୍ସ ମାଧ୍ୟମରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ବିଭାଗୀୟ ମନ୍ତ୍ରୀ, ସଚିବ ଉପସ୍ଥିତ ରହି ଗଣଶିକ୍ଷା ବିଭାଗ ଦ୍ୱାରା ପ୍ରସ୍ତୁତ ଏସ୍‌ଓପି କଡ଼ାକଡ଼ି ପାଳନ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। କଟକଣା ଆଉ ସୁରକ୍ଷାବଳୟ ଭିତରେ ସ୍କୁଲଗୁଡ଼ିକ ଖୋଲିବ। ସାମାଜିକ ଦୂରତା ରଖି କ୍ଲାସ୍‌ରେ ୨୦ ରୁ ୨୫ ପିଲା ବସିବେ। ସମସ୍ତଙ୍କ ପାଇଁ ମାସ୍କ ବାଧ୍ୟତାମୂଳକ ରହିବ। ନିୟମିତ ଭାବେ ପୂରା ସ୍କୁଲକୁ ବିଶୋଧନ କରାଯିବ। ପ୍ରବେଶ ପଥରେ ସାନିଟାଇଜର ଓ ଥର୍ମାଲ ସ୍କ୍ରିନିଂର ବ୍ୟବସ୍ଥା ରହିବ। ଏଥିସହିତ ସ୍କୁଲରେ ଆଇସୋଲେଶନ ରୁମ୍‌ ମଧ୍ୟ ରହିବ। ତେବେ ହଷ୍ଟେଲ୍‌ ଏବେ ଖୋଲିବ ନାହିଁ। ୫୦ ପ୍ରତିଶତ ସିଟ୍‌ ଖାଲି ରଖି ଛାତ୍ରୀଛାତ୍ରଙ୍କୁ ପରିବହନ ସୁବିଧା ଯୋଗାଇ ଦିଆଯିବ। ପ୍ରତି ଜିଲାର ନୋଡାଲ ଅଫିସର ସ୍କୁଲ୍‌କୁ ଯାଇ ନିୟମିତ ତଦାରଖ କରିବେ। ସେପଟେ ଏତେ ଦିନ ପରେ ସ୍କୁଲ୍‌ ଖୋଲିବାକୁ ଯାଉଥିବାରୁ ଛାତ୍ରୀଛାତ୍ର ଓ ଅଭିଭାବକ ସ୍ବାଗତ କରିଛନ୍ତି। କିନ୍ତୁ ସମ୍ପୂର୍ଣ୍ଣ ଟିକାକରଣ ହୋଇ ନ ଥିବାରୁୁ ମନରେ ଆଶଙ୍କା ମଧ୍ୟ ରଖିଛନ୍ତି। ଅପରପକ୍ଷେ ଦଶମ ଓ ଦ୍ୱାଦଶ ଶ୍ରେଣୀ ଖୋଲିବାକୁ ସରକାର ନିଷ୍ପତ୍ତି ନେଇଥିବାବେଳେ ଦ୍ୱନ୍ଦ୍ୱରେ କଲେଜ ଛାତ୍ରୀଛାତ୍ର। ୟୁଜି-ପିଜି ଲାଗି କେବେଠୁ କ୍ଲାସ୍‌ ହେବ ତାହା ସରକାର ସ୍ପଷ୍ଟ କରି ନ ଥିବାରୁ ଅନେକ କଳ୍ପନାଜଳ୍ପନା ବଢ଼ିଛି। ତେବେ କ୍ଲାସ ଆରମ୍ଭ ପରିବର୍ତ୍ତେ ଫାଇନାଲ୍‌ ସେମିଷ୍ଟର ପରୀକ୍ଷା ସାରିବାକୁ ଉଚ୍ଚଶିକ୍ଷା ବିଭାଗ ଗୁରୁତ୍ୱ ଦେଉଥିବା ଜଣାପଡ଼ିଛି। ପରୀକ୍ଷା ପରେ ଅକ୍ଟୋବରରୁ ନୂଆ ଶିକ୍ଷା ବର୍ଷ ଆରମ୍ଭ କରାଯିବା ସମ୍ଭାବନା ରହିଛି। ତେବେ ଶିକ୍ଷାବର୍ଷ ଯେପରି ପ୍ରଭାବିତ ନ ହେବ ସେଥିପ୍ରତି ବିଭାଗ ଦୃଷ୍ଟି ଦେଉଥିବା ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri