କଟକଣା ମଧ୍ୟରେ ଖୋଲିିବ ସ୍କୁଲ

ଭୁବନେଶ୍ୱର,୧୯ା୭(ବ୍ୟୁରୋ): ରାଜ୍ୟରେ ଆସନ୍ତା ୨୬ ତାରିଖରୁ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିବ। ବହୁଦିନ ପରେ ଅଫ୍‌ଲାଇନ୍‌ରେ ପାଠପଢ଼ିବେ ପିଲା। ସ୍କୁଲ କିପରି ଖୋଲିବ ସେ ନେଇ ବିଭାଗ ପକ୍ଷରୁ ଯୋଜନା ହୋଇସାରିଛି। ଏ ନେଇ ରବିବାର ଜିଲା ଶିକ୍ଷାଧିକାରୀଙ୍କ ସହ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଭିଡିଓ କନଫରେନ୍ସ ମାଧ୍ୟମରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ବିଭାଗୀୟ ମନ୍ତ୍ରୀ, ସଚିବ ଉପସ୍ଥିତ ରହି ଗଣଶିକ୍ଷା ବିଭାଗ ଦ୍ୱାରା ପ୍ରସ୍ତୁତ ଏସ୍‌ଓପି କଡ଼ାକଡ଼ି ପାଳନ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। କଟକଣା ଆଉ ସୁରକ୍ଷାବଳୟ ଭିତରେ ସ୍କୁଲଗୁଡ଼ିକ ଖୋଲିବ। ସାମାଜିକ ଦୂରତା ରଖି କ୍ଲାସ୍‌ରେ ୨୦ ରୁ ୨୫ ପିଲା ବସିବେ। ସମସ୍ତଙ୍କ ପାଇଁ ମାସ୍କ ବାଧ୍ୟତାମୂଳକ ରହିବ। ନିୟମିତ ଭାବେ ପୂରା ସ୍କୁଲକୁ ବିଶୋଧନ କରାଯିବ। ପ୍ରବେଶ ପଥରେ ସାନିଟାଇଜର ଓ ଥର୍ମାଲ ସ୍କ୍ରିନିଂର ବ୍ୟବସ୍ଥା ରହିବ। ଏଥିସହିତ ସ୍କୁଲରେ ଆଇସୋଲେଶନ ରୁମ୍‌ ମଧ୍ୟ ରହିବ। ତେବେ ହଷ୍ଟେଲ୍‌ ଏବେ ଖୋଲିବ ନାହିଁ। ୫୦ ପ୍ରତିଶତ ସିଟ୍‌ ଖାଲି ରଖି ଛାତ୍ରୀଛାତ୍ରଙ୍କୁ ପରିବହନ ସୁବିଧା ଯୋଗାଇ ଦିଆଯିବ। ପ୍ରତି ଜିଲାର ନୋଡାଲ ଅଫିସର ସ୍କୁଲ୍‌କୁ ଯାଇ ନିୟମିତ ତଦାରଖ କରିବେ। ସେପଟେ ଏତେ ଦିନ ପରେ ସ୍କୁଲ୍‌ ଖୋଲିବାକୁ ଯାଉଥିବାରୁ ଛାତ୍ରୀଛାତ୍ର ଓ ଅଭିଭାବକ ସ୍ବାଗତ କରିଛନ୍ତି। କିନ୍ତୁ ସମ୍ପୂର୍ଣ୍ଣ ଟିକାକରଣ ହୋଇ ନ ଥିବାରୁୁ ମନରେ ଆଶଙ୍କା ମଧ୍ୟ ରଖିଛନ୍ତି। ଅପରପକ୍ଷେ ଦଶମ ଓ ଦ୍ୱାଦଶ ଶ୍ରେଣୀ ଖୋଲିବାକୁ ସରକାର ନିଷ୍ପତ୍ତି ନେଇଥିବାବେଳେ ଦ୍ୱନ୍ଦ୍ୱରେ କଲେଜ ଛାତ୍ରୀଛାତ୍ର। ୟୁଜି-ପିଜି ଲାଗି କେବେଠୁ କ୍ଲାସ୍‌ ହେବ ତାହା ସରକାର ସ୍ପଷ୍ଟ କରି ନ ଥିବାରୁ ଅନେକ କଳ୍ପନାଜଳ୍ପନା ବଢ଼ିଛି। ତେବେ କ୍ଲାସ ଆରମ୍ଭ ପରିବର୍ତ୍ତେ ଫାଇନାଲ୍‌ ସେମିଷ୍ଟର ପରୀକ୍ଷା ସାରିବାକୁ ଉଚ୍ଚଶିକ୍ଷା ବିଭାଗ ଗୁରୁତ୍ୱ ଦେଉଥିବା ଜଣାପଡ଼ିଛି। ପରୀକ୍ଷା ପରେ ଅକ୍ଟୋବରରୁ ନୂଆ ଶିକ୍ଷା ବର୍ଷ ଆରମ୍ଭ କରାଯିବା ସମ୍ଭାବନା ରହିଛି। ତେବେ ଶିକ୍ଷାବର୍ଷ ଯେପରି ପ୍ରଭାବିତ ନ ହେବ ସେଥିପ୍ରତି ବିଭାଗ ଦୃଷ୍ଟି ଦେଉଥିବା ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ୪୫ ଡିଗ୍ରୀ ଟପିଗଲା ତାତି

ଭୁବନେଶ୍ୱର,୨୦।୪: ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପୂର୍ବାନୁମାନ ଅନୁଯାୟୀ ଓଡ଼ିଶାରେ ୪୫ ଡ଼ିଗ୍ରୀ ଅତିକ୍ରମ କରିଛି ତାପମାତ୍ରା। ଶନିବାର ବୌଦ୍ଧରେ ସର୍ବୋଚ୍ଚ ଦିନ...

ରାଜନୀତି ବିନା ମୁଁ ବଞ୍ଚିପାରିବି ନାହିଁ, ଟିକେଟ୍‌ ମିଳିବା ପରେ କହୁକହୁ ଅନେକ କିଛି କହିଦେଲେ ସନାତନ

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବିତ୍ତଶାଳୀ ଚମ୍ପୁଆ ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ହୋଇଛନ୍ତି ପୂର୍ବତନ ବିଧାୟକ ସନାତନ ମହାକୁଡ଼। ଗତ ନିର୍ବାଚନରେ ନିଜେ ନ ଲଢ଼ି...

ଲବି କରୁଥିଲେ ତିନି ନେତା, ବର୍ଷାଙ୍କୁ ଟିକେଟ୍ ଦେଇ ଚମକାଇଦେଲେ ନବୀନ

ଭୁବନେଶ୍ୱର,୨୦ା୪: ଶନିବାର ବିଜୁ ଜନତା(ବିଜେଡି) ଦଳ ମୁଖିଆ ନବୀନ ପଟ୍ଟନାୟକ ଶନିବାର ନଅ ବିଧାନସଭା ଆସନ ପାଇଁ ଟିକେଟ୍ ଘୋଷଣା କରିଛନ୍ତି। ଏଥିରେ ଅଭିନେତ୍ରୀ ବର୍ଷା...

ଏଣିକି ଟ୍ରାଫିକ୍‌ ପୋଲିସ ପିନ୍ଧିବେ AC ହେଲ୍‌ମେଟ୍‌

ଭୁବନେଶ୍ୱର,୨୦ା୪: ପ୍ରଚଣ୍ଡ ଖରାରୁ ରକ୍ଷା ପାଇବା ପାଇଁ କମିଶନରେଟ୍‌ ପୋଲିସରେ କାର୍ଯ୍ୟରତ ସମସ୍ତ ଟ୍ରାଫିକ୍‌ କର୍ମଚାରୀ ଏଣିକି ଏସି ବା ଏୟାର କଣ୍ଡିଶନ ହେଲ୍‌ମେଟ୍‌ ପିନ୍ଧିବେ।...

ମହାନଦୀ ବୋଟ୍‌ ଟ୍ରାଜେଡି: ମିଳିଲା ଆଉ ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡି ଘଟଣାରେ ଆଉ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହାକୁ ମିଶାଇ ମୋଟ ୮ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଆଜି...

ଅସମ୍ଭାଳ ତାତି, ଅଂଶୁଘାତରେ ୨୮ ଆକ୍ରାନ୍ତ ଡାକ୍ତଖାନାରେ ଭର୍ତ୍ତି

ସୁନ୍ଦରଗଡ,୨୦।୪: ଅସମ୍ଭାଳ ହେଲାଣି ତାତି। ଆଉ ବଢ଼ିବାରେ ଲାଗିଛି ରାଜ୍ୟରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା। ସୁନ୍ଦରଗଡରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା ୨୮ରେ ପହଞ୍ଚିଛି। ପିଏଚସିରୁ ଜିଲା...

ବିଜେଡି ପ୍ରାର୍ଥୀ ଘୋଷଣା ପରେ ବଡ଼ ବୟାନ ଦେଲେ ପ୍ରସନ୍ନ ପାଟ୍ଟଶାଣୀ

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ଦଳ ଚିଲିକାରୁ ରଘୁନାଥ ସାହୁଙ୍କୁ ପ୍ରାର୍ଥୀ କରିଛି। ତେବେ ଚିଲିକା...

ବଡଚଣାରୁ ଲଢିବେ ବର୍ଷା, କେଉଁଠୁ ଲଢିବେ ଅନୁଭବ?

ଭୁବନେଶ୍ୱର,୨୦।୪: ବିଜେଡି ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଯେଉଁଥିରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସରପ୍ରାଇଜ କ୍ୟାଣ୍ଡିଡେଟ୍‌ ଭାବେ ବର୍ଷା ପ୍ରିୟଦର୍ଶିନୀଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri