ଆସନ୍ତା ୨୬ରୁ ଖୋଲିବ ସ୍କୁଲ: ଆରମ୍ଭ ହେବ ଦଶମ, ଦ୍ୱାଦଶ ଶ୍ରେଣୀ ପାଠପଢ଼ା

ଭୁବନେଶ୍ୱର,୧୭ା୭(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ଯୋଗୁ ସମସ୍ତ ସ୍କୁଲରେ ପାଠପଢ଼ା ଏକପ୍ରକାର ବନ୍ଦ ହୋଇଯାଇଛି। କରୋନାରୁ ବର୍ତ୍ତିବା ପାଇଁ ପିଲାମାନଙ୍କୁ ଅନ୍‌ଲାଇନ୍‌ ଯୋଗେ ପାଠ ପଢ଼ାଯାଉଛି। ମାତ୍ର ଏହା ଦ୍ୱାରା ଅନେକ ଛାତ୍ରୀଛାତ୍ର ଉପକୃତ ହୋଇପାରୁ ନାହାନ୍ତି। ବର୍ତ୍ତମାନ ରାଜ୍ୟରେ ସଂକ୍ରମଣ ହାର ଟିକେ କମିଥିବାରୁ ଦଶମ ଓ ଦ୍ୱାଦଶ ଶ୍ରେଣୀ ପାଠପଢ଼ା ଆରମ୍ଭ କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛନ୍ତି। ଜୁଲାଇ ୨୬ରୁ ସ୍କୁଲରେ ଦଶମ ଓ ଦ୍ୱାଦଶ ପାଠପଢ଼ା ହେବ ବୋଲି ବିଭାଗୀୟ ପ୍ରମୁଖ ସଚିବ ସତ୍ୟବ୍ରତ ସାହୁ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ବର୍ଷକରୁ ଅଧିକ ହେବ ରାଜ୍ୟରେ ସ୍କୁଲ ଖୋଲି ପାରିନାହିଁ। କରୋନା ସମୟରେ ଦଶମ ଶ୍ରେଣୀ ପିଲାଙ୍କର ୧୦୦ ଦିନିଆ ପାଠପଢ଼ା ହୋଇଥିଲା। ମାତ୍ର ପରୀକ୍ଷା ବନ୍ଦ ରହିଥିଲା। ଫଳରେ ଚଳିତ ବର୍ଷ ମାଟ୍ରିକ ପିଲା ବିନା ପରୀକ୍ଷାରେ ୯୮% ପାସ୍‌ କରିଛନ୍ତି । ତେବେ ମୂଲ୍ୟାଙ୍କନକୁ ନେଇ ବିବାଦ ସୃଷ୍ଟି ହୋଇଥିଲା। ଅନେକ ଅଭିଭାବକ ଓ ଛାତ୍ରୀଛାତ୍ର ରାଜରାସ୍ତାକୁ ଓହ୍ଲାଇଥିଲେ। ଏ ସମସ୍ତ କଥାକୁ ବିଚାରକୁ ନେଇ ସ୍କୁଲ ଖୋଲିବାକୁ ସରକାର ଏକ ପ୍ରକାର ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?