ବୋରିଗୁମ୍ମା/ନବରଙ୍ଗପୁର,୧୦ା୭(ବିଜୟ ସାହୁ/ସଦାଶିବ ପ୍ରହରାଜ): ରାସ୍ତା ଉପରେ ଚଳନ୍ତା ସ୍କୁଟିରେ ସୋମବାର ହଠାତ୍ ନିଆଁ ଲାଗି ଜଳିଯାଇଛି। ତେବେ ଏ ନେଇ ଲୋକମାନଙ୍କଠାରୁ ସୂଚନା ପାଇ ସଙ୍ଗେସଙ୍ଗେ ଚାଳକ ଗାଡି ରଖିଦେଇ ନିଜ ଜୀବନ ବଞ୍ଚାଇଥିବା ଜଣାପଡିଛି। ନବରଙ୍ଗପୁର ଜିଲା କୋରାପୁଟ ସୀମାନ୍ତ ଆଉଁଳି ଛକରେ ଏପରି ଘଟଣା ଦେଖିବାକୁ ମିଳିଛି। ନବରଙ୍ଗପୁର କେଉଟସାହିର ଆକାଶ ସାହୁ କୌଣସି କାର୍ଯ୍ୟରେ ନବରଙ୍ଗପୁର ଆସି କାର୍ଯ୍ୟ ସାରି ଜୟପୁର ଅଭିମୁଖେ ଯାଉଥିବା ବେଳେ ଆଉଁଳି ଛକଠାରେ ହଠାତ ତାଙ୍କ ସ୍କୁଟିରେ ନିଆଁ ଲାଗିଯାଇଥିଲା। ଆକାଶ ଏହା ଜାଣିପାରି ନ ଥିଲେ। ସ୍କୁଟିରେ ନିଆଁ ଲାଗିଥିବା ଦେଖି ଲୋକେ ତାଙ୍କୁ କହିବାରୁ ଆକାଶ ସଙ୍ଗେସଙ୍ଗେ ଗାଡ଼ି ରଖି ଦେଇଥିଲେ। କିଛି ସମୟ ମଧ୍ୟରେ ତାଙ୍କ ଆଖି ସାମନାରେ ଗାଡିଟି ସମ୍ପୂର୍ଣ୍ଣ ଜଳିଯାଇଥିଲା। ଖବର ପାଇ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚତ୍ ନିଆଁକୁ ଆୟତ୍ତ କରିଥିଲେ। ଶର୍ଟସର୍କିଟରୁ ଏପରି ନିଆଁ ଲାଗିଥିବା ସନ୍ଦେହ କରାଯାଉଛି। ସୂଚନାଯୋଗ୍ୟ, ଆକାଶ ଗତ ଏକ ମାସ ତଳେ ସ୍କୁଟିଟି କିଣି ଥିଲେ।
Posted inHome Left, ଆମ ଜିଲା ଖବର, ନବରଙ୍ଗପୁର View All
ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ
ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...
୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ
ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...
ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା
ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍ ଖେଳାଯିବ। ଏନେଇ ଦୁଇ ଦଳର...
ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…
ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...
ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..
ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...
ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ
ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...
ଗାଁକୁ ଫେରିବା ବେଳେ ବାଇକ୍କୁ ଧକ୍କାଦେଲା ବୁଲେଟ୍, ଚାଲିଗଲା ସଳିତା ବିକାଳିଙ୍କ ଜୀବନ
ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...
ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ
କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...
Archives


