ସ୍କୁଟିକୁ ଧକ୍କା ଦେଲା ବାଲି ବୋଝେଇ ହାଇଓ୍ବା: ଚାଲିଗଲା ସ୍ତ୍ରୀଙ୍କ ଜୀବନ, ସ୍ବାମୀ ଗୁରୁତର

ହିଞ୍ଜିଳିକାଟୁ,୨୯ା୧୨(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ୫୯ନଂ ରାଜପଥ ହିଞ୍ଜିଳିକାଟୁ ଜଳସମ୍ପଦ କାର୍ଯ୍ୟାଳୟ ନିକଟରେ ରବିବାର ଏକ ବାଲି ବୋଝେଇ ହାଇଓ୍ବା ଧକ୍କାରେ ଜଣେ ମହିଳାଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବାବେଳେ ତାଙ୍କ ସ୍ବାମୀ ଗୁରୁତର ହୋଇଛନ୍ତି। ମୃତା ମହିଳା ଜଣଙ୍କ ହେଲେ କବିସୂର୍ଯ୍ୟନଗର ଥାନା ଆଠଗଡ଼ ଗ୍ରାମର ସୁଲତା ସାହୁ (୩୬) ଓ ଗୁରୁତର ସ୍ବାମୀ ଭଗବାନ ସାହୁ (୪୪)। ସେମାନେ ସ୍କୁଟିରେ (ଓଆର ୦୭ ଡବ୍ଳ୍ୟୁ ୮୨୦୮) ଆଠଗଡ଼ରୁ ବାହାରି ହିଞ୍ଜିଳିକାଟୁ ଦେଇ ବ୍ରହ୍ମପୁର ଯାଉଥିଲେ।

ଅନ୍ୟପକ୍ଷରେ ଆସିକାଠାରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ଏକ ବାଲି ବୋଝେଇ ଟିପ୍ପର ସ୍କୁଟିର ପଛକୁ ଧକ୍କା ଦେଇଥିଲା। ଫଳରେ ସ୍କୁଟି ପଛରେ ବସିଥିବା ସୁଲତା ଡାହାଣ ପାଖକୁ ଛିଟିକି ପଡ଼ିଥିଲେ। ତାଙ୍କର ମୁଣ୍ଡ ଉପରେ ହାଇଓ୍ବାଟି ଚଢ଼ି ଚାଲିଯାଇଥିଲା। ଫଳରେ ସେ ଘଟଣାସ୍ଥଳରେ ପ୍ରାଣ ହରାଇଥିଲେ।
ଅନ୍ୟପକ୍ଷରେ ବାମପାର୍ଶ୍ୱକୁ ଛିଟିକି ପଡ଼ିଥିବା ସ୍ବାମୀ ଗୁରୁତର ହୋଇଛନ୍ତି। ଦୁର୍ଘଟଣା ପରେ ହାଇଓ୍ବା ଚାଳକ ନେଇ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ଖବର ପାଇ ହିଞ୍ଜିଳି ପୋଲିସ ଘଟଣାସ୍ଥଳରେ ପହଞ୍ଚି ସ୍ବାମୀଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲା। ସୁଲତାଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ପଠାଇଛି। ଦୁର୍ଘଟଣାଗ୍ରସ୍ତ ସ୍କୁଟିକୁ ପୋଲିସ ଜବତ କରିଛି। ନିକଟସ୍ଥ ଅଞ୍ଚଳର ସିସିଟିଭି ଫୁଟେଜ୍‌ ଯାଞ୍ଚ କରି ଦୁର୍ଘଟଣା ଘଟାଇ ଚମ୍ପଟ ମାରିଥିବା ବାଲି ବୋଝେଇ ହାଇଓ୍ବାକୁ ଧରିବା ପାଇଁ ପୋଲିସ ଛାନ୍‌ଭିନ୍‌ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

ବସ୍‌ଷ୍ଟାଣ୍ଡରେ ବ୍ୟବସାୟୀଙ୍କୁ ଛୁରାମାଡ଼

କୋରାପୁଟ,୬।୧୦(ଅମିତାଭ ବେହେରା): କୋରାପୁଟ ବସ୍‌ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ଜଣେ ମକା ବ୍ୟବସାୟୀଙ୍କୁ ଛୁରାମାଡ଼ ହୋଇଛି। ଜନଗହଳିପୂର୍ଣ୍ଣ ସ୍ଥାନରେ ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଟିକିରା…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

କେତୁଙ୍କ ଗୋଚରରେ ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରବଳ ଧନଯୋଗ ସହ ବଡ଼ କମ୍ପାନୀରୁ ଅଫର୍‌

କେତୁ ଗ୍ରହ ସର୍ୱଦା ବକ୍ରି ବା ଓଲଟା ଚଳନ କରନ୍ତି। ଆଜି କେତୁ ମଘା ନକ୍ଷତ୍ରର ଦ୍ୱିତୀୟ ପାଦରୁ ପ୍ରଥମ ପାଦକୁ ଗୋଚର କରିବାକୁ ଯାଉଛନ୍ତି। କେତୁଙ୍କର…

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?