ଚାଲିପାରୁନି ସରକାରୀ ସମୁଦ୍ର ଘୋଡ଼ା

ପାରାଦୀପ,୧୭ା୬(ସ୍ବ.ପ୍ର.): ସମୁଦ୍ରରେ ବହିରାଗତ ମତ୍ସ୍ୟଜୀବୀଙ୍କୁ ଯାଞ୍ଚ, ସାମୁଦ୍ରିକ ପାଟ୍ରୋଲିଂ, ଉପକୂଳ ମିଳିତ ସମରାଭ୍ୟାସ, ଅଲିଭ ରିଡ୍‌ଲେ କଇଁଛଙ୍କ ସୁରକ୍ଷା, ବିପଦରେ ଥିବା ମତ୍ସ୍ୟଜୀବୀଙ୍କୁ ଉଦ୍ଧାର, ଆଦି କାମ କରୁଥିବା ରାଜ୍ୟ ସରକାରଙ୍କ ମତ୍ସ୍ୟ ବିଭାଗର ଏମ୍‌ଏଲ୍‌ସି ହର୍ଷ(ମେରାଇନ ଲଞ୍ଚ ସି ହର୍ଷ) ତଥା ସମୁଦ୍ର ଘୋଡା ଗତ ୬ ବର୍ଷ ହେଲା ଅଚଳ ହୋଇଯାଇଛି। ଚଳିତ ମାସରେ ଯାଞ୍ଚ ପରେ ଉକ୍ତ ଲଞ୍ଚକୁ ସେବାନିବୃତ୍ତ କରିବାକୁ ବିଭାଗ ପକ୍ଷରୁ ଆଲୋଚନା କରାଯାଇଛି। ଏଥିସହ ପୁଣି ଏକ ନୂଆ ପାଟ୍ରୋଲିଂ ଲଞ୍ଚ ଆଣିବା ପାଇଁ ପ୍ରୟାସ ଆରମ୍ଭ ହୋଇଛି ବୋଲି ବିଶେଷ ସୂତ୍ରରୁ ଜଣାପଡ଼ିଛି।
ସୂଚନାଯୋଗ୍ୟ, ପାରାଦୀପ ମାଛଧରାବନ୍ଦରଠାରୁ ପୁରୀ ଜିଲା ଅସ୍ତରଙ୍ଗ ପର୍ଯ୍ୟନ୍ତ ଏବଂ ପାରାଦୀପଠାରୁ କେନ୍ଦ୍ରାପଡା ଜିଲା ଗହୀରମଥା ପର୍ଯ୍ୟନ୍ତ ପାଟ୍ରୋଲିଂ ପାଇଁ ମତ୍ସ୍ୟବିଭାଗ ପକ୍ଷରୁ ୨୦୦୭ରେ ଏହି ଲଞ୍ଚ ଅଣାଯାଇଥିଲା। ଏଥିପାଇଁ ପ୍ରାୟ ୧ କୋଟି ୧୦ ଲକ୍ଷ ଟଙ୍କା ବ୍ୟୟ ହୋଇଥିଲା। ପାଟ୍ରୋଲିଂ କାର୍ଯ୍ୟରେ ୭ ଜଣ କର୍ମଚାରୀ ନିୟୋଜିତ ହୋଇଥିଲେ। ଏହି ଲଞ୍ଚ ଦ୍ୱାରା ସମୁଦ୍ରରେ ବିଭିନ୍ନ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରାଯାଉଥିଲା। ଉକ୍ତ ଲଞ୍ଚ ଗତ ୨୦୧୬ରୁ ଖରାପ ହୋଇ ମାଛଧରାବନ୍ଦର ପୋତାଶ୍ରୟ ଭିତରେ ରହିଛି। ଏକାଧିକ ବାର ମରାମତି ହେବା ସତ୍ତ୍ୱେ ଏହ ଚଳନକ୍ଷମ ହୋଇପାରିନାହିଁ। ସେବେଠାରୁ ମତ୍ସ୍ୟ ବିଭାଗ ଦରକାର ବେଳେ ଭଡ଼ାରେ ଲଞ୍ଚ୍‌ ନେଇ କାମ ଚଳାଇଛନ୍ତି। ଇତିମଧ୍ୟରେ ସି ହର୍ଷରେ କାର୍ଯ୍ୟରତ ଥିବା କର୍ମଚାରୀଙ୍କ ମଧ୍ୟରୁ ୪ ଜଣଙ୍କ ଅବସର ଓ ବଦଳି ହୋଇସାରିଛି। ଏବେବି ୩ ଜଣ କର୍ମଚାରୀ ୬ ବର୍ଷ ହେଲା ବସିଦରମା ନେଉଛନ୍ତି। ଗତ ସପ୍ତାହରେ ବିଭାଗର ପ୍ରମୁଖ ଅଧିକାରୀମାନେ ପାରାଦୀପ ଗସ୍ତରେ ଆସିଥିବା ବେଳେ ଏହି ଲଞ୍ଚକୁ ସେବାନିବୃତ୍ତ କରିବାକୁ ଆଲୋଚନା କରିଛନ୍ତି।
ଏ ସମ୍ପର୍କରେ ସାମୁଦ୍ରିକ ମତ୍ସ୍ୟ ଅଧିକାରୀ ମନୋରଞ୍ଜନ ମହାପାତ୍ରଙ୍କୁ ପଚାରିବାରେ କୁହନ୍ତି, ସି ହର୍ଷ ଲଞ୍ଚଟି ଅନେକ ଦିନ ହେଲା ଅଚଳ ହୋଇଯାଇଛି। ଉପରିସ୍ଥ ଅଧିକାରୀମାନେ ଦେଖିଯାଇଛନ୍ତି। ବିଭାଗ ପକ୍ଷରୁ ଖୁବ୍‌ଶୀଘ୍ର ଏନେଇ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri