ଚାଲିପାରୁନି ସରକାରୀ ସମୁଦ୍ର ଘୋଡ଼ା

ପାରାଦୀପ,୧୭ା୬(ସ୍ବ.ପ୍ର.): ସମୁଦ୍ରରେ ବହିରାଗତ ମତ୍ସ୍ୟଜୀବୀଙ୍କୁ ଯାଞ୍ଚ, ସାମୁଦ୍ରିକ ପାଟ୍ରୋଲିଂ, ଉପକୂଳ ମିଳିତ ସମରାଭ୍ୟାସ, ଅଲିଭ ରିଡ୍‌ଲେ କଇଁଛଙ୍କ ସୁରକ୍ଷା, ବିପଦରେ ଥିବା ମତ୍ସ୍ୟଜୀବୀଙ୍କୁ ଉଦ୍ଧାର, ଆଦି କାମ କରୁଥିବା ରାଜ୍ୟ ସରକାରଙ୍କ ମତ୍ସ୍ୟ ବିଭାଗର ଏମ୍‌ଏଲ୍‌ସି ହର୍ଷ(ମେରାଇନ ଲଞ୍ଚ ସି ହର୍ଷ) ତଥା ସମୁଦ୍ର ଘୋଡା ଗତ ୬ ବର୍ଷ ହେଲା ଅଚଳ ହୋଇଯାଇଛି। ଚଳିତ ମାସରେ ଯାଞ୍ଚ ପରେ ଉକ୍ତ ଲଞ୍ଚକୁ ସେବାନିବୃତ୍ତ କରିବାକୁ ବିଭାଗ ପକ୍ଷରୁ ଆଲୋଚନା କରାଯାଇଛି। ଏଥିସହ ପୁଣି ଏକ ନୂଆ ପାଟ୍ରୋଲିଂ ଲଞ୍ଚ ଆଣିବା ପାଇଁ ପ୍ରୟାସ ଆରମ୍ଭ ହୋଇଛି ବୋଲି ବିଶେଷ ସୂତ୍ରରୁ ଜଣାପଡ଼ିଛି।
ସୂଚନାଯୋଗ୍ୟ, ପାରାଦୀପ ମାଛଧରାବନ୍ଦରଠାରୁ ପୁରୀ ଜିଲା ଅସ୍ତରଙ୍ଗ ପର୍ଯ୍ୟନ୍ତ ଏବଂ ପାରାଦୀପଠାରୁ କେନ୍ଦ୍ରାପଡା ଜିଲା ଗହୀରମଥା ପର୍ଯ୍ୟନ୍ତ ପାଟ୍ରୋଲିଂ ପାଇଁ ମତ୍ସ୍ୟବିଭାଗ ପକ୍ଷରୁ ୨୦୦୭ରେ ଏହି ଲଞ୍ଚ ଅଣାଯାଇଥିଲା। ଏଥିପାଇଁ ପ୍ରାୟ ୧ କୋଟି ୧୦ ଲକ୍ଷ ଟଙ୍କା ବ୍ୟୟ ହୋଇଥିଲା। ପାଟ୍ରୋଲିଂ କାର୍ଯ୍ୟରେ ୭ ଜଣ କର୍ମଚାରୀ ନିୟୋଜିତ ହୋଇଥିଲେ। ଏହି ଲଞ୍ଚ ଦ୍ୱାରା ସମୁଦ୍ରରେ ବିଭିନ୍ନ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରାଯାଉଥିଲା। ଉକ୍ତ ଲଞ୍ଚ ଗତ ୨୦୧୬ରୁ ଖରାପ ହୋଇ ମାଛଧରାବନ୍ଦର ପୋତାଶ୍ରୟ ଭିତରେ ରହିଛି। ଏକାଧିକ ବାର ମରାମତି ହେବା ସତ୍ତ୍ୱେ ଏହ ଚଳନକ୍ଷମ ହୋଇପାରିନାହିଁ। ସେବେଠାରୁ ମତ୍ସ୍ୟ ବିଭାଗ ଦରକାର ବେଳେ ଭଡ଼ାରେ ଲଞ୍ଚ୍‌ ନେଇ କାମ ଚଳାଇଛନ୍ତି। ଇତିମଧ୍ୟରେ ସି ହର୍ଷରେ କାର୍ଯ୍ୟରତ ଥିବା କର୍ମଚାରୀଙ୍କ ମଧ୍ୟରୁ ୪ ଜଣଙ୍କ ଅବସର ଓ ବଦଳି ହୋଇସାରିଛି। ଏବେବି ୩ ଜଣ କର୍ମଚାରୀ ୬ ବର୍ଷ ହେଲା ବସିଦରମା ନେଉଛନ୍ତି। ଗତ ସପ୍ତାହରେ ବିଭାଗର ପ୍ରମୁଖ ଅଧିକାରୀମାନେ ପାରାଦୀପ ଗସ୍ତରେ ଆସିଥିବା ବେଳେ ଏହି ଲଞ୍ଚକୁ ସେବାନିବୃତ୍ତ କରିବାକୁ ଆଲୋଚନା କରିଛନ୍ତି।
ଏ ସମ୍ପର୍କରେ ସାମୁଦ୍ରିକ ମତ୍ସ୍ୟ ଅଧିକାରୀ ମନୋରଞ୍ଜନ ମହାପାତ୍ରଙ୍କୁ ପଚାରିବାରେ କୁହନ୍ତି, ସି ହର୍ଷ ଲଞ୍ଚଟି ଅନେକ ଦିନ ହେଲା ଅଚଳ ହୋଇଯାଇଛି। ଉପରିସ୍ଥ ଅଧିକାରୀମାନେ ଦେଖିଯାଇଛନ୍ତି। ବିଭାଗ ପକ୍ଷରୁ ଖୁବ୍‌ଶୀଘ୍ର ଏନେଇ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri