କୂଳ ଲଙ୍ଘୁଛି ସମୁଦ୍ର: ଉଭୟ ଉପକୂଳ ଅଞ୍ଚଳ ବୁଲି ସ୍ଥିତି ଅନୁଧ୍ୟାନ କଲେ ବିଧାୟକ

ଛତ୍ରପୁର, ୫।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳକ୍ଷୟକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ଉପକୂଳବର୍ତ୍ତୀ ଅଞ୍ଚଳର ବାସିନ୍ଦାମାନେ ଭୟଭୀତ ଅବସ୍ଥାରେ ଦିନ କାଟୁଛନ୍ତି। ସମୁଦ୍ର କୂଳ ସୁରକ୍ଷା ପାଇଁ ସ୍ଥାୟୀ ପ୍ରତିକାର ଦାବି ବିଭିନ୍ନ ସ୍ତରରେ ହୋଇଆସୁଥିଲେ ମଧ୍ୟ ଏପର୍ଯ୍ୟନ୍ତ ଦୃଶ୍ୟମାନ ପଦକ୍ଷେପ ଗ୍ରହଣ କରାଯାଇନାହିଁ। ଏ ନେଇ ଖୋଦ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ାଯାଇଛି। ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ମଧ୍ୟ ଏହି ସମସ୍ୟା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଅବଗତ କରାଇଛନ୍ତି। କେବଳ ରାସ୍ତା ଖୋଳି ସିଲ୍ କରିଦେଲେ ସମସ୍ୟାର ସମାଧାନ ହେବନାହିଁ ବୋଲି ମତ୍ସ୍ୟଜୀବୀମାନେ କ୍ଷୋଭ ପ୍ରକାଶ କରିଛନ୍ତି।

ଗଞ୍ଜାମ ବ୍ଲକର ପୋଡ଼ମପେଟା ସମେତ ବିଭିନ୍ନ ଉପକୂଳବର୍ତ୍ତୀ ଅଞ୍ଚଳରେ ପୁନର୍ବାର ସମୁଦ୍ର କୂଳକ୍ଷୟ ବଢ଼ୁଥିବା ବେଳେ, ଏବେ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ମଧ୍ୟ ସମାନ ପରିସ୍ଥିତି ଦେଖାଦେଇଛି। ସମୁଦ୍ରର ଜୁଆର କ୍ରମଶଃ କୂଳ ଅତିକ୍ରମ କରି ଜନବସତି ଆଡ଼କୁ ଅଗ୍ରସର ହେଉଥିବା ବେଳେ ବର୍ତ୍ତମାନ ସମୁଦ୍ର ଓ ଜନବସତି ମଧ୍ୟରେ ଦୂରତା ୧୦୦ ମିଟରରୁ ମଧ୍ୟ କମ୍ ରହିଥିବା ଜଣାପଡ଼ିଛି।

ଏହି ସୂଚନା ପାଇ ରବିବାର ସକାଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ଆର୍ଯ୍ୟପଲ୍ଲୀ ଉପକୂଳ ଅଞ୍ଚଳରେ ପହଞ୍ଚି ସ୍ଥିତିର ଅନୁଧ୍ୟାନ କରିଥିଲେ। ସେ ସ୍ଥାନୀୟ ବାସିନ୍ଦାଙ୍କ ସହ ଆଲୋଚନା କରି ସେମାନଙ୍କ ସମସ୍ୟା ଶୁଣିଥିଲେ। ପରେ ସେ ଗଞ୍ଜାମ ବ୍ଲକର ପୋଡ଼ମପେଟା ଉପକୂଳବର୍ତ୍ତୀ ଅଞ୍ଚଳକୁ ଯାଇ ସେଠାରେ ବଢ଼ୁଥିବା ସମୁଦ୍ର କୂଳକ୍ଷୟ ଓ ଭୟାବହ ସ୍ଥିତିର ସମୀକ୍ଷା କରିଥିଲେ। ପ୍ରଭାବିତ ଅଞ୍ଚଳ ବୁଲି ଦେଖିବା ସହ ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରି ଶୀଘ୍ର ସ୍ଥାୟୀ ଉପକୂଳ ସୁରକ୍ଷା ବ୍ୟବସ୍ଥା କରିବାକୁ ପ୍ରୟାସ କରାଯିବ ବୋଲି କହିଥିଲେ। ପ୍ରଭାବିତ ପରିବାରଙ୍କ ସୁରକ୍ଷା ଏବଂ ସ୍ଥାୟୀ ସମାଧାନ ପାଇଁ ସରକାରୀ ସ୍ତରରେ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ସେ ଆଶ୍ୱାସନା ଦେଇଥିଲେ।

ଅନ୍ୟପଟେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗଞ୍ଜାମ ଜିଲାରେ ଲଗାଣ ବର୍ଷା ଜାରି ରହିଛି। ଭାରତୀୟ ପାଣିପାଗ ବିଭାଗର ସତର୍କ ସୂଚନାକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀମାନଙ୍କ ସମୁଦ୍ରକୁ ଯିବା ଉପରେ ଜାରି ଥିବା କଟକଣାକୁ ଜୁଲାଇ ୭ ତାରିଖ ପର୍ଯ୍ୟନ୍ତ ବଢ଼ାଯାଇଛି। ଫଳରେ ମାଛଧରା ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଥିବାରୁ ହଜାର ହଜାର ମତ୍ସ୍ୟଜୀବୀଙ୍କ ଜୀବିକା ପ୍ରଭାବିତ ହୋଇଛି।

ମତ୍ସ୍ୟଜୀବୀମାନଙ୍କ କହିବାନୁସାରେ, ସେମାନଙ୍କ ପରିବାରର ଭରଣପୋଷଣ ସମ୍ପୂର୍ଣ୍ଣ ଭାବେ ମାଛଧରା ଉପରେ ନିର୍ଭରଶୀଳ। ଲଘୁଚାପ ଜନିତ କଟକଣା ଯୋଗୁଁ ସେମାନେ ସମୁଦ୍ରକୁ ଯାଇପାରୁ ନାହାନ୍ତି। ଅନ୍ୟପଟେ ସମୁଦ୍ର କୂଳ ଲଙ୍ଘନ କରୁଥିବାରୁ ଡଙ୍ଗା ରଖିବା ଏବଂ ସମୁଦ୍ରକୁ ଯିବା ପାଇଁ ମଧ୍ୟ ସମସ୍ୟା ସୃଷ୍ଟି ହୋଇଛି। ଏହି ଦୁଇମୁହାଁ ସମସ୍ୟା ସେମାନଙ୍କୁ ଗଭୀର ଚିନ୍ତାରେ ପକାଇଛି। କିଛି ମତ୍ସ୍ୟଜୀବୀ କହିଛନ୍ତି ଯେ, ସମୁଦ୍ର ଭିତରେ ପାଗ ଅନୁକୂଳ ଥିବାରୁ ସେମାନେ ପୁଣିଥରେ ମାଛଧରା ଆରମ୍ଭ କରିବା ଆଶାରେ ଜାଲ ବୁଣି ପ୍ରସ୍ତୁତ ରହିଛନ୍ତି। ତଥାପି ପ୍ରଶାସନର କଟକଣାକୁ ସମ୍ମାନ ଜଣାଇ ସେମାନେ ସମୁଦ୍ରକୁ ଯାଉନାହାନ୍ତି। ଦୀର୍ଘଦିନ ଧରି ରୋଜଗାର ବନ୍ଦ ରହିବାରୁ ପରିବାର ଚଳାଇବା କଷ୍ଟକର ହୋଇପଡ଼ିଥିବା ସେମାନେ କହିଛନ୍ତି।

ଏପଟେ ସମୁଦ୍ର କୂଳ ସୁରକ୍ଷା ପାଇଁ ସ୍ଥାୟୀ ପ୍ରତିରୋଧ ବ୍ୟବସ୍ଥା କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି। ସେମାନଙ୍କ ଆଶଙ୍କା, ଉଚିତ ସମୟରେ ପଦକ୍ଷେପ ଗ୍ରହଣ ନ କରାଗଲେ ସମୁଦ୍ର ଜନବସତି ଆଡ଼କୁ ଆହୁରି ଅଗ୍ରସର ହୋଇ ବ୍ୟାପକ କ୍ଷୟକ୍ଷତି ଘଟାଇପାରେ। ତେଣୁ ଉପକୂଳ ସୁରକ୍ଷା ପାଇଁ ତୁରନ୍ତ ସ୍ଥାୟୀ ବ୍ୟବସ୍ଥା ଗ୍ରହଣ କରିବାକୁ ସେମାନେ ସରକାରଙ୍କ ନିକଟରେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?