ଋଷିକୂଲ୍ୟା ମୁହାଣ ଅଞ୍ଚଳରେ କୂଳ ଲଙ୍ଘୁଛି ସମୁଦ୍ର

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ବାରମ୍ବାର ଲଗୁଚାପ ଏବଂ ଜଳ ବାୟୁ ପରିବର୍ତ୍ତନ ହେଉ ଥିବାରୁ ସମୁଦ୍ରରେ ଉଚ୍ଚ ଲହରି ସୃଷ୍ଟି ହେଉଛି l ଯାହାକୁ ନେଇ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଋଷିକୂଲ୍ୟା ମୁହାଣ ଅଞ୍ଚଳରେ ସମୁଦ୍ର କୂଳ ଲଙ୍ଘୁଥିବା ଦେଖିବାକୁ ମିଳିଛି। ବର୍ତ୍ତମାନ ଋଷିକୁଲ୍ୟା ମୁହାଣ ପୋଡ଼ମପେଟା ଓଡ଼ିଆରପି କଲୋନୀ ସମ୍ମୁଖରେ ରହିଥିବା ବେଳେ ସେହିଠାରୁ କିଛି ଦୂରତା ମଧ୍ୟରେ ରହିଥିବା ପୁରୁଣାପୋପେଟା ଗ୍ରାମ। ସେଠାରେ ରହିଥିବା ଘରଗୁଡ଼ିକ ସମୁଦ୍ର ଜୁଆର ମାଡ଼ରେ ଅତଡ଼ା ଖସି ସମୁଦ୍ରର ଗର୍ଭରେ ଲୀନ ହେଉଥିବା ଲକ୍ଷ୍ୟ କରାଯାଇଛି। ସେହିପରି ଝାଉଁ ଓ କାଜୁ ହେନ୍ତାଳ ବଣ ମଧ୍ୟ ନଷ୍ଟ ହୋଇପଡୁଥିବା ଅଞ୍ଚଳବାସୀ ପ୍ରକାଶ କରିଛନ୍ତି।

ସୂଚନାଥାଉକି, ପୂର୍ବରୁ ଏପରି ସମସ୍ୟାକୁ ନେଇ ପୁରୁଣା ପୋଡ଼ମପେଟା ଗ୍ରାମବାସୀଙ୍କୁ ପାଳିବନ୍ଧ ପଞ୍ଚାୟତର ମୟୂରପଦା ଗ୍ରାମ ଓ ରାମଗଡ଼ ପଞ୍ଚାୟତର ଡୁମୁନଗିରୀ ପାହାଡ଼ ପାଦ ଦେଶରେ ପାଲୁରୁ ସାହେବ କେନାଲ ପାର୍ଶ୍ୱରେ ସିଦ୍ଧାନ୍ତ ନଗରରେ ଜିଲା ପ୍ରଶାସନ
ପକ୍ଷରୁ ଥଇଥାନ କରାଯାଇଛି। ପ୍ରତିବର୍ଷ ବର୍ଷାଦିନରେ ଏପରି ସମୁଦ୍ର କୂଳଲଙ୍ଘି ସ୍ଥାନୀୟ ଭୌଗୋଳିକ ପରିବେଶ ବିଗୁଡୁ ଥିବାରୁ ଅଞ୍ଚଳବାସୀ ଓ ପରିବେଶବିତ୍‌ ଚିନ୍ତିତ ହୋଇପଡ଼ିଛନ୍ତ। ଏ ଦିଗରେ ଜିଲା ପ୍ରଶାସନ ଉତ୍ତମ ପଦକ୍ଷେପ ନେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନିରକ୍ଷର ବ୍ୟକ୍ତିମାନଙ୍କୁ ସାକ୍ଷର: ଉଲ୍ଲାସ ଅଭିଯାନ ଶୁଭାରମ୍ଭ

ଛତ୍ରପୁର, ୫।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନିରକ୍ଷରଙ୍କୁ ସାକ୍ଷର କରିବା ଓ ଜୀବନବ୍ୟାପୀ ଶିକ୍ଷା ପ୍ରତି ଲୋକଙ୍କୁ ଉତ୍ସାହିତ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାରେ ‘ଉଲ୍ଲାସ’ ସଚେତନତା…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri