ସମୁଦ୍ର ଆଁରେ ଆର୍ଯ୍ୟପଲ୍ଲୀ

ଛତ୍ରପୁର, ୧୭।୬(ଦିଲୀପ ସାମଲ): ଜଳବାୟୁ ପରିବର୍ତ୍ତନ ଯୋଗୁ ଦିନକୁ ଦିନ ସମୁଦ୍ର କୂଳ ଲଙ୍ଘିବାରେ ଲାଗିଛି। ଦୈନିକ ଜଳପତନ ବୃଦ୍ଧି ହେବା ସହ ସମୁଦ୍ରର ଉଚ୍ଚ ଜୁଆର ସ୍ଥଳଭାଗକୁ ମାଡିଆସୁଥିବାରୁ ଗଞ୍ଜାମ ଜିଲାର ଅନେକ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳବାସୀ ତଥା ସମୁଦ୍ରକୂଳିଆ ପରିବାର ଭୟଭୀତ ହୋଇପଡିବା ସହ ନାନା ଆଶଙ୍କାରେ ରହିଛନ୍ତି। ଜିଲା ସଦର ମହକୁମା ଛତ୍ରପୁର ବ୍ଲକ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଗ୍ରାମରେ ସମୁଦ୍ର ଧୀରେଧୀରେ ସ୍ଥଳଭାଗ ଆଡ଼କୁ ମାଡ଼ିଆସୁଥିବା ଲକ୍ଷ୍ୟ କରାଯାଉଛି।

ଆର୍ଯ୍ୟପଲ୍ଲୀ ଗାଁ ନିକଟରେ ସମୁଦ୍ର କୂଳ ଲଙ୍ଘୁଥିବାରୁ ପଞ୍ଚାୟତବାସୀ ଭୟଭୀତ ହୋଇପଡିଛନ୍ତି। ସମୁଦ୍ର ଅଶାନ୍ତ ରହିବା ସହ ଉଚ୍ଚ ଜୁଆର ମାଡ଼ି ଆସିବାରୁ ସାନ ଆର୍ଯ୍ୟପଲ୍ଲୀ ସମୁଦ୍ର ନିକଟରେ ଥିବା ୨ ଟି ମନ୍ଦିର ଭାଙ୍ଗି ସମୁଦ୍ରରେ ଲୀନ ହୋଇଯାଇଛି। ଏପରିକି ଗତ ୩ ବର୍ଷ ମଧ୍ୟରେ ସମୁଦ୍ର ୨ କିଲୋମିଟର ଦୂରତା କୂଳ ଲଙ୍ଘିଥିବା ବେଳେ ଆଗାମୀ ଦିନରେ ସମୁଦ୍ରକୂଳରେ ସମ୍ପୂର୍ଣ୍ଣ ଗ୍ରାମଟି ଲୀନ ହୋଇଯିବ ବୋଲି ମତ୍ସ୍ୟଜୀବିମାନେ ଆଲୋଚନା କହିଛନ୍ତି। ଏହି ଘଟଣା ସାଧାରଣରେ ଆଲୋଡ଼ନ ସୃଷ୍ଟି କରିଛି।

ପଞ୍ଚାୟତବାସୀ କହିବା ମୁତାବକ ପୂର୍ବରୁ ସମୁଦ୍ର ଗ୍ରାମ ଠାରୁ ୨ କି.ମି ଦୂରରେ ଥିବା ବେଳେ ଏବେ ସମୁଦ୍ର କ୍ରମେ ଗ୍ରାମର ନିକଟବର୍ତ୍ତୀ ହେବାରେ ଲାଗିଛି। ଗ୍ରାମ ଠାରୁ ଏବେ ସମୁଦ୍ର ଆଉ ମାତ୍ର ୩୦ ମିଟର ଦୂରରେ ରହିଛି। ଏଣୁ ଗ୍ରାମକୁ ସୁରକ୍ଷା ପ୍ରଦାନ କରିବା ଲାଗି ଗାର୍ଡ ୱେଲ ର୍ନିମାଣ କରିବାକୁ ଦାବି ହୋଇଛି l ଯଦି ଆଗାମୀ ଦିନରେ ସେମାନଙ୍କ ଦାବି ପୂରଣ ନ ହେଲେ ଗୋପାଳପୁର ପୋର୍ଟ ସମ୍ମୁଖରେ ଧାରଣା ଦେବେ ବୋଲି କେ. ଦାଶରଥି, ବି. ଭୀମସେନ, ଏମ. ଦିଲୀପ ଓ ଏନ୍‌. ଦିନବନ୍ଧୁଙ୍କ ସମେତ ବହୁ ଗ୍ରାମବାସୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri