ସମୁଦ୍ର ଆଁରେ ଆର୍ଯ୍ୟପଲ୍ଲୀ

ଛତ୍ରପୁର, ୧୭।୬(ଦିଲୀପ ସାମଲ): ଜଳବାୟୁ ପରିବର୍ତ୍ତନ ଯୋଗୁ ଦିନକୁ ଦିନ ସମୁଦ୍ର କୂଳ ଲଙ୍ଘିବାରେ ଲାଗିଛି। ଦୈନିକ ଜଳପତନ ବୃଦ୍ଧି ହେବା ସହ ସମୁଦ୍ରର ଉଚ୍ଚ ଜୁଆର ସ୍ଥଳଭାଗକୁ ମାଡିଆସୁଥିବାରୁ ଗଞ୍ଜାମ ଜିଲାର ଅନେକ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳବାସୀ ତଥା ସମୁଦ୍ରକୂଳିଆ ପରିବାର ଭୟଭୀତ ହୋଇପଡିବା ସହ ନାନା ଆଶଙ୍କାରେ ରହିଛନ୍ତି। ଜିଲା ସଦର ମହକୁମା ଛତ୍ରପୁର ବ୍ଲକ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଗ୍ରାମରେ ସମୁଦ୍ର ଧୀରେଧୀରେ ସ୍ଥଳଭାଗ ଆଡ଼କୁ ମାଡ଼ିଆସୁଥିବା ଲକ୍ଷ୍ୟ କରାଯାଉଛି।

ଆର୍ଯ୍ୟପଲ୍ଲୀ ଗାଁ ନିକଟରେ ସମୁଦ୍ର କୂଳ ଲଙ୍ଘୁଥିବାରୁ ପଞ୍ଚାୟତବାସୀ ଭୟଭୀତ ହୋଇପଡିଛନ୍ତି। ସମୁଦ୍ର ଅଶାନ୍ତ ରହିବା ସହ ଉଚ୍ଚ ଜୁଆର ମାଡ଼ି ଆସିବାରୁ ସାନ ଆର୍ଯ୍ୟପଲ୍ଲୀ ସମୁଦ୍ର ନିକଟରେ ଥିବା ୨ ଟି ମନ୍ଦିର ଭାଙ୍ଗି ସମୁଦ୍ରରେ ଲୀନ ହୋଇଯାଇଛି। ଏପରିକି ଗତ ୩ ବର୍ଷ ମଧ୍ୟରେ ସମୁଦ୍ର ୨ କିଲୋମିଟର ଦୂରତା କୂଳ ଲଙ୍ଘିଥିବା ବେଳେ ଆଗାମୀ ଦିନରେ ସମୁଦ୍ରକୂଳରେ ସମ୍ପୂର୍ଣ୍ଣ ଗ୍ରାମଟି ଲୀନ ହୋଇଯିବ ବୋଲି ମତ୍ସ୍ୟଜୀବିମାନେ ଆଲୋଚନା କହିଛନ୍ତି। ଏହି ଘଟଣା ସାଧାରଣରେ ଆଲୋଡ଼ନ ସୃଷ୍ଟି କରିଛି।

ପଞ୍ଚାୟତବାସୀ କହିବା ମୁତାବକ ପୂର୍ବରୁ ସମୁଦ୍ର ଗ୍ରାମ ଠାରୁ ୨ କି.ମି ଦୂରରେ ଥିବା ବେଳେ ଏବେ ସମୁଦ୍ର କ୍ରମେ ଗ୍ରାମର ନିକଟବର୍ତ୍ତୀ ହେବାରେ ଲାଗିଛି। ଗ୍ରାମ ଠାରୁ ଏବେ ସମୁଦ୍ର ଆଉ ମାତ୍ର ୩୦ ମିଟର ଦୂରରେ ରହିଛି। ଏଣୁ ଗ୍ରାମକୁ ସୁରକ୍ଷା ପ୍ରଦାନ କରିବା ଲାଗି ଗାର୍ଡ ୱେଲ ର୍ନିମାଣ କରିବାକୁ ଦାବି ହୋଇଛି l ଯଦି ଆଗାମୀ ଦିନରେ ସେମାନଙ୍କ ଦାବି ପୂରଣ ନ ହେଲେ ଗୋପାଳପୁର ପୋର୍ଟ ସମ୍ମୁଖରେ ଧାରଣା ଦେବେ ବୋଲି କେ. ଦାଶରଥି, ବି. ଭୀମସେନ, ଏମ. ଦିଲୀପ ଓ ଏନ୍‌. ଦିନବନ୍ଧୁଙ୍କ ସମେତ ବହୁ ଗ୍ରାମବାସୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…

ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି…

ମାନବିକତା ଭୁଲିଲେ ‘ମୋ ବସ’ ଚାଳକ: ହର୍ନ ମାରିଲେ, ନ ଉଠିବାରୁ ଚଢ଼ାଇ ଦେଲେ…

ଗଞ୍ଜାମ, ୨୫।୩ (ବିଦ୍ୟାଧର ସାହୁ): ଦିନକୁ ଦିନ ‘ମୋ ବସ’ (ଲକ୍ଷ୍ମୀ) ଚାଳକଙ୍କ ମନମୁଖୀ ଗାଡ଼ିଚାଳନା ଓ ଔଦ୍ଧତ୍ୟ ବଢ଼ିବାରେ ଲାଗିଛି। ସାଧାରଣ ଯାତ୍ରୀଙ୍କୁ ହଇରାଣ କରିବା…

ଭେଲିଡେସନ ଆକ୍ଟ ବିରୁଦ୍ଧରେ ଗର୍ଜିଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ: ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ)- ଗଞ୍ଜାମ  ଜିଲା ଭଞ୍ଜନଗର ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଙ୍ଘ ପେନସନର୍ସ ଭେଲିଡେସନ ଆକ୍ଟ ୨୦୨୫ କୁ ବିରୋଧ କରିଛି। ଉକ୍ତ ଆକ୍ଟ ବିରୁଦ୍ଧରେ…

ସିଡିଏମଓଙ୍କ ମହାନୀୟତା: ଦୁର୍ଘଟଣାଗ୍ରସ୍ତଙ୍କ ପାଇଁ ସାଜିଲେ ଦେବଦୂତ, ନିଜେ ଠିଆ ହୋଇ ପଠାଇଲେ ମେଡିକାଲ୍

ଗଜପତି, ୫।୩(ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଶାନ୍ତନୁ କୁମାର ପାଢୀଙ୍କ ମହାନୀୟତା ଦେଖିବାକୁ ମିଳିଛି । ଦୁର୍ଘଟଣାରେ ଗୁରୁତର ହୋଇ ଛଟପଟ ହେଉଥିବା…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଅବସରପ୍ରାପ୍ତ ପ୍ରାଧ୍ୟାପକଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା 

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ଅବସରପ୍ରାପ୍ତ ପ୍ରାଧ୍ୟାପକ ଉଜ୍ଜଳ ପଣ୍ଡାଙ୍କ ୬୬ ବର୍ଷ ବୟସରେ ପରଲୋକ ହୋଇଛି । ସେ…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri