ଉଚ୍ଚ ଜୁଆରରେ ସମୁଦ୍ର ଅଶାନ୍ତ, ଲୀନ ହେବାକୁ ବସିଛି ମା’ଙ୍କ ମନ୍ଦିର

ଗଞ୍ଜାମ,୧୭ା୬(ବିଦ୍ୟାଧର ସାହୁ): ଋଷିକୂଲ୍ୟା ମୁହାଣ ଅଞ୍ଚଳରେ ତାଣ୍ଡବ ରଚୁଛି ଅଶାନ୍ତ ସମୁଦ୍ର। ଜଳ ଲହଡ଼ିରେ ଗଞ୍ଜାମ ବ୍ଲକର ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳ କ୍ଷୟ ହେବାରେ ଲାଗିଛି। ପାଳିବନ୍ଧ ପଞ୍ଚାୟତର ସାମୁଦ୍ରିକ ମତ୍ସ୍ୟଜୀବୀ ସମ୍ପ୍ରଦାୟ ପୋଡ଼ମ ପେଟା ଗ୍ରାମର ପ୍ରାୟ ୪ ଶହରୁ ଊର୍ଦ୍ଧ୍ୱ ଗୃହ ସମୁଦ୍ର ଗର୍ଭରେ ଲୀନ ହୋଇ ସାରିଥିବା ବେଳେ ବର୍ତ୍ତମାନ ଉକ୍ତ ସମ୍ପ୍ରଦାୟରେ ଦେବୀ ପ୍ରତିମା ପ୍ରତ୍ୟକ୍ଷ ଠାକୁରାଣୀ ମା’ଙ୍କ ମନ୍ଦିର ଏବେ ସମୁଦ୍ର ଗର୍ଭରେ ଲୀନ ଅପେକ୍ଷାରେ। ମା’ଙ୍କ ମନ୍ଦିରରେ ଅଧାରୁ ଅଧିକ ସମୁଦ୍ର ଗର୍ଭରେ ଲୀନ ହୋଇ ସାରିଥିବା ବେଳେ କେବଳ ମା’ଙ୍କ ପିଣ୍ଡି ବାକି ଅଛି। ଗତ କିଛି ଦିନ ତଳେ୨୦ରୁୁ ଅଧିକ ଗୃହ ସମୁଦ୍ର ଗର୍ଭରେ ଲୀନ ହୋଇଯାଇଛି। ଜିଲା ପ୍ରଶାସନ ପକ୍ଷରୁ ଉକ୍ତ ଗ୍ରାମର ପ୍ରାୟ ୯୯ ପ୍ରତିଶତ ଲୋକଙ୍କୁ ଅନ୍ୟତ୍ର ଥଇଥାନ କରାଯାଇଛି। ଦିନକୁ ଦିନ ସମୁଦ୍ର ଏମିତି ଅଶାନ୍ତ ହୋଇ ପଡୁଛି ଯେ, ସମୁଦ୍ର ନିକଟବର୍ତ୍ତୀ ଅଞ୍ଚଳ କଣ୍ଟିଆ ଗଡ଼ କେବେ ବି ସମୁଦ୍ର ଗର୍ଭକୁ ଚାଲିଯିବ ଏକଥା କିଏ କହି ପାରିବ। ପୂର୍ଣ୍ଣିମା ଓ ଅମାବାସ୍ୟା ତିଥିରେ ଗୋଟିଏ ପରେ ଗୋଟିଏ ପକ୍କା ଘର ଭୁଶୁଡ଼ି ପଡ଼ିଛି ସମୁଦ୍ରରେ। ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଇ ଆଗୁଆ ପଦକ୍ଷେପ ଗ୍ରହଣ କରିବାକୁ ସ୍ଥାନୀୟ ଅଞ୍ଚଳବାସୀ ଦାବି କରିଛନ୍ତି। ବଡ଼ ବଡ଼ ଘର ଅଛି କିନ୍ତୁ ଲୋକ ନାହାନ୍ତି ଏକଥା ସାମାଜିକ ଗଣମାଧ୍ୟମରେ ପ୍ରଚାରିତ ହେବା ପରେ ଦୈନଦିନ ବହୁ ପର୍ଯ୍ୟଟକ ଏଠାକୁ ଆସି ସେଲ୍‌ଫି ନେବା ସହ ସମୁଦ୍ରରେ ବୁଡ଼ି ମଜା ନେଉଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ଡୁଙ୍ଗୁରିପାଲିରେ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ: ଜବରଦଖଲମୁକ୍ତ ହେଲା ସମବାୟ ସମିତିର ଗୋଦାମ ଗୃହ

ଡୁଙ୍ଗୁରିପାଲି, ୪।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଆଞ୍ଚଳିକ ସମବାୟ ବାଣିଜ୍ୟ ସମିତି ଲିଃ ର ଏକ ପୁରାତନ ଗୋଦାମ ଗୃହକୁ ଦୀର୍ଘ ବର୍ଷ ଧରି ଜବରଦଖଲ…

ବିଜୟଙ୍କ ଉପରେ ସଙ୍ଗୀନ ଅଭିଯୋଗ ଆଣିଲେ ଜୁନିୟର ଷ୍ଟାଲିନ୍‌, କହିଲେ ମୋ ସହ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଏବଂ ଡିଏମକେ ନେତା ଉଦୟନିଧି ଷ୍ଟାଲିନ୍ ମଙ୍ଗଳବାର ଦିନ ଟିଭିକେ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଏକ ଜନସଭାରେ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

ନିୟମିତ ଭାବେ ରାସ୍ତା ଅବରୋଧକୁ କେନ୍ଦ୍ର କରି ମାରପିଟ୍, ଅଭିଯୁକ୍ତ ବାପା-ପୁଅ ଗିରଫ

ବଞ୍ଚୋ, ୪।୮(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ଶିବରାୟଣପୁର ଗ୍ରାମରେ ରାସ୍ତା ଅବରୋଧକୁ କେନ୍ଦ୍ର କରି ଘଟିଥିବା ମାରପିଟ୍ ଘଟଣାରେ ପୋଲିସ ବାପା ଓ ପୁଅଙ୍କୁ ଗିରଫ…

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri