ଭୟଙ୍କର ହେଲା ସମୁଦ୍ର, ଭିତରକନିକାରେ ମାଡିଆସିଲା ପାଣି…

ଭୁବନେଶ୍ୱର,୨୪।୧୦: ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ ମୁହାଁ ହେଉଛି ଦାନା । ବର୍ତ୍ତମାନ ଏହା ପାରାଦୀପଠାରୁ ୨୬୦ କିମି ଦକ୍ଷିଣ-ପୂର୍ବ ଦିଗରେ ଓ ଧାମରା ବନ୍ଦରଠାରୁ ୨୯୦ କିମି ଦକ୍ଷିଣ-ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି । ଘଣ୍ଟାପ୍ରତି ୧୫ କିମି ବେଗରେ ଉପକୂଳ ଆଡକୁ ମାଡି ଆସୁଛି ବାତ୍ୟା ଦାନା । ଆଜି ମଝି ରାତିରେ କେନ୍ଦ୍ରାପଡା ଜିଲାର ଭିତରକନିକା ଓ ଭଦ୍ରକ ଜିଲାର ଧାମରା ମଧ୍ୟରେ ଭୀଷଣ ବାତ୍ୟା ରୂପରେ ‘ଦାନା’ ସ୍ଥଳଭାଗ ମଧ୍ୟକୁ ପ୍ରବେଶ କରିବ । ଆଜି ମଧ୍ୟରାତ୍ରିରୁ ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହେବ, ଯାହା ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ଜାରି ରହିବ ।

ସେହିପରି ଜଗତସିଂହପୁର, ବାଲେଶ୍ୱର, କେନ୍ଦ୍ରାପଡା ଓ ଭଦ୍ରକରେ ବାତ୍ୟାର ଅଧିକ ପ୍ରଭାବ ରହିବ। ପ୍ରବଳରୁ ଅତି ପ୍ରବଳ ପର୍ଷା ହେବା ସହ ଭୟଙ୍କର ପବନ ବହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ତେବେ ସକାଳୁ ସକାଳୁ ଚାନ୍ଦବାଲି, ପୁରୀ, ଏବଂ କେନ୍ଦ୍ରାପଡାରେ ସକାଳୁ ସକାଳୁ ଅଧିକ ବର୍ଷା ହୋଇଛି। ଭୁବନେଶ୍ୱରରେ ମଧ୍ୟ ସକାଳୁ ବର୍ଷା ଜାରି ରହିଛି। ତେବେ ବାତ୍ୟା ପ୍ରଭାବରେ ଅଶାନ୍ତ ହେଲାଣି ସମୁଦ୍ର। ଏହା ପ୍ରଭାବରେ ଭିତରକନିକାରେ ଜୁଆର ପାଣି ମାଡି ଆସିଛି। ଏହାକୁ ଦେଖି ଭିତରକନିକାବାସୀ ଭୟଭୀତ ହୋଇଯାଇଛନ୍ତି। ବାତ୍ୟା ପୂର୍ବରୁ ସାମୁଦ୍ରିକ ଜୁଆର ନେଇ ସତର୍କ ସୂଚନା ଦେଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା। ସେ କହିଛନ୍ତି, ଭଦ୍ରକ, ବାଲେଶ୍ବର, କେନ୍ଦ୍ରାପଡ଼ା ଉପକୂଳରେ ପ୍ରବଳ ଜୁଆର ଆସିବ। ୧ରୁ ୨ ମିଟର ପର୍ଯ୍ୟନ୍ତ ଜୁଆର ଆସିପାରେ। ଜଗତସିଂହପୁରରେ ୧ ମିଟର ପର୍ଯ୍ୟନ୍ତ ଜୁଆର ଆଶଙ୍କା ରହିଛି ବୋଲି ସେ ସୂଚନା ଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଘନେଇଲାଣି ପେଟ୍ରୋଲ, ଡିଜେଲ ଅଭାବ

ଗତ ଫେବୃଆରୀ ୨୮ରୁ ଇରାନ୍‌ ସହ ଆମେରିକାର ଓ ଇସ୍ରାଏଲର ଯୁଦ୍ଧ ପରଠାରୁ ସାରା ବିଶ୍ୱରେ ଅର୍ଥନୈତିକ ସଙ୍କଟ ଜଟିଳ ହେବାରେ ଲାଗିଛି। ବିଶେଷକରି ଆରବ ଦେଶଗୁଡ଼ିକରୁ…

ଜାତୀୟ ରାଜପଥ ଉପରେ ହାଇଓ୍ବା ଚଢ଼ାଇ କରିଥିଲେ ହତ୍ୟା, ଅଭିଯୁକ୍ତଙ୍କୁ ବାନ୍ଧିଲା…

ଦେବଗଡ଼,୬।୫(ଶଶାଙ୍କ ଶେଖର ଝାଙ୍କର): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦେବଗଡ଼ ଥାନା ଚଟିବରଘାଟ ଗ୍ରାମ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥ ଉପରେ ହାଇୱାରେ ଧକ୍କା ଦେଇ ସ୍କୁଟି…

ସବ୍‌ସିଡି ପାଇଁ ୩୦ହଜାର ଲାଞ୍ଚ ନେଉଥିଲେ ଡିଆର୍‌ପି, ମାଡିବସିଲା ଭିଜିଲାନ୍ସ

ବରଗଡ଼,୬।୫(ପ୍ରେମାନନ୍ଦ ଖମାରୀ): ପ୍ରଧାନମନ୍ତ୍ରୀ ସୂକ୍ଷ୍ମ ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ଔପଚାରିକରଣ ଯୋଜନା(ପିଏମ୍‌ଏଫ୍‌ଏମ୍‌ଇ)ରେ ଦିଆଯାଉଥିବା ଋଣର ରିହାତି (ସବ୍‌ସିଡି) ରିଲିଜ୍‌ ପାଇଁ ଲାଞ୍ଚ ନେବା ବରଗଡ଼ ଜିଲା ଶିଳ୍ପକେନ୍ଦ୍ର…

କିଏ ସେ ଅଗ୍ନିମିତ୍ରା ପଲ? ଦିଲ୍ଲୀରେ ପହଞ୍ଚିବା ପରେ ବଢ଼ିଲା ହଲଚଲ, ହେବେ କି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ…

କୋଲକାତା,୬।୫: ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ଗଡ଼କୁ ଭାଙ୍ଗି ଭାଜପା ୨୦୭ଟି ଆସନ ସହ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏବେ ମୁଖ୍ୟମନ୍ତ୍ରୀ ଚୟନ ପାଇଁ ଦିଲ୍ଲୀରୁ କୋଲକାତା ପର୍ଯ୍ୟନ୍ତ…

ହାର୍ଦ୍ଦିକ ପାଣ୍ଡ୍ୟା ଖେଳିବେ RCB ବିପକ୍ଷ ମ୍ୟାଚ୍‌, ମୁମ୍ବାଇ ଶିବିରରୁ ବଡ଼ ଖବର

ରାୟପୁର,୬।୫: ପିଠିରେ ଯନ୍ତ୍ରଣା ଯୋଗୁ ଲକ୍ଷ୍ନୌ ବିପକ୍ଷ ମ୍ୟାଚ୍‌ରୁ ବାଦ ପଡ଼ିଥିବା ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଏବେ ସମ୍ପୂର୍ଣ୍ଣ ଫିଟଥିବା ଜଣାପଡ଼ିଛି। ରବିବାର ଦିନ…

ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ, ୧୦ ବେଳକୁ ହେବ….

ଭୁବନେଶ୍ବର,୬ା୫: ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ଏକ ମଡେଲ୍ ଅନୁଯାୟୀ ୧୦ରେ ଲଘୁଚାପ ଦାନା ବାନ୍ଧିବାର ସମ୍ଭାବନା ରହିଛି । ଶ୍ରୀଲଙ୍କା ଓ ତାମିଲନାଡୁ ଉପକୂଳରେ…

ପାରିବାରିକ ହିଂସା; ମଉସାଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା, ବନ୍ଧାହେଲେ ପୁତୁରା

ଦିଗପହଣ୍ଡି,୬ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡା ଗ୍ରାମର ଏସ.ପୁନିଆ ରେଡ୍ଡୀ(୬୮) ଙ୍କୁ ତାଙ୍କ ପୁତୁରା ଏସ. ସିମାଞ୍ଚଳ ରେଡ୍ଡୀ ପାରିବାରିକ ବିବାଦକୁ କେନ୍ଦ୍ରକରି…

ଚିଚୈଗୁଡା ମଣ୍ଡି ନିର୍ମାଣ କାମରେ ଅନିୟମିତତା, ଉପଜିଲାପାଳଙ୍କୁ ଲିଖିତ ଅଭିଯୋଗ

ଜୁନାଗଡ଼,୬।୫(ସୁନୀଲ କୁମାର ସିଂହ): ଧାନ ମଣ୍ଡି ନିର୍ମାଣ ନାମରେ ଚାଷୀଙ୍କ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ହେଲେ କିଛି ଅସାଧୁ ଠିକାଦାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri