ସାମୁଦ୍ରିକ ଜୁଆର ମାଡ଼ରେ ଧସିଲା ଘେରିବନ୍ଧ, ଗାଁ ପ୍ରତି ଘନେଇଲା ବିପଦ

ମହାକାଳପଡ଼ା,୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ସାମୁଦ୍ରିକ ଝଡ଼ ଜୁଆର ମାଡ଼ିବା ଅଞ୍ଚଳକୁ ସୁରକ୍ଷା ବ୍ୟବସ୍ଥା ପାଇଁ କୋଟି କୋଟି ଟଙ୍କା ବ୍ୟୟରେ ସରକାରଙ୍କ ଜଳସେଚନ ବିଭାଗ ପକ୍ଷରୁ ବ୍ୟୟ ଅଟକଳ କରାଯାଇଛି। ହେଲେ ବିଭାଗୀୟ ଅଧିକାରୀ ଓ ଠିକାଦାରଙ୍କ ମଧୁଚନ୍ଦ୍ରିକା ଯୋଗୁ କୋଟି କୋଟି ଟଙ୍କା ବ୍ୟୟ ଅଟକଳରେ ଲୁଣା ଘେରିବନ୍ଧ ସାମୁଦ୍ରିକ ଜୁଆର ମାଡ଼ରେ ଭୁଶୁଡ଼ି ପଡ଼ିବା ନେଇ ସ୍ଥାନୀୟ ଲୋକମାନେ ଅଭିଯୋଗ କରିଛନ୍ତି।

ମିଳିଥିବା ସୂଚନା ଅନୁସାରେ, ବ୍ଲକ ଅଧୀନ ଜକସେଚନ ବିଭାଗ ( ନଦୀ ତଟବନ୍ଧ ) ବିଜୟନଗର ସେକ୍ସନର ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ କଂସାର ଗ୍ରାମ ସଂଲଗ୍ନ ଗୋବରୀ ନଦୀ କୂଳରେ ଶହେ ଫୁଟ ଲମ୍ବର ଏକ ଉଚ୍ଚ ମାଟିବନ୍ଧ ଗୁରୁବାର ବିଳମ୍ବିତ ରାତିରେ ଭୁଶୁଡ଼ି ପଡ଼ିବା ଦେଖିବାକୁ ମିଳିଛି। ତେବେ ସାମୁଦ୍ରିକ ଜୁଆର ମାଡ଼ରେ ନିମ୍ନମାନର ବନ୍ଧ ନିର୍ମାଣ ଓ ନିକଟ ଚିଙ୍ଗୁଡ଼ି ଘେରିର ( କଙ୍କଡ଼ା କୋଚିଆ ଗାତ ) ଘଳିଆ ଯୋଗୁ ଭୁଶୁଡି ପଡ଼ିଛି ବୋଲି କହିଛନ୍ତି ସ୍ଥାନୀୟ ଲୋକମାନେ। ଅଦ୍ୟାବଧି ଘଟଣା ସ୍ଥଳରେ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ତଦନ୍ତ କରି ନ ଥିବା ଅଭିଯୋଗ ହେଉଛି। ଆଗାମୀ ସପ୍ତାହ ମଧ୍ୟରେ ମୁଖ୍ୟ ଘେରି ନଦୀବନ୍ଧ ସମ୍ପୂର୍ଣ୍ଣ ଗୋବରୀ ନଦୀରେ ଲୀନ ହୋଇ କଂସାର ଗ୍ରାମକୁ ଗ୍ରାସ କରିବ ବୋଲି ବୋଲି ଗ୍ରାମର ଲୋକମାନେ ଭୟଭୀତ ହୋଇପଡ଼ିଛନ୍ତି। ଗ୍ରାମର ସୁନାକର ସ୍ବାଇଁ, କ୍ଷୀରୋଦ ଲେଙ୍କା କହିବା କଥା ଏହି ଘେରି ବନ୍ଧ ନିମ୍ନମାନର ନିର୍ମାଣ କାର୍ଯ୍ୟ ଯୋଗୁ ଗୋବରୀ ନଦୀ କୂଳ ଭୁଶୁଡ଼ି ଥିବା ଗୁରୁତର ଅଭିଯୋଗ କରିଛନ୍ତି। ତୁରନ୍ତ ଯୁଦ୍ଧ କାଳୀନ ଭିତ୍ତିରେ ନିର୍ମାଣ କାର୍ଯ୍ୟ ପାଇଁ ଦାବି କରିଛନ୍ତି ନଚେତ୍‌ ଚାଷ ଜମି ନଷ୍ଟ ହେବ ବୋଲି କହିଛନ୍ତି।
ଏ ସଂକ୍ରାନ୍ତରେ ଆଳିସ୍ଥିତ ନଦୀ ତଟବନ୍ଧ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ସନ୍ଦୀପ କୁମାର ସାହୁଙ୍କ ମତାମତ ନେବାରେ ଧସିବା ଖବର ମିଳିଛି। ଉକ୍ତ ସ୍ଥାନରେ ମାଟି ବନ୍ଧ ରହୁନି ସେଥିପାଇଁ ବିଭାଗୀୟ ମୁଖ୍ୟ ଯନ୍ତ୍ରୀ ଖୁବ୍‌ଶୀଘ୍ର ଘଟଣାସ୍ଥଳ ପରିଦର୍ଶନ କରିବେ ବୋଲି କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

BCCIର ବଡ଼ ଆକ୍ସନ୍‌: ଏକାଥରକେ ୬୪ ଖେଳାଳିଙ୍କୁ ବ୍ୟାନ୍‌, ତାଲିକାରେ…

ନୂଆଦିଲ୍ଲୀ,୪।୯: ବୟସ ସମ୍ପର୍କିତ ଜାଲିଆତି ମାମଲାରେ ବଡ଼ ପଦକ୍ଷେପ ନେଇଛି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI)। ବୟସରେ ହେରଫେର କରିଥିବା ଅଭିଯୋଗରେ ଏକାଥରକେ ୬୪ ଜଣ…

ଡେବ୍ରିଗଡ଼ ଅଭୟାରଣ୍ୟ: ବିରଳ ବନ୍ୟପ୍ରାଣୀଙ୍କ ସଂଖ୍ୟା ବଢୁଛି

ସାରା ଦେଶରେ ବିରଳ ତଥା ସଂରକ୍ଷିତ ଧାରା ‘ସିଡ୍ୟୁଲ-୧’ ଶ୍ରେଣୀଭୁକ୍ତ ବନ୍ୟପ୍ରାଣୀଙ୍କ ସଂଖ୍ୟା କମୁଥିବା ବେଳେ ଡେବ୍ରିଗଡ଼ ଅଭୟାରଣ୍ୟରେ ଏମାନଙ୍କ ସଂଖ୍ୟା ବୃଦ୍ଧି ପାଉଛି ବୋଲି ହୀରାକୁଦ…

ସେପ୍ଟେମ୍ୱର ୧୧ରେ ଶୁକ୍ରଙ୍କ ନକ୍ଷତ୍ର ପରିବର୍ତ୍ତନରେ ଫିଟିଯିବ ଭାଗ୍ୟ, ୫ ରାଶିଙ୍କ ଉପରେ ଧନବର୍ଷା

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ ଶୁକ୍ରବାର ରାତି ୧୧ଟା ୧୯ ମିନିଟରେ ସ୍ୱାତୀ ନକ୍ଷତ୍ରରେ ପ୍ରବେଶ କରିବେ। ଶୁକ୍ର ଗ୍ରହଙ୍କର ସ୍ୱାତୀ ନକ୍ଷତ୍ରରେ ଗୋଚର ଫଳରେ…

ଶୋଇଥିଲେ ସ୍ତ୍ରୀ-ସ୍ବାମୀ, ଭୁଶୁଡିଲା କାନ୍ଥ: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୪।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲଜ ଅନ୍ତର୍ଗତ ତୁଳସୀପୁର ଗ୍ରାମରେ ଏକ ଅଭାବନୀୟ ଘଟଣାରେ ସ୍ବାମୀର ମୃତ୍ୟୁ ହୋଇଯାଇଥିବାବେଳେ ସ୍ତ୍ରୀ ଗୁରୁତର ହୋଇ କେନ୍ଦ୍ରାପଡା ଡାକ୍ତରଖାନାରେ…

ତ୍ରିଶୂଳୀ ସୁଡ଼ଙ୍ଗ ଭିତରେ ‘ହରେ କୃଷ୍ଣ’ ଜପ କରୁଥିଲେ ସଞ୍ଜୟ; ଜନ୍ମାଷ୍ଟମୀରେ ମିଳିଲା ନୂଆ ଜୀବନ

କାଠମାଣ୍ଠୁ,୪।୯: ନେପାଳର ତ୍ରିଶୁଳିରେ ଥିବା ଏକ ଜଳବିଦ୍ୟୁତ ପ୍ରକଳ୍ପର ସୁଡ଼ଙ୍ଗରୁ ଶୁକ୍ରବାର ଦୁଇଜଣ ଶ୍ରମିକଙ୍କୁ ଜୀବିତ ଉଦ୍ଧାର କରାଯାଇଛି। ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟା…

ତୁମ ପରି କେହି ନାହିଁ…ଇମୋଶନାଲ ହେଲେ ଅକ୍ଷୟ କୁମାର

ପ୍ରବୀଣ ହାସ୍ୟ ଅଭିନେତା ଏବଂ ଅଭିନେତା ଅସରାନି ଆଉ ନାହାନ୍ତି ସେ ତାଙ୍କ ଚଳଚ୍ଚିତ୍ର ଏବଂ ଚମତ୍କାର ଅଭିନୟ ମାଧ୍ୟମରେ ସର୍ବଦା ଦର୍ଶକଙ୍କ ହୃଦୟରେ ଜୀବିତ ରହିବେ।…

ରୁଷିଆ-କରାଚି ରୁଟରେ ଭାରତୀୟ ଜାହାଜ ଉପରେ ଡ୍ରୋନ ଆକ୍ରମଣ; ଅଳ୍ପକେ ବର୍ତ୍ତିଲେ ୨୩ ଭାରତୀୟ ନାବିକ

ନୂଆଦିଲ୍ଲୀ,୪।୯: ସେପ୍ଟେମ୍ବର ୨, ୨୦୨୬ ରେ, ଭାରତୀୟ କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ଏବଂ ରୁଷିଆର ନୋଭୋରୋସିସ୍କରୁ କରାଚୀ ଯାଉଥିବା ମାଲବାହୀ ଜାହାଜ MV BARYON (IMO 9151412)…

‘ଭାରତର ୪ବନ୍ଧ ଆମ ପାଇଁ ଡେଥ ଓ୍ବାରେଣ୍ଟ’, ଘାବରେଇଲେଣି ପାକିସ୍ତାନୀ ଏକ୍ସପର୍ଟ, ଧମକ ଦେଇ କହିଲେ…

ଇସଲାମାବାଦ,୪।୯: ଭାରତ ସିନ୍ଧୁ ଜଳ ଚୁକ୍ତିନାମାକୁ ସ୍ଥଗିତ ରଖିବାକୁ ପଦକ୍ଷେପ ନେବା ପରଠାରୁ ପାକିସ୍ତାନ ବିଷ ଓଗାଳି ଚାଲିଛି। ଇତିମଧ୍ୟରେ, ପାକିସ୍ତାନୀ ଜଳ ବିଶେଷଜ୍ଞ ରସିଦ ଆବାସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri