ଭଙ୍ଗାକୋଠାର ଆର୍ବଜନା ତଳୁ ଜୀବନ ସନ୍ଧାନ ଜାରି: ମୋରୋକୋ ଭୂକମ୍ପ ମୃତ୍ୟୁ ସଂଖ୍ୟା ୮୨୦ ଛୁଇଁଲା,ମୃତାହତଙ୍କ ସଂଖ୍ୟା ବଢ଼ିବା ଆଶଙ୍କା…

ରାବାତ,୯।୯ : ଶୁକ୍ରବାର ବିଳମ୍ବିତ ରାତିରେ ମୋରୋକୋରେ ଭୟଙ୍କର ଭୂକମ୍ପ ଅନୁଭୂତ ହୋଇଥିଲା। ଏହି ଭୂକମ୍ପର ତୀବ୍ରତା ରିଚ୍ଟର ସ୍କେଲରେ ୬.୮ଥିଲା। ମୋରୋକୋର ଆଭ୍ୟନ୍ତରୀଣ ମନ୍ତ୍ରୀ କହିଛନ୍ତି ଏହି ଭୂକମ୍ପରେ ମୃତ୍ୟୁସଂଖ୍ୟା ୮୨୦ କୁ ବୃଦ୍ଧି ପାଇଛି। ସେହିପରି ଆହତଙ୍କ ସଂଖ୍ୟା ୬୭୨ ଛୁଇଁଛି। ମୃତାହତଙ୍କ ସଂଖ୍ୟା ବଢ଼ିବାର ଆଶଙ୍କା ରହିଛି। ଭଙ୍ଗାକୋଠାର ଆର୍ବଜନା ତଳୁ ଉଦ୍ଧାରକାରୀ ଦଳ ଜୀବନ ସନ୍ଧାନ ଜାରି ରଖିଛନ୍ତି।

ମୃତକଙ୍କ ମଧ୍ୟରୁ ଅଧାରୁ ଅଧିକ ଅଲ-ହାଜ ଏବଂ ତାରୁଦାଣ୍ଟ ପ୍ରଦେଶର। ଏହା ବ୍ୟତୀତ ମୋରୋକୋର ଓଆରଜାଜେଟ, ଚିଚୁଆ, ଅଜିଲାଲ ଏବଂ ୟୋସେଫିଆ ପ୍ରଦେଶରେ, ଏବଂ ମରାକେଶ, ଆଗାଦୀର ଏବଂ କାସାବ୍ଲାନଙ୍କା ଅଞ୍ଚଳରେ ମଧ୍ୟ ବହୁ ଲୋକଙ୍କ ମୃତ୍ୟୁ ଘଟିଛି। ଏହି ସ୍ଥାନରେ ଆହତଙ୍କ ସଂଖ୍ୟା ୩୨୯ ରେକର୍ଡ ହୋଇଥିବାବେଳେ ୫୧ ଜଣଙ୍କ ଅବସ୍ଥା ଗୁରୁତର ରହିଛି।

ସ୍ଥାନୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ଭୂକମ୍ପରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇପାରେ। ଭୂକମ୍ପ ବିଷୟରେ ସୂଚନା ଥିବା ମୋରୋକୋ ସଂଗଠନ ଏହି ଭୂକମ୍ପର ତୀବ୍ରତାକୁ ସାତରୁ ଅଧିକ ବୋଲି ବର୍ଣ୍ଣନା କରିଛି। ଆମେରିକାର ଜିଓଲୋଜିକାଲ ସର୍ଭେ ଅନୁଯାୟୀ ଏହି ଭୂକମ୍ପର କେନ୍ଦ୍ରସ୍ଥଳ ପର୍ଯ୍ୟଟନ ସହର ମାରାକେଶଠାରୁ ୭୧ କିଲୋମିଟର ଦକ୍ଷିଣ-ପଶ୍ଚିମ ଦିଗରେ ଭୂଗର୍ଭର୧୮.୫ କିଲୋମିଟର ଗଭୀରରେ ଥିଲା। ସ୍ଥାନୀୟ ସମୟ ରାତି ପ୍ରାୟ୧୧ଟା ୧୧ ସମୟରେ ଏଠାରେ କମ୍ପନ ଅନୁଭୂତ ହୋଇଥିଲା। କିଛି ସମୟ ପରେ, ଏହି ସ୍ଥାନଗୁଡିକରେ ଭୂକମ୍ପର ଆଫ୍ଟଶୋକ ମଧ୍ୟ ଅନୁଭୂତ ହୋଇଥିଲା, ଯାହାର ତୀବ୍ରତା ୪.୯ ମାପ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri