୫-ଟି ସଚିବଙ୍କ ଗସ୍ତର ଦ୍ୱିତୀୟ ଦିନ

ଖୋର୍ଦ୍ଧା,୨୩ା୮(ପ୍ରଭାତ ପାଣିଗ୍ରାହୀ): ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ବ୍ୟକ୍ତିଗତ ସଚିବ ଭି.କେ. ପାଣ୍ଡିଆନ ଜିଲା ଗସ୍ତ କରୁଛନ୍ତି। ଏହି କ୍ରମରେ ବୁଧବାର ଖୋର୍ଦ୍ଧା ଜିଲାରେ ଥିଲା ୫-ଟି ସଚିବଙ୍କ ଦ୍ବିତୀୟ ଦିନ। ବିଭିନ୍ନ ଉନ୍ନୟନମୂଳକ ଯୋଜନା, ବିକାଶ କାମର ସମୀକ୍ଷା କରିଥିଲେ। ଲୋକଙ୍କ ଅଭିଯୋଗ ଶୁଣିବା ସହ ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଥିଲେ ୫-ଟି ସଚିବ। ୨ୟ ଦିନରେ ଖୋର୍ଦ୍ଧା ଜିଲା ଜଟଣୀ ଖୁଦୁପୁରର ଖେଳପଡ଼ିଆରେ ସାଧାରଣ ସଭାରେ  ୫-ଟି ସଚିବ ଯୋଗ ଦେଇଥିଲେ। ମହିଳାମାନେ ହୁଳହୁଳି, ପୁଷ୍ପଗୁଚ୍ଛ ଦେଇ ତାଙ୍କୁ ସ୍ବାଗତ କରିଥିଲେ। ହାତରେ ରାକ୍ଷୀ ବାନ୍ଧି ଶୁଭେଚ୍ଛା ଜଣାଇଥିଲେ। ସଚିବ ପଡ଼ିଆରେ ପହଞ୍ଚି ସମସ୍ତଙ୍କ ପାଖକୁ ଯାଇ ହାତ ମିଶାଇ ସେଲ୍‌ଫି ନେଇଥିଲେ। ଛୋଟ ପିଲାଙ୍କୁ ଦେଖି ଅଟକି ଯାଇ ଚକୋଲେଟ ଦେଇଥିଲେ। ଉପସ୍ଥିତ ଜନତାଙ୍କ ବହୁତ ସମୟ ଧରି ଅପେକ୍ଷା କରିଥିବାରୁ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ। ସେ ତାଙ୍କର ଅଭିଭାଷଣ ଜୟ ଜଗନ୍ନାଥ କହି ଆରମ୍ଭ କରିଥିଲେ। ମୁଖ୍ୟମନ୍ତ୍ରୀ ଆପଣଙ୍କ ସମସ୍ୟା ବୁଝିବାକୁ ପଠାଇଛନ୍ତି ବୋଲି କହିଥିଲେ ୫-ଟି ସଚିବ। ଲୋକଙ୍କଠାରୁ ବହୁତ ଦରଖାସ୍ତ ପାଇଛି। ଚାଷୀମାନଙ୍କ ଦରଖାସ୍ତକୁ ପ୍ରାଧାନ୍ୟ ଦିଆଯିବ। ଜାଗା ମିଶନରେ ଜିଲାପାଳଙ୍କୁ ଅନୁରୋଧ କରିବି ଜଗନ୍ନାଥ ଜମି ସମସ୍ୟା ଉପରେ ପଦକ୍ଷେପ ନେବେ। ସପ୍ତାହ ମଧ୍ୟରେ ଆପଣ ଖୁସି ଖବର ପାଇବେ। ଜମି ପଟ୍ଟା ପାଇବେ। ମନ୍ଦିର, ମସ୍‌ଜିଦ, ଚର୍ଚ୍ଚ, କମ୍ୟୁନିଟି ସେଣ୍ଟର ପାଇଁ ୭ଦିନ ଅର୍ଥାତ୍‌ ୩୧ ତାରିଖ ତାରିଖ ସୁଦ୍ଧା ମୁଖ୍ୟମନ୍ତ୍ରୀଙ୍କଠାରୁ ଖୁସି ଖବର ପାଇବେ। ଭଲ କାମ କରନ୍ତୁ। ଠିକ୍‌ ଭାବେ ଟଙ୍କା ଖର୍ଚ୍ଚ କରନ୍ତୁ। ଆହୁରି କିସ୍ତି ପାଇବେ। ୭ ଲକ୍ଷ ଟଙ୍କା ମିଳିଲେ, ୧୦ ଲକ୍ଷର ମନ୍ଦିର କାମ କରନ୍ତୁ। ମୁଖ୍ୟମନ୍ତ୍ରୀ ଖୁସି ହେବେ। ମୁଖ୍ୟମନ୍ତ୍ରୀ ସ୍ବଚ୍ଛତା ଉପରେ ବିଶ୍ୱାସ କରନ୍ତି। ପିଇବା ପାଣି ସମସ୍ୟା ପାଇଁ ଜିଲାପାଳ ସେମାନଙ୍କ ଫୋନ୍‌ ନମ୍ବର ନେବେ। ଆସନ୍ତାକାଲି ସକାଳେ ସୁଦ୍ଧା ଯନ୍ତ୍ରୀ ସେମାନଙ୍କ ଘରକୁ ଯିବେ। ବାକି ସବୁ ଦରଖାସ୍ତ ଦେଖାଯିବ। ମାସେ ପରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଆପଣଙ୍କ ପାଖକୁ ଫୋନ୍‌ ଆସିବ, ଚିଠି ପାଇବେ। ସମାଧାନ ନ ହୋଇଥିଲେ ବି ଚିଠିରେ କାରଣ ଜଣାଯିବ ବୋଲି ୫-ଟି ସଚିବ କହିଥିଲେ। ସମାବେଶ ସାରି ସେ ଭୁବନେଶ୍ବର ଫେରି ଯାଇଥିଲେ। ଅପରାହ୍ନରେ ବାଲିଅନ୍ତା ବ୍ଲକ ଭିଙ୍ଗାରପୁର ବକ୍ରେଶର ହାଇସ୍କୁଲ ଖେଳପଡ଼ିଆଠାରେ ଆୟୋଜିତ ଜନ ଶିବିରରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗବେଷକ ପ୍ରସ୍ତୁତ କଲେ ନିର୍ଭୁଲ୍‌ ଆଟୋମିକ୍‌ ଘଡ଼ି

ନୂଆଦିଲ୍ଲୀ,୨୫।୯(ପି.ଟି.): ସିଙ୍ଗାପୁର ଜାତୀୟ ବିଶ୍ୱବିଦ୍ୟାଳୟ (ଏନ୍‌ୟୁଏସ୍‌)ର ଗବେଷକମାନେ ‘ଲୁଟେଟିୟମ’ ନାମକ ବିରଳ ମୃତ୍ତିକା ଧାତୁ ବ୍ୟବହାର କରି ବିଶ୍ୱର ସବୁଠାରୁ ନିର୍ଭୁଲ ଓ ସ୍ଥିର ଅଟୋମିକ୍‌ ଘଡ଼ି…

ଜମିକୁ ଯାଇଥିଲେ ଅକ୍ରୁର: ଆକ୍ରମଣ କଲା ହାତୀ, ଆଉ ତା’ପରେ…

କେସିଙ୍ଗା,୨୫।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନଖଣ୍ଡ ଅଧୀନ ସିରୋଲ ଗ୍ରାମପଞ୍ଚାୟତର ପୋଢ଼ଖମ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅକ୍ରୁର…

ନିଜ ନକ୍ଷତ୍ରରେ ଶନି କଲେ ପ୍ରବେଶ: ୩ ରାଶିଙ୍କ ପଲଟିଯିବ ଭାଗ୍ୟ, ବ୍ୟବସାୟରେ ବମ୍ପର ଲାଭ ଘରକୁ ଆସିବ ଖୁସିଖବର

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ରାଶି ପରିବର୍ତ୍ତନଠାରୁ ଆରମ୍ଭ କରି ନକ୍ଷତ୍ର ଗୋଚରକୁ ମଧ୍ୟ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନାଯାଏ। ଶନିଙ୍କ ଗତିବିଧିର ପ୍ରଭାବ ୧୨ଟି ରାଶି ଉପରେ…

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…

ସଞ୍ଜୁଙ୍କୁ ଦେଖି ପାକିସ୍ତାନୀ ଫ୍ୟାନ୍‌ କହିଲେ ‘ଆଇ ଲଭ ୟୁ’: କଲେ ଏମିତି ଅନୁରୋଧ, ଶୁଣିକି ସମସ୍ତେ…ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨୫।୯: ଜାପାନର ସାନୋ ସହରରେ ଖେଳାଯାଇଥିବା ଭାରତ-ଜାପାନ ଏକମାତ୍ର ଟି-୨୦ ମ୍ୟାଚ ପରେ ମୈଦାନ ବାହାରେ ଦେଖିବାକୁ ମିଳିଥିଲା ଏକ ମଜାଦାର ଦୃଶ୍ୟ। ଭାରତୀୟ ଷ୍ଟାର ବ୍ୟାଟର…

‘ଦୃଶ୍ୟମ ୩’କୁ ନେଇ ବଢୁଛି କ୍ରେଜ୍‌: ଓପନିଂ ଡେ’ରେ ୫୦ କୋଟି ଟାର୍ଗେଟ୍‌

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ସସ୍ପେନ୍ସ-ଥ୍ରିଲର୍‌ ଫ୍ରାଞ୍ଚାଇଜ ‘ଦୃଶ୍ୟମ’ର ତୃତୀୟ ଭାଗକୁ ନେଇ ଦର୍ଶକଙ୍କ ଉତ୍ସାହ ବଢ଼ିବାରେ ଲାଗିଛି। ଅଜୟ ଦେବଗନଙ୍କ ଅଭିନୀତ ‘ଦୃଶ୍ୟମ ୩’ ୨ ଅକ୍ଟୋବର…

ଟିମ ଇଣ୍ଡିଆରେ ବୈଭବଙ୍କୁ ସ୍ଥାନ ଦେବାକୁ ହେଲେ କାହାର କଟିବ ଟିକେଟ! ଏହି ୨ କ୍ରିକେଟର ନାଁ ନେଇ ସାଂଘାତିକ ବୟାନ ଦେଲେ…

ନୂଆଦିଲ୍ଲୀ,୨୫।୯: ଯୁବ ବ୍ୟାଟର୍‌ ବୈଭବ ସୂର୍ଯ୍ୟବଂଶୀଙ୍କୁ ଦୀର୍ଘ ସମୟ ପର୍ଯ୍ୟନ୍ତ ଭାରତୀୟ ଦଳର ପ୍ଲେଇଂ ଇଲେଭେନରୁ ବାହାରେ ରଖିବା ସହଜ ହେବ ନାହିଁ ବୋଲି ମତ ଦେଇଛନ୍ତି…

୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର: ଏମାନଙ୍କୁ ମିଳିବ ୧.୫୨ ଲକ୍ଷ ଟଙ୍କା…

ନୂଆଦିଲ୍ଲୀ,୨୫।୯: ୮ମ ବେତନ କମିଶନକୁ ନେଇ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଛି। ନୂଆ ବେତନ ବ୍ୟବସ୍ଥା ଲାଗୁ ହେଲେ ଦରମା କେତେ ବଢ଼ିବ, ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?