ଦ୍ୱିତୀୟ ଡୋଜ୍‌ ହିତାଧିକାରୀଙ୍କୁ ଅଗ୍ରାଧିକାର ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୪।୫(ବ୍ୟୁରୋ): ରାଜ୍ୟରେ ଟିକା ଅଭାବ ଯୋଗୁ ଦ୍ୱିତୀୟ ଡୋଜ୍‌ ନେବାକୁ ଥିବା ହିତାଧିକାରୀ ଟିକାକରଣରୁ ବଞ୍ଚତ୍ତ ହେଉଛନ୍ତି। ତେଣୁ ଏବେ ଦ୍ୱିତୀୟ ଡୋଜ୍‌ ହିତାଧିକାରୀଙ୍କୁ ପ୍ରାଥମିକତା ଦେବା ପାଇଁ ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶ ଦେଇଛି। ଏ ନେଇ ସୋମବାର ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ସମସ୍ତ ଜିଲାପାଳ, ମହାନଗର ନିଗମ କମିଶନର ଓ ଜିଲା ଚିକିତ୍ସାଧିକାରୀଙ୍କୁ ଚିଠି ଲେଖିଛନ୍ତି। ସେ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ଏପ୍ରିଲ ୨୯ ସୁଦ୍ଧା ରାଜ୍ୟରେ ୮,୯୦,୯୧୮ ହିତାଧିକାରୀ (ସ୍ବାସ୍ଥ୍ୟକର୍ମୀ, ସମ୍ମୁଖ ଯୋଦ୍ଧା, ୪୫ ବର୍ଷ ଓ ଊର୍ଦ୍ଧ୍ୱ ବୟସର ବ୍ୟକ୍ତି) ଟିକା ନେଇ ପାରି ନାହାନ୍ତି। କେନ୍ଦ୍ର ସରକାରଙ୍କ ସୀମିତ ଟିକା ଯୋଗାଣ ଯୋଗୁ ଏ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁମାନେ ଦ୍ୱିତୀୟ ଡୋଜ୍‌ ଟିକା ନେଇ ନାହାନ୍ତି, ତାହାର ତାଲିକା କରିବାକୁ କୁହାଯାଇଛି। ପ୍ରଥମେ ଯେଉଁମାନେ ଦ୍ୱିତୀୟ ଡୋଜ୍‌ ଟିକା ନେଇନାହାନ୍ତି ସେମାନଙ୍କୁ ଟିକା ଦିଆଯିବ। ଏହାପରେ ଯଦି ଟିକା ବଳିବ ତେବେ ଅନ୍ୟ ସ୍ବାସ୍ଥ୍ୟକର୍ମୀ ଓ ସମ୍ମୁଖ ଯୋଦ୍ଧାଙ୍କୁ ପ୍ରଥମ ଡୋଜ୍‌ ଟିକା ଦିଆଯାଇପାରିବ। ଏହାପରେ ଯଦିବି ଟିକା ବଳେ ତେବେ ଅନ୍ୟ ବର୍ଗର ହିତାଧିକାରୀଙ୍କୁ ଟିକା ଦେବା ପାଇଁ ସେ ଚିଠିରେ ଲେଖିଛନ୍ତି।

ସରକାରୀ ହସ୍ପିଟାଲରେ ନେଇହେବ ଦ୍ୱିତୀୟ ଡୋଜ୍‌ ଟିକା

ସାରା ଦେଶରେ ତୃତୀୟ ପର୍ଯ୍ୟାୟ ଟିକାକରଣ ଆରମ୍ଭ ହୋଇଛି। ତେଣୁ ମେ’ ୧ରୁ ଘରୋଇ ହସ୍ପିଟାଲକୁ ଆଉ ରାଜ୍ୟ ସରକାର ଟିକା ଦେଉନାହାନ୍ତି। କେନ୍ଦ୍ର ସରକାରଙ୍କ ନିୟମାନୁସାରେ, ଏଣିକି ଘରୋଇ ହସ୍ପିଟାଲଗୁଡ଼ିକ ସିଧାସଳଖ ଟିକା ଉପତ୍ାଦନକାରୀ ସଂସ୍ଥାଠାରୁ ଆଣିପାରିବେ। ଏହି ଆଧାରରେ ଯେଉଁମାନେ ଏବେ ଘରୋଇ ହସ୍ପିଟାଲରେ ଟିକା ନେବେ ଧାର୍ଯ୍ୟ ମୂଲ୍ୟ ଦେବାକୁ ପଡିବ। ତେବେ ଯେଉଁମାନେ ପ୍ରଥମ ଡୋଜ୍‌ ଘରୋଇ ହସ୍ପିଟାଲରେ ନେଇଛନ୍ତି, ସେମାନେ ଚାହିଁଲେ ସରକାରୀ ହସ୍ପିଟାଲରେ ଦ୍ୱିତୀୟ ଡୋଜ୍‌ ଟିକା ମାଗଣାରେ ନେଇପାରିବେ। ଯେଉଁମାନେ ଏପ୍ରିଲ ୩୦ ଏବଂ ଏହା ପୂର୍ବରୁ ପ୍ରଥମ ଡୋଜ୍‌ ଘରୋଇ ହସ୍ପିଟାଲରେ ନେଇଛନ୍ତି, ସେମାନଙ୍କୁ କେବଳ ସରକାରୀ ହସ୍ପିଟାଲରେ ଦ୍ୱିତୀୟ ଡୋଜ୍‌ ନେବାକୁ ଅନୁମତି ମିଳିବ। ଏହି ନିର୍ଦ୍ଦେଶକୁ ନିଜ ଜିଲାରେ ପାଳନ କରିବା ପାଇଁ ସୋମବାର ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ସମସ୍ତ ଜିଲାପାଳଙ୍କୁ ଚିଠି ଲେଖି ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ପେଲିସର ‘ଅପରେଶନ ଅନ୍ୱେଷଣ–୩’: ନିଖୋଜ ବ୍ୟକ୍ତିମାନଙ୍କୁ ବିଭିନ୍ନ ରାଜ୍ୟରୁ ….

ଛତ୍ରପୁର୨୫।୭(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ପେଲିସ ଜିଲାରେ ‘ଅପରେଶନ ଅନ୍ୱେଷଣ–୧’ ଓ ‘ଅପରେଶନ ଅନ୍ୱେଷଣ–୨’ର ବିପୁଳ ସଫଳତା ପରେ ଚଳିତ ମାସ ୧୮ ତାରିଖରୁ ୨୨ ତାରିଖ…

ହୃଦ୍‌ଘାତରେ ପ୍ରାଣ ହରାଇଲେ ବରିଷ୍ଠ ଶିକ୍ଷକ

କଲ୍ୟାଣସିଂହପୁର,୨୫ା୭(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ନାରାୟଣପୁର ପଞ୍ଚାୟତର ଶିରିପୁର ଗ୍ରାମର ବିଶିଷ୍ଟ ସମାଜସେବୀ ତଥା ଶିକ୍ଷକ ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ପରଲୋକରେ…

କିଏ ହେବେ ପରବର୍ତ୍ତି ଶିକ୍ଷା ମନ୍ତ୍ରୀ? ସଞ୍ଜୟ ରାଉତ କଲେଣି ବଡ଼ ଦାବି

ନୂଆଦିଲ୍ଲୀ,୨୫।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ, ଉଦ୍ଧବ ଗୋଷ୍ଠୀର ବରିଷ୍ଠ ନେତା ସଞ୍ଜୟ ରାଉତ, ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କ ସମ୍ପର୍କରେ ଏକ…

ଖାଲି ଧର୍ମେନ୍ଦ୍ରଙ୍କ ଇସ୍ତଫା ଚଳିବ ନାହିଁ, ଆମର ଆଉ ୨ ଦାବି ଏବେ ବି ବାକି ଥିବା କହି CJP…

ନୂଆଦିଲ୍ଲୀ,୨୫ା୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କକ୍ରୋଚ୍‌ ଜନତା ପାର୍ଟି (ସିଜେପି) ମୁଖ୍ୟ ଅଭିଜିତ୍‌ ଦୀପ୍‌କେ ତାଙ୍କର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଗଣତନ୍ତ୍ରରେ…

କ୍ୟାଟ୍ରିନାଙ୍କୁ ମିଳିଲା ବଡ଼ ଅଫର୍‌

ସାଉଥ୍‌ ସୁପରଷ୍ଟାର ପ୍ରଭାସଙ୍କ ଆଗାମୀ ଫିଲ୍ମ ‘ସ୍ପିରିଟ’ ଆଜିକାଲି ଚର୍ଚ୍ଚାରେ ରହିଛି। କିଛି ମାସ ପୂର୍ବରୁ ଦୀପିକା ପାଦୁକୋନ ଏହି ପ୍ରୋଜେକ୍ଟରୁ ଓହରି ଯାଇଥିଲେ। ତୃପ୍ତି ଡିମରି…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ମୁହଁ ଖୋଲିଲେ ଅଭିଜିତ ଦିପ୍‌କେ, ସିଧା କହିଦେଲେ ଏମିତି…ଜାତୀୟ ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୫।୭:ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। ଯୁବପିଢ଼ିଙ୍କ ଆକାଂକ୍ଷାକୁ ସମ୍ମାନ ଦେଇ…

ଦିଲ୍ଲୀ ଛାତ୍ର୍ର ଆନ୍ଦୋଳନକୁ ସମର୍ଥନ ଜଣାଇ ଗଣଧାରଣା: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରି…

ବଲାଙ୍ଗୀର,୨୫ା୭(ସୁନିଲ କୁମାର ମହାନ୍ତି): ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଦିଲ୍ଲୀରେ ଚାଲିଥିବା ଛାତ୍ର ଆନ୍ଦୋଳନ ସମର୍ଥନରେ ଶନିବାର…

ଜୁଆଆଡ୍ଡାରେ ଚଢ଼ାଉ: ୫ ଜଣଙ୍କୁ ଗିରଫ କଲା ପୋଲିସ, ସୁଯୋଗ ନେଇ ଅନ୍ୟମାନେ…

ଦିଗପହଣ୍ଡି୨୫ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଟିମ୍‌ ପୋଡ଼ାମାରି ଗ୍ରାମ ନିକଟ ଏକ କୁକୁଡ଼ାଫାର୍ମରେ ଚାଲିଥିବା ଜୁଆଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri