Posted inଜାତୀୟ

ଅଗଷ୍ଟରେ ଦ୍ୱିତୀୟ ଦେଶୀ ଟିକା

ନୂଆଦିଲ୍ଲୀ, ୪।୬(ଆଇଏଏନ୍‌ଏସ୍‌):କରୋନା ମହାମାରୀ ମୁକାବିଲାରେ ସାମିଲ ହେବାକୁ ଯାଉଛି ଭାରତ ନିର୍ମିତ ଦ୍ୱିତୀୟ ଟିକା ‘କର୍ବେଭାକ୍ସ’। ହାଇଦ୍ରାବାଦର ବାୟୋଲୋଜିକାଲ-ଇ ପ୍ରସ୍ତୁତ କରୁଥିବା ଏହି ଦେଶୀ ଟିକାର ଚୂଡ଼ାନ୍ତ ପର୍ଯ୍ୟାୟ କ୍ଲିନିକାଲ ପରୀକ୍ଷା ଚାଲିଛି। ତେବେ ପ୍ରଥମ ଓ ଦ୍ୱିତୀୟ ପରୀକ୍ଷାରେ ପ୍ରଭାବ ଭଲ ରହିଥିବାରୁ ଆସନ୍ତା ଅଗଷ୍ଟ ସୁଦ୍ଧା ଏହା ବଜାରରେ ଉପଲବ୍ଧ ହେବ ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଏକ ବିବୃତିରେ କୁହାଯାଇଛିି। ଇତିମଧ୍ୟରେ କେନ୍ଦ୍ର ସରକାର ଉକ୍ତ କମ୍ପାନୀଠାରୁ ୩୦ କୋଟି ଡୋଜ୍‌ ଟିକା କିଣିବା ପାଇଁ ଚୁକ୍ତି ସ୍ବାକ୍ଷର କରିଛନ୍ତି। ଏ ବାବଦରେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ୧,୫୦୦ କୋଟି ଟଙ୍କା ଅଗ୍ରିମ ପୈଠ କରିବାକୁ ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। କର୍ବେଭାକ୍ସ ହେଉଛି ରିସେପ୍ଟର ବାଇଣ୍ଡିଂ ଡୋମେନ୍‌ (ଆର୍‌ବିଡି) ପ୍ରୋଟିନ୍‌ ସବ୍‌ୟୁନିଟ୍‌ ଟିକା। ଆମେରିକାର ଟେକ୍ସାସ୍‌ସ୍ଥିତ ବେଲୋର କଲେଜ୍‌ ଅଫ୍‌ ମେଡିସିନ (ବିସିଏମ୍‌) ସହ ମିଳିତ ଭାବେ ବାୟୋଲୋଜିକାଲ-ଇ ଏହି ଟିକାକୁ ବିକଶିତ କରିଛି।
ଭାରତୀୟ ଭେଷଜ ଗବେଷଣା ପରିଷଦ (ଆଇସିଏମ୍‌ଆର୍‌) ଏବଂ ଭାରତ ବାୟୋଟେକ୍‌ ପକ୍ଷରୁ ମିଳିତ ଭାବେ ପ୍ରସ୍ତୁତ କୋଭାକ୍ସିନ୍‌ ପରେ କର୍ବେଭାକ୍ସ ହେଉଛି ସ୍ବଦେଶୀ ଜ୍ଞାନକୌଶଳରେ ପ୍ରସ୍ତୁତ ଭାରତର ଦ୍ୱିତୀୟ କୋଭିଡ୍‌ ଟିକା। ଅଗଷ୍ଟରୁ ଡିସେମ୍ବର ମଧ୍ୟରେ ଆବଶ୍ୟକ ଡୋଜ୍‌ ଉତ୍ପାଦନ ହୋଇଯିବ ଏବଂ ଆଗାମୀ କିଛି ମାସରେ ଏହା ଉପଲବ୍ଧ ହେବ ବୋଲି ମନ୍ତ୍ରଣାଳୟ କହିଛି। ଟିକା ଅଭାବକୁ ନେଇ କେନ୍ଦ୍ର ସରକାର ସମାଲୋଚିତ ହୋଇଥିବାବେଳେ ଏହି ଦ୍ୱିତୀୟ ଦେଶୀ ଭାକ୍ସିନ ଟିକାକରଣ ଅଭିଯାନକୁ ଆଗେଇ ନେବାରେ ସହାୟକ ହେବ ବୋଲି କୁହାଯାଉଛି। ମନ୍ତ୍ରଣାଳୟ ସୂଚନା ଅନୁଯାୟୀ ବାୟୋଟେକ୍‌ନୋଲୋଜି ବିଭାଗ ବାୟୋଲୋଜିକାଲ-ଇକୁ ୧୦୦ କୋଟି ଟଙ୍କା ଆର୍ଥିକ ସହାୟତା ଯୋଗାଇଦେଇଥିଲା। ନୂଆ କୋଭିଡ୍‌ ଭାକ୍ସିନକୁ ସହାୟତା ପାଇଁ ଏହା ସରକାରଙ୍କ ମିଶନ୍‌ର ଅଂଶବିଶେଷ। ଉକ୍ତ ଟିକାକୁ ଭାକ୍ସିନ୍‌ ଆଡମିନିଷ୍ଟ୍ରେଶନ ଜାତୀୟ ବିଶେଷଜ୍ଞ ଗୋଷ୍ଠୀର ଅନୁମୋଦନ ପାଇଁ ସୁପାରିସ କରାଯାଇଛି। ଏହା ବ୍ୟତୀତ ବାୟୋଲୋଜିକାଲ-ଇ ଜନ୍‌ସନ ଆଣ୍ଡ ଜନ୍‌ସନ କମ୍ପାନୀ ଟିକା ବାର୍ଷିକ ୬୦ କୋଟି ଡୋଜ୍‌ ପ୍ରସ୍ତୁତ କରିବା ଲାଗି ଅନ୍ୟ ଏକ ଚୁକ୍ତି ସ୍ବାକ୍ଷର କରିଛି। ଭାରତରେ ଏମ୍‌ଆର୍‌ଏନ୍‌ଏ କୋଭିଡ୍‌-୧୯ ଟିକା ଉତ୍ପାଦନ ପାଇଁ ଉକ୍ତ କମ୍ପାନୀ ପ୍ରୋଭିଡେନ୍ସ ଥେରାପ୍ୟୁଟିକ୍ସ ହେଲ୍ଡିଂସ୍‌ ସହ ଚୁକ୍ତି ସ୍ବାକ୍ଷର କରିଥିଲା। ପ୍ରକାଶ ଯେ ବର୍ତ୍ତମାନ ସୁଦ୍ଧା ଭାରତରେ ୩ ପ୍ରକାର କୋଭିଡ୍‌ ଟିକା ଉପଲବ୍ଧ ହେଉଛି। କୋଭିଶିଲ୍ଡ ବ୍ରିଟେନରେ ବିକଶିତ ହୋଇଥିବାବେଳେ ପୁଣେର ସିରମ୍‌ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଇଣ୍ଡିଆ (ଏସ୍‌ଆଇଆଇ) ଏହାକୁ ଉତ୍ପାଦନ କରୁଛି। ସେହିପରି ରୁଷିଆରେ ବିକଶିତ ‘ସ୍ପୁଟ୍‌ନିକ-ଭି’ର ଭାରତୀୟ ଉତ୍ପାଦନକାରୀ କମ୍ପାନୀ ହେଉଛି ହାଇଦ୍ରାବାଦର ଡକ୍ଟର ରେଡ୍ଡୀସ୍‌।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି, ରାହୁଲଙ୍କୁ ନୋଟିସ ଜାରି କଲେ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୨୫ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ନିର୍ବାଚନ ଆୟୋଗ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ମୋଦି ଏବଂ ରାହୁଲଙ୍କ ଭାଷଣକୁ...

ଅରୁଣାଚଳ-ଚାଇନା ସୀମାରେ ପ୍ରବଳ ବର୍ଷା, ଭୂସ୍ଖଳନରେ ଧୋଇଗଲା ରାଜପଥ

ଇଟାନଗର,୨୫ା୪: ଦେଶର ଅଧିକାଂଶ ଅଞ୍ଚଳରେ ପ୍ରବଳ ଖରାଗରମ ହେଉଥିବା ବେଳେ ଅରୁଣାଚଳ ପ୍ରଦେଶରେ ପ୍ରବଳ ବର୍ଷା ହୋଇଛି। ଚାଇନା ସୀମାନ୍ତ ଅରୁଣାଚଳ ପ୍ରଦେଶରେ ଲଗାତର ବର୍ଷା...

କ୍ରାସ୍‌ ହେଲା ବାୟୁସେନା ବିମାନ: ଉଡିଗଲା ପଙ୍ଖା

ନୂଆଦିଲ୍ଲୀ,୨୫।୪: ରାଜସ୍ଥାନର ଜୈସଲମେର ନିକଟରେ ବିମାନ ଉଡ଼ାଣ ସମୟରେ ଏକ ଭାରତୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟର ବିଷୟ ହେଉଛି ଏହି ଦୁର୍ଘଟଣାରେ ଜୀବନହାନୀ...

ଭୋଟ ଦେଇଥିବା ପ୍ରମାଣ କଲେ ରେଷ୍ଟୁରାଣ୍ଟରେ ମିଳିବ ଡିସକାଉଣ୍ଟ, ଫ୍ରିରେ ମିଳିବ ବିଅର

ନୂଆଦିଲ୍ଲୀ,୨୫।୪: ଆରମ୍ଭ ହୋଇଯାଇଛି ଗଣତନ୍ତ୍ରର ମହାପର୍ବ ନିର୍ବାଚନ। ଏପ୍ରିଲ ୧୯ରେ ପ୍ରଥମ ପର୍ଯ୍ୟାୟ ମତଦାନ ସରିଥିବାବେଳେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେବାକୁ ଯାଉଛି। ତେବେ...

କଂଗ୍ରେସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ପ୍ରଧାନମନ୍ତ୍ରୀ ମୋଦି

ଭୋପାଳ,୨୫।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୋରେନାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଥିଲେ। ଏହି ସମୟରେ ସେ...

କାହିଁକି କେଜ୍‌ରିୱାଲଙ୍କୁ କରାଗଲା ଗିରଫ: ସୁପ୍ରିମକୋର୍ଟରେ କହିଲା ଇଡି

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ସିଏମ ଅରବିନ୍ଦ କେଜ୍‌ରିୱାଲଙ୍କ ଆବେଦନକୁ ବିରୋଧ କରି ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ସୁପ୍ରିମକୋର୍ଟରେ ଏକ ଆଫିଡେଭିଟ ଦାଖଲ କରିଛି। ଦାଖଲ ହୋଇଥିବା ଆଫିଡେଭଟ୍‌ରେ...

ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ପକ୍ଷରୁ କ୍ଲିନଚିଟ୍‌, ହିନ୍ଦୁ ଦେବୀଦେବତାଙ୍କ ନାମରେ ମାଗି ନାହାନ୍ତି ଭୋଟ୍‌

ନୂଆଦିଲ୍ଲୀ,୨୫।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ଦ୍ୱାରା କ୍ଲିନଚିଟ୍‌। ମୋଦିଙ୍କ ନାମରେ ହିନ୍ଦୁ ଦେବୀଦେବତାଙ୍କ ନାଁରେ ଭୋଟ ମାଗୁଥିବା ଅଭିଯୋଗ ହୋଇଥିଲା। ଯାହାକୁ ଗୁରୁବାର...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri