ସ୍କୁଲରେ ଶିକ୍ଷକଙ୍କ ଦ୍ୱିତୀୟ ବିବାହ ଚର୍ଚ୍ଚା,ଥାନାରେ ପ୍ରଥମ ସ୍ତ୍ରୀଙ୍କ ଏତଲା

ଦାରିଙ୍ଗବାଡ଼ି(ଡି.ଏନ୍‌.ଏ.)/ ଫୁଲବାଣୀ ଅଫିସ, ୧୬ା୨: କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ଏକ ବିଦ୍ୟାଳୟର ଜଣେ ଶିକ୍ଷକ ସେହି ସ୍କୁଲରେ ଦ୍ୱିତୀୟ ବିବାହ କରିଥିବା ଚର୍ଚ୍ଚା ହେଉଛି। ସ୍କୁଲରେ ପାଠପଢ଼ା ସମୟରେ ସମ୍ପୃକ୍ତ ଶିକ୍ଷକ ଜଣଙ୍କ ଅନ୍ୟ ଶିକ୍ଷୟିତ୍ରୀଶିକ୍ଷକଙ୍କ ଉପସ୍ଥିତିରେ ଜଣେ ଯୁବତୀଙ୍କ ସହ କେକ୍‌ କାଟି ଫୁଲମାଳ ଆଦାନପ୍ରଦାନ କରୁଥିବାର ଏକ ଭିଡିଓ ଭାଇରାଲ ହେଉଛି। ଶିକ୍ଷକଙ୍କ ପ୍ରଥମ ସ୍ତ୍ରୀ ଏ ନେଇ ବାଲିଗୁଡା ଥାନାରେ ଏତଲା ଦେଇଛନ୍ତି। ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ସୂଚନା ଅନୁସାରେ, ୨୦୦୩ରେ ଶିକ୍ଷକ ଜଣକ ପ୍ରଥମ ବିବାହ କରିଥିଲେ। ୩ ବର୍ଷ ପରେ ଏକ କନ୍ୟା ସନ୍ତାନ ଜନ୍ମ ହେବାରୁ ପାରିବାରିକ ଅଶାନ୍ତି ଆରମ୍ଭ ହୋଇଥିଲା। ସ୍ତ୍ରୀଙ୍କୁ ସେ ଶାରୀରିକ ଓ ମାନସିକ ନିର୍ଯାତନା ଦେଉଥିବା ଅଭିଯୋଗ ହୋଇଥିଲା। ପରେ ଶିକ୍ଷକ ବାଲିଗୁଡା କୋର୍ଟରେ ଛାଡ଼ପତ୍ର ପାଇଁ ଆବେଦନ କରିଥିଲେ। କୋର୍ଟରେ ମାମଲା ଚାଲିଥିବା ବେଳେ ସେ ଜଣେ ଯୁବତୀଙ୍କୁ ଭଲ ପାଇ ତାଙ୍କୁ ଗତ ୬ତାରିଖରେ ସ୍କୁଲରେ ବିବାହ କରିଥିବା ଚର୍ଚ୍ଚା ହେଉଛି। ପ୍ରଥମ ସ୍ତ୍ରୀ ଏହି ଖବର ପାଇ ବାଲିଗୁଡା ଥାନାରେ ଏତଲା ଦେଇଛନ୍ତି। ଏ ନେଇ ନଂ.୨୧/୨୩ରେ ମାମଲା ରୁଜୁ ହୋଇଥିବା ଥାନାଧିକାରୀ ବାବା ଶଙ୍କର ଶରାଫ ସୂଚନା ଦେଇଛନ୍ତି। ଏ ନେଇ ଦାରିଙ୍ଗବାଡି ବିଇଓ ରସାନନ୍ଦ କରଙ୍କ ସହ ଯୋଗାଯୋଗ କରିବାରୁ ଭାଇରାଲ ହେଉଥିବା ଭିଡିଓ ଆଧାରରେ ଘଟଣାର ତଦନ୍ତ କରିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦୁର୍ଗାଙ୍କ ନବରାତ୍ର ପୂଜା ଆରମ୍ଭ, ଉତ୍ସବ ମୁଖର ଗାଁଠୁ ସହର

ଛତ୍ରପୁର ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକଟ: ୧୧।୧୦: ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ଅଗସ୍ତି ନୂଆଗାଁ ଗ୍ରାମର କଲ୍ୟାଣୀ ଯୁବକ ସଂଘ ପକ୍ଷରୁ ରବିବାର ମା’ ଦୁର୍ଗାଙ୍କ…

କିଶନନଗର ତହସିଲରେ ନୂଆ ନିଯୁକ୍ତିକୁ ନେଇ ବିବାଦ, କାର୍ଯ୍ୟାନୁଷ୍ଠାନ ଦାବି କଲା କଂଗ୍ରେସ

କଟକ ସଦର,୧୧।୧୦(ସୁଶାନ୍ତ କୁମାର ଜେନା): କଟକ ଜିଲା କିଶନ ନଗର ତହସିଲ କାର୍ଯ୍ୟାଳୟ ରେ ଜଣେ ଅଧିକାରିଣୀ ତହସିଲଦାର ଭାବେ ଯୋଗ ଦେଉଥିବା ଖବର ରବିବାର ଗଣମାଧ୍ୟମରେ…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ଖୋଳିବାରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା, ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ୧୬୩ ଧାରା ଜାରି

ସାକ୍ଷୀଗୋପାଳ,୧୧ା୧୦(କିଶୋର ମହାପାତ୍ର/ପ୍ରଶାନ୍ତ ବାରିକ): ଶାସକ ଓ ବିରୋଧୀ ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା ଥିବାରୁ ସତ୍ୟବାଦୀ ପ୍ରଶାସନ ପକ୍ଷରୁ ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ବିଏନଏସ୍‌ର…

କୁଶପଲ୍ଲୀ ଚଳଚଞ୍ଚଳ: ମା’ ଚାମୁଣ୍ଡାଙ୍କ ପୀଠରେ ଆରମ୍ଭ ହେଲା ନବରାତ୍ର ପୂଜା

ଗଞ୍ଜାମ,୧୧ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ୍‌ ମଲାଡ଼ ପଞ୍ଚାୟତ ଅନ୍ତର୍ଗତ କୁଶପଲ୍ଲୀସ୍ଥିତ ମା’ ଚାମୁଣ୍ଡାଙ୍କ ପୀଠରେ ଶାରଦୀୟ ଦୁର୍ଗାପୂଜା ଅବସରରେ ୯ ଦିନବ୍ୟାପୀ ନବରାତ୍ର ପୂଜା ଓ ଅଖଣ୍ଡ…

୮ ବର୍ଷ ପରେ ବି କାର୍ଯ୍ୟକ୍ଷମ ହୋଇପାରିଲାନି ଛାତ୍ରୀନିବାସ: ଭୂତକୋଠି ପାଲଟିଛି କୋଟି ଟଙ୍କାର କୋଠା

ଗୁଡ଼ାରି, ୧୦।୧୦ (ପ୍ରମୋଦ କୁମାର ପତି): ଆଦିବାସୀ ଛାତ୍ରୀମାନଙ୍କୁ ଉଚ୍ଚଶିକ୍ଷା ପ୍ରଦାନ ଓ ସେମାନଙ୍କ ଶିକ୍ଷାକୁ ପ୍ରୋତ୍ସାହନ ଦେବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ମାତ୍ର…

ଖଡ଼ିଆଳ କଲେଜ ସାଇନ୍‌ ଡାଏ: ଅଧ୍ୟକ୍ଷଙ୍କ ଇସ୍ତଫା ଦାବି ନେଇ ତେଜିଲା ଛାତ୍ର ଆନ୍ଦୋଳନ

ଖଡ଼ିଆଳ,୧୧ା୧୦(ସୁଜିତ୍‌ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବା ଘଟଣାକୁ ନେଇ କ୍ୟାମ୍ପସରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।…

ବାଘଛାଲ କାରବାର ଘଟଣାର ୪ ଅଭିଯୁକ୍ତ ଗିରଫ, କେତେଦୂର ଲମ୍ବିଛି ଚେର, ଜାରି ରହିଛି ଖୋଳତାଡ଼

ମୋହନା,୧୧ା୧୦(ମନ୍ମଥ ମିଶ୍ର): କଲରାପତରିଆ ବାଘଛାଲ କାରବାର ଘଟଣାରେ ବନ ବିଭାଗ ୪ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଗଜପତି ଜିଲା ମୋହନା ବନାଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?