Posted inରାଜ୍ୟ

ସ୍କୁଲ ରୂପାନ୍ତର ପିଲାଙ୍କ ସ୍ବପ୍ନରେ ଡେଣା ଯୋଡ଼ିଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨।୬(ବ୍ୟୁରୋ): ରାଜ୍ୟରେ ବୁଧବାରଠାରୁ ଆରମ୍ଭ ହୋଇଛି ଦ୍ବିତୀୟ ପର୍ଯ୍ୟାୟ ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ। ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୧୦୭୦ଟି ହାଇସ୍କୁଲର ରୂପାନ୍ତର ହୋଇଥିବା ବେଳେ ଦ୍ବିତୀୟ ପର୍ଯ୍ୟାୟରେ ୨୯୦୮ଟି ହାଇସ୍କୁଲର ରୂପାନ୍ତରଣ ହୋଇଛି। ରାଜ୍ୟର ୫ଟି ଜିଲା ଖୋର୍ଦ୍ଧା, ବୌଦ୍ଧ, ମାଲକାନଗିରି, ସୋନପୁର ଓ ମୟୂରଭଞ୍ଜର ୫୩୨ଟି ରୂପାନ୍ତରିତ ସ୍କୁଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଛନ୍ତି।

ଏହି ଅବସରରେ ପିଲାମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ପ୍ରତ୍ୟେକ ପିଲା ସ୍ବତନ୍ତ୍ର। ତାଙ୍କ ଭିତରେ ଭରି ରହିଛି ବିପୁଳ ସମ୍ଭାବନା। ପିଲାଙ୍କ ଆଖିରେ ଅଛି ଜୀବନରେ କିଛି ବଡ଼ କରିବାର ସ୍ବପ୍ନ। ସ୍କୁଲ ରୂପାନ୍ତର ପିଲାମାନଙ୍କ ଏହି ସ୍ବପ୍ନରେ ଡେଣା ଯୋଡ଼ିପାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହା ପିଲାମାନଙ୍କ ପାଇଁ ନୂଆ ସୁଯୋଗ ଆଣିଛି। ପିଲାମାନଙ୍କ ସ୍ବପ୍ନ ସାକାର ହେଲେ, ନୂଆ ଓଡ଼ିଶାର ଲକ୍ଷ୍ୟ ପୂରଣ ହେବ ଓ ନୂଆ ଓଡ଼ିଶା ଗଠନର ଭିତ୍ତି ସ୍ଥାପନ ହେବ।

ସ୍କୁଲ ଯେଉଁ ନୂଆ ରୂପ ନେଇଛି, ତାହା ପିଲାମାନଙ୍କ ଭିତରେ ଆନନ୍ଦ ଓ ଉତ୍ସାହ ଭରି ଦେଇଛି। ଏହା ସେମାନଙ୍କ ମଧ୍ୟରେ ନୂଆ ଆଶା ଓ ସଂକଳ୍ପ ସୃଷ୍ଟି କରିଛି। ସ୍କୁଲ ସମୟ ଜୀବନର ଶ୍ରେଷ୍ଠ ସମୟ। ଏ ରୂପାନ୍ତର ଆମର ପିଲାମାନଙ୍କୁ ଶ୍ରେଷ୍ଠ କରି ଗଢ଼ିତୋଳିବା ପାଇଁ ସୁଯୋଗ ସୃଷ୍ଟି କରିଛି। ଶିକ୍ଷା ହିଁ ଜୀବନରେ ସବୁଠାରୁ ବଡ଼ ରୂପାନ୍ତର ଆଣିଥାଏ। ଜୀବନର ଏ ଗୁରୁତ୍ୱପୂର୍ଣ୍ଣ ସମୟକୁ ଠିକ୍‌ ଭାବରେ ଉପଯୋଗ କର ଏବଂ ନିଜ ପାଇଁ, ନିଜ ପରିବାର ପାଇଁ ଓ ପ୍ରିୟ ଓଡ଼ିଶା ପାଇଁ ନୂଆ ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି। ଏ ରୂପାନ୍ତର ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ସ୍କୁଲ ମ୍ୟାନେଜମେଣ୍ଟ କମିଟି, ପଞ୍ଚାୟତ ପ୍ରତିନିଧି, ପୁରାତନ ଛାତ୍ର ସଂସଦ, ଶିକ୍ଷକ ଶିକ୍ଷୟିତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ।

ଏହି ଅବସରରେ ବିଭିନ୍ନ ସ୍ଥାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଉପସ୍ଥିତ ମନ୍ତ୍ରୀ ସୁଦାମ ମାର୍ଣ୍ଡି, ମନ୍ତ୍ରୀ ପଦ୍ମନାଭ ବେହେରା, ମନ୍ତ୍ରୀ ନିରଞ୍ଜନ ପୂଜାରୀ ଓ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଏମ୍‌ପି ରମେଶ ମାଝି ଏବଂ ବିଧାୟକ ପ୍ରଦୀପ ଅମାତ ପ୍ରମୁଖ ଉଦ୍‌ବୋଧନ ଦେଇ ୫-ଟି ସ୍କୁଲ ରୂପାନ୍ତରଣ ପିଲାଙ୍କ ଭିତରେ କିପରି ଉତ୍ସାହ ସୃଷ୍ଟି କରିଛି ତା’ ଉପରେ ଆଲୋକପାତ କରିଥିଲେ। ମୟୂରଭଞ୍ଜରୁ ପୂର୍ଣ୍ଣିମା, ସୋନପୁରରୁ ମୌସୁମୀ, ବୌଦ୍ଧରୁ ରାଜଶ୍ରୀ, ମାଲକାନଗିରିରୁ ହିତାକାଂକ୍ଷୀ ଓ ଖୋର୍ଦ୍ଧାରୁ ପର୍ଶୁରାମ ଆଦି ଛାତ୍ରୀଛାତ୍ର ସେମାନଙ୍କ ବକ୍ତବ୍ୟରେ ସ୍କୁଲ ରୂପାନ୍ତର କିପରି ସେମାନଙ୍କ ମନରେ ଆଶା ଓ ବିଶ୍ୱାସ ଭରି ଦେଇଛି ତାହା ବର୍ଣ୍ଣନା କରିଥିଲେ। ସେମାନଙ୍କ ସ୍କୁଲ ଏବେ ଭୁବନେଶ୍ୱରର ସ୍କୁଲମାନଙ୍କଠାରୁ କିଛି କମ୍‌ ନୁହେଁ କହି ଖୁସି ପ୍ରକାଶ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି. କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ଗୋଟିଏ ଦିନରେ ୫ଟି ଜିଲାର ରେକର୍ଡ ୫୩୨ଟି ହାଇସ୍କୁଲ ଲୋକାର୍ପିତ ହୋଇଛି। ସେଥିରୁ ମୟୂରଭଞ୍ଜରେ ସର୍ବାଧିକ ୩୩୯ଟି, ସୋନପୁରରେ ୪୧ଟି, ବୌଦ୍ଧରେ ୨୪ଟି, ମାଲକାନଗିରିରେ ୪୭ଟି ଓ ଖୋର୍ଦ୍ଧାରେ ୮୧ଟି ହାଇସ୍କୁଲ ଲୋକାର୍ପିତ ହୋଇଛି। ଏହା ଜୁନ୍‌ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ଗସ୍ତ ପୂର୍ବରୁ ଆୟର୍ଲାଣ୍ଡରେ ଟି୨୦ ସିରିଜ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୯ା୩: ବିଶ୍ୱ ଚାମ୍ପିୟନ ଭାରତ, ଇଂଲଣ୍ଡରେ ଧଳା ବଲ ସିରିଜ୍‌ ଖେଳିବା ପୂର୍ବରୁ ଆସନ୍ତା ଜୁନରେ ଆୟର୍ଲାଣ୍ଡ ବିପକ୍ଷରେ ଏକ ଟି୨୦ ସିରିଜ୍‌ ଖେଳିବ। ଆୟର୍ଲାଣ୍ଡର ଡାଇରେକ୍ଟର…

କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ

ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

ତାରାତାରିଣୀ ପୀଠରେ ବାସନ୍ତିକ ନବରାତ୍ରୀ ଉତ୍ସବ ଆରମ୍ଭ: ବେଦମନ୍ତ୍ରରେ ପ୍ରକମ୍ପିତ ରତ୍ନଗିରି ପାହାଡ଼

ପୁରୁଷୋତ୍ତମପୁର,୧୯।୩(ସବିତା ମିଶ୍ର): ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଶକ୍ତିପୀଠ ତଥା ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଗୁରୁବାର ରାତିରୁ ମହାସମାରୋହରେ ଆରମ୍ଭ ହୋଇଛି ବାସନ୍ତିକ…

ପୁଣି କିମ୍‌ ଯଙ୍ଗ୍‌ ଉନ୍‌ ବିଜୟୀ

ପୋଙ୍ଗୟାଙ୍ଗ୍‌ ,୧୯ା୩: ଉତ୍ତର କୋରିଆ ଶାସକ କିମ୍‌ ଯଙ୍ଗ୍‌ ଉନ୍‌ ଜାତୀୟ ନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି। ୧୫ତମ ସୁପ୍ରିମ ପିପୁଲ୍ସ ଆସେମ୍ବ୍ଲି ପାଇଁ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri