Posted inରାଜ୍ୟ

ସ୍କୁଲ ରୂପାନ୍ତର ପିଲାଙ୍କ ସ୍ବପ୍ନରେ ଡେଣା ଯୋଡ଼ିଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨।୬(ବ୍ୟୁରୋ): ରାଜ୍ୟରେ ବୁଧବାରଠାରୁ ଆରମ୍ଭ ହୋଇଛି ଦ୍ବିତୀୟ ପର୍ଯ୍ୟାୟ ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ। ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୧୦୭୦ଟି ହାଇସ୍କୁଲର ରୂପାନ୍ତର ହୋଇଥିବା ବେଳେ ଦ୍ବିତୀୟ ପର୍ଯ୍ୟାୟରେ ୨୯୦୮ଟି ହାଇସ୍କୁଲର ରୂପାନ୍ତରଣ ହୋଇଛି। ରାଜ୍ୟର ୫ଟି ଜିଲା ଖୋର୍ଦ୍ଧା, ବୌଦ୍ଧ, ମାଲକାନଗିରି, ସୋନପୁର ଓ ମୟୂରଭଞ୍ଜର ୫୩୨ଟି ରୂପାନ୍ତରିତ ସ୍କୁଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଛନ୍ତି।

ଏହି ଅବସରରେ ପିଲାମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ପ୍ରତ୍ୟେକ ପିଲା ସ୍ବତନ୍ତ୍ର। ତାଙ୍କ ଭିତରେ ଭରି ରହିଛି ବିପୁଳ ସମ୍ଭାବନା। ପିଲାଙ୍କ ଆଖିରେ ଅଛି ଜୀବନରେ କିଛି ବଡ଼ କରିବାର ସ୍ବପ୍ନ। ସ୍କୁଲ ରୂପାନ୍ତର ପିଲାମାନଙ୍କ ଏହି ସ୍ବପ୍ନରେ ଡେଣା ଯୋଡ଼ିପାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହା ପିଲାମାନଙ୍କ ପାଇଁ ନୂଆ ସୁଯୋଗ ଆଣିଛି। ପିଲାମାନଙ୍କ ସ୍ବପ୍ନ ସାକାର ହେଲେ, ନୂଆ ଓଡ଼ିଶାର ଲକ୍ଷ୍ୟ ପୂରଣ ହେବ ଓ ନୂଆ ଓଡ଼ିଶା ଗଠନର ଭିତ୍ତି ସ୍ଥାପନ ହେବ।

ସ୍କୁଲ ଯେଉଁ ନୂଆ ରୂପ ନେଇଛି, ତାହା ପିଲାମାନଙ୍କ ଭିତରେ ଆନନ୍ଦ ଓ ଉତ୍ସାହ ଭରି ଦେଇଛି। ଏହା ସେମାନଙ୍କ ମଧ୍ୟରେ ନୂଆ ଆଶା ଓ ସଂକଳ୍ପ ସୃଷ୍ଟି କରିଛି। ସ୍କୁଲ ସମୟ ଜୀବନର ଶ୍ରେଷ୍ଠ ସମୟ। ଏ ରୂପାନ୍ତର ଆମର ପିଲାମାନଙ୍କୁ ଶ୍ରେଷ୍ଠ କରି ଗଢ଼ିତୋଳିବା ପାଇଁ ସୁଯୋଗ ସୃଷ୍ଟି କରିଛି। ଶିକ୍ଷା ହିଁ ଜୀବନରେ ସବୁଠାରୁ ବଡ଼ ରୂପାନ୍ତର ଆଣିଥାଏ। ଜୀବନର ଏ ଗୁରୁତ୍ୱପୂର୍ଣ୍ଣ ସମୟକୁ ଠିକ୍‌ ଭାବରେ ଉପଯୋଗ କର ଏବଂ ନିଜ ପାଇଁ, ନିଜ ପରିବାର ପାଇଁ ଓ ପ୍ରିୟ ଓଡ଼ିଶା ପାଇଁ ନୂଆ ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି। ଏ ରୂପାନ୍ତର ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ସ୍କୁଲ ମ୍ୟାନେଜମେଣ୍ଟ କମିଟି, ପଞ୍ଚାୟତ ପ୍ରତିନିଧି, ପୁରାତନ ଛାତ୍ର ସଂସଦ, ଶିକ୍ଷକ ଶିକ୍ଷୟିତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ।

ଏହି ଅବସରରେ ବିଭିନ୍ନ ସ୍ଥାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଉପସ୍ଥିତ ମନ୍ତ୍ରୀ ସୁଦାମ ମାର୍ଣ୍ଡି, ମନ୍ତ୍ରୀ ପଦ୍ମନାଭ ବେହେରା, ମନ୍ତ୍ରୀ ନିରଞ୍ଜନ ପୂଜାରୀ ଓ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଏମ୍‌ପି ରମେଶ ମାଝି ଏବଂ ବିଧାୟକ ପ୍ରଦୀପ ଅମାତ ପ୍ରମୁଖ ଉଦ୍‌ବୋଧନ ଦେଇ ୫-ଟି ସ୍କୁଲ ରୂପାନ୍ତରଣ ପିଲାଙ୍କ ଭିତରେ କିପରି ଉତ୍ସାହ ସୃଷ୍ଟି କରିଛି ତା’ ଉପରେ ଆଲୋକପାତ କରିଥିଲେ। ମୟୂରଭଞ୍ଜରୁ ପୂର୍ଣ୍ଣିମା, ସୋନପୁରରୁ ମୌସୁମୀ, ବୌଦ୍ଧରୁ ରାଜଶ୍ରୀ, ମାଲକାନଗିରିରୁ ହିତାକାଂକ୍ଷୀ ଓ ଖୋର୍ଦ୍ଧାରୁ ପର୍ଶୁରାମ ଆଦି ଛାତ୍ରୀଛାତ୍ର ସେମାନଙ୍କ ବକ୍ତବ୍ୟରେ ସ୍କୁଲ ରୂପାନ୍ତର କିପରି ସେମାନଙ୍କ ମନରେ ଆଶା ଓ ବିଶ୍ୱାସ ଭରି ଦେଇଛି ତାହା ବର୍ଣ୍ଣନା କରିଥିଲେ। ସେମାନଙ୍କ ସ୍କୁଲ ଏବେ ଭୁବନେଶ୍ୱରର ସ୍କୁଲମାନଙ୍କଠାରୁ କିଛି କମ୍‌ ନୁହେଁ କହି ଖୁସି ପ୍ରକାଶ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି. କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ଗୋଟିଏ ଦିନରେ ୫ଟି ଜିଲାର ରେକର୍ଡ ୫୩୨ଟି ହାଇସ୍କୁଲ ଲୋକାର୍ପିତ ହୋଇଛି। ସେଥିରୁ ମୟୂରଭଞ୍ଜରେ ସର୍ବାଧିକ ୩୩୯ଟି, ସୋନପୁରରେ ୪୧ଟି, ବୌଦ୍ଧରେ ୨୪ଟି, ମାଲକାନଗିରିରେ ୪୭ଟି ଓ ଖୋର୍ଦ୍ଧାରେ ୮୧ଟି ହାଇସ୍କୁଲ ଲୋକାର୍ପିତ ହୋଇଛି। ଏହା ଜୁନ୍‌ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ।


Enter your email to get our daily news in your inbox.

All Right Reserved By Dharitri.Com

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ...

ଆଜିଠୁ ଖରାଛୁଟି

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ରାଜ୍ୟରେ ଗୁରୁବାରଠାରୁ ସ୍କୁଲରେ ଗ୍ରୀଷ୍ମଛୁଟି ଆରମ୍ଭ ହେବ। ପାଠପଢ଼ା ବନ୍ଦ ରହିବ। କିନ୍ତୁ ଏହି ଛୁଟି ସମୟରେ ସମସ୍ତ ସରକାରୀ ଓ ସରକାରୀ...

‘ହିଞ୍ଜିଳି ଦାଦନଙ୍କ ସମ୍ପର୍କରେ ଶ୍ୱେତପତ୍ର ପ୍ରକାଶ କରନ୍ତୁ’

ଆଠମଲ୍ଲିକ,୨୫ା୪(ଉଦୀପ୍ତ ପୁରୋହିତ)ସମ୍ବଲପୁର ସଂସଦୀୟ କ୍ଷେତ୍ର ଅଧୀନରେ ଆସୁଥିବା ଅନୁଗୋଳ ଜିଲାର ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବୁଧବାର ନିର୍ବାଚନ ପ୍ରଚାର ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ...

ଗୋଷ୍ଠୀ କନ୍ଦଳରୁ ଫାଇଦା ଉଠାଇବାକୁ ପ୍ରୟାସ

ଖୋର୍ଦ୍ଧା/ବାଲିପାଟଣା,୨୫ା୪(ପ୍ରଭାତ ପାଣିଗ୍ରାହୀ/ଅଭିମନ୍ୟୁ ନାୟକ)ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ଜୟଦେବ ନିର୍ବାଚନମଣ୍ଡଳୀ ଅନୁସୂଚିତ ଜାତି (ଏସ୍‌ସି) ପାଇଁ ସଂରକ୍ଷିତ ରହିଛି। ଗତ ୩ଟି ନିର୍ବାଚନରେ ଏହି...

ମୋକିମଙ୍କ ଝିଅ ସୋଫିଆ ଲଢ଼ିପାରନ୍ତି ନିର୍ବାଚନ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ବାରବାଟୀ-କଟକ କଂଗ୍ରେସକୁ ଚିନ୍ତା ଘାରିଛି। ବରିଷ୍ଠ କଂଗ୍ରେସ ନେତା ଇଂ. ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର କରିଛନ୍ତି...

ବ୍ୟାପୁଛି ଜଙ୍ଗଲ ନିଆଁ, ବନ୍ୟଜନ୍ତୁ କଲବଲ

କେନ୍ଦୁଝର,୨୫ା୪(ଦୀପକ ମିଶ୍ର)କେନ୍ଦୁଝର ବନଖଣ୍ଡର ୭ଟି ରେଞ୍ଜ ଅନ୍ତର୍ଗତ ବିଭିନ୍ନ ଜଙ୍ଗଲରେ ନିଆଁ ଲାଗିଛି। ଏଥିରେ ବହୁ ମୂଲ୍ୟବାନ୍‌ ଗଛ ନଷ୍ଟ ହେଉଥିବା ବେଳେ ବନ୍ୟପ୍ରାଣୀ ଉତ୍ତାପରେ...

ଆଉ ସହି ହେବନି,ଏଥର ଭୋଟ ବର୍ଜନ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ପାଦଦେଶ ଯଦୁନାଥପୁର ପଞ୍ଚାୟତବାସୀ ଅବହେଳିତ ଓ ନିଷ୍ପେଷିିତ ଅବସ୍ଥାରେ ଜୀବନଯାପନ କରୁଛନ୍ତି। ଦେଶ ସ୍ବାଧୀନତାର ୭୭ବର୍ଷ ପରେ...

ପାଣି ପାଇଁ ଡହଳବିକଳ

ବଇଣ୍ଡା,୨୫।୪(ପରିକ୍ଷିତ ସାହୁ)ସାରା ରାଜ୍ୟରେ ଲାଗିରହିଛି ଗ୍ରୀଷ୍ମ ପ୍ରବାହ। ଅଧିକାଂଶ ସମୟରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଥିବାବେଳେ ଏବେ ଅନେକ ଅଞ୍ଚଳରେ ପାଣି ସମସ୍ୟା ଦେଖିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri