ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ଆରମ୍ଭ, ପ୍ରଥମ ଦିନରେ ଟିକା ନେଲେ ୮୧%

ଭୁବନେଶ୍ୱର, ୭।୨(ବ୍ୟୁରୋ): ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ଶନିବାରଠାରୁ ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ସମ୍ମୁଖ ଯୋଦ୍ଧାଙ୍କୁ ଟିକା ଦିଆଯାଉଛି। ପ୍ରଥମ ଦିନରେ ଟିକାକରଣରେ ରାଜ୍ୟର ବରିଷ୍ଠ ପ୍ରଶାସନିକ ଅଧିକାରୀ ସାମିଲ ହୋଇଛନ୍ତି। କେତେକ ଜିଲାପାଳ, ଏଡିଏମ୍‌, ଏସ୍‌ପି ଓ ଅନ୍ୟ ଜିଲାସ୍ତରୀୟ ଅଧିକାରୀ ଟିକା ନେବା ସହ ଅନ୍ୟ କୋଭିଡ୍‌ ଯୋଦ୍ଧାଙ୍କୁ ପ୍ରୋତ୍ସାହିତ କରିଛନ୍ତି। ଆଉ କେତେକ ସ୍ଥାନରେ ଜନପ୍ରତିନିଧିମାନେ ଟିକା ନେଇଥିବା ସୂଚନା ମିଳିଛି।
ଶନିବାର ୪୮,୪୪୬ ଜଣଙ୍କୁ ଟିକା ପ୍ରଦାନ ପାଇଁ ଲକ୍ଷ୍ୟ ରଖାଯାଇଥିବାବେଳେ ୮୧.୩% ଅର୍ଥାତ୍‌ ୩୯,୩୭୫ଜଣ ଟିକା ନେଇଛନ୍ତି। ୪୩୦ଟି ସେସନରେ ଏହି ଟିକାକରଣ ହୋଇଥିଲା। ଭୁବନେଶ୍ୱରରେ ୧୦୯.୬% ଟିକାକରଣ ହୋଇଛି। ଏଠାରେ ୧୦ଟି ସେସନରେ ୧,୧୬୦ଜଣଙ୍କୁ ଟିକା ଦେବାର ଲକ୍ଷ୍ୟ ରଖାଯାଇଥିଲେ ମଧ୍ୟ ୧,୨୭୧ଜଣ ଟିକା ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ରାଜ୍ୟର ୧୦ ଜିଲାରେ ଧାର୍ଯ୍ୟ ଲକ୍ଷ୍ୟଠାରୁ ଅଧିକ ଟିକାକରଣ ହୋଇଛି। ରାୟଗଡ଼ାରେ ସର୍ବାଧିକ ୧୭୩.୭% ଟିକାକରଣ ହୋଇଥିବାବେଳେ କୋରାପୁଟରେ ୧୪୦.୫%, ଭଦ୍ରକ ୧୩୬.୩%, ଦେବଗଡ଼ ୧୨୪.୯%, ଯାଜପୁର ୧୧୯.୨%, ନୂଆପଡ଼ା ୧୧୬.୭%, କଟକ ୧୧୬%, ବରଗଡ଼ ୧୦୬%, ପୁରୀ ୧୦୪.୬%, ନବରଙ୍ଗପୁର ୧୦୧.୯% ଟିକାକରଣ ହୋଇଛି। ଗଜପତି ଜିଲାରେ ସର୍ବନିମ୍ନ ୩୩.୧% ଟିକାକରଣ ହୋଇଛି। ଏହି ଜିଲାରେ ୧,୦୨୧ଜଣଙ୍କୁ ଟିକା ଦିଆଯିବାର କାର୍ଯ୍ୟକ୍ରମ ରହିଥିବାବେଳେ ମାତ୍ର ୩୩୮ଜଣ ଟିକା ନେଇଛନ୍ତି।  ୧୬,୩୮୯ଜଣ ହେଲ୍‌ଥ କେୟାର ଓ୍ବାର୍କର ଓ ୨୨,୯୮୬ଜଣ ଫ୍ରଣ୍ଟ ଲାଇନ ଓ୍ବାର୍କର ଟିକା ନେଇଛନ୍ତି। ତେବେ ରାଜ୍ୟରେ ଏ ପର୍ଯ୍ୟନ୍ତ ୨,୫୨,୦୬୯ଜଣ ହେଲ୍‌ଥ କେୟାର ଓ୍ବାର୍କର ଓ ୨୨,୯୮୬ଜଣ ଫ୍ରଣ୍ଟ ଲାଇନ ଓ୍ବାର୍କର ଟିକା ନେଇଥିବା ବିଭାଗୀୟ ତଥ୍ୟରୁ ଜଣାପଡିଛି।

Enter your email to get our daily news in your inbox.

All Right Reserved By Dharitri.Com

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?