ଚାଲିଛି ଦ୍ୱିତୀୟ ପର୍ଯ୍ୟାୟ ମତଦାନ

ଫୁଲବାଣୀ ଅଫିସ,୧୮ା୨: କନ୍ଧମାଳ ଜିଲାରେ ଆଜି ତ୍ରିସ୍ତରୀୟ ପଞ୍ଚାୟତ ନର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ଗ୍ରହଣ ଚାଲିଛି। ମାଓବାଦୀ ଅଧ୍ୟୁଷିତ ଅଞ୍ଚଳ ଭାବେ ପରିଚିତ ତୁମୁଡ଼ିବନ୍ଧ ଏବଂ କୋଟଗଡ଼ ବ୍ଲକରେ ଭୋଟ୍‌ ହେଉଥିବାରୁ ପୋଲସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ସକାଳୁ ସକାଳୁ ସମସ୍ତ ବୁଥ୍‌ରେ ଭୋଟ ଦେବା ପାଇଁ ଲମ୍ବା ଲାଇନ୍‌ ଲାଗିଛି । ବିଶେଷ କରି ନୂଆକରି ଭୋଟ ଦେବାକୁ ଆସିଥିବା ଭୋଟରଙ୍କ ମଧ୍ୟରେ ବେଶ ଉତ୍ସାହ ପରିଲକ୍ଷିତ ହୋଇଛି ।
ମାଓବାଦୀମାନେ ଭୋଟ ନ ଦେବାକୁ ଗ୍ରାମବାସୀଙ୍କୁ ଧମକ ଦେଉଥିବାରୁ ଏହି ଦୁଇ ବ୍ଲକରେ ମୋଟ ୩୯ଟି ଅତି ସମ୍ବେଦନଶୀଳ ବୁଥ୍‌ ବଦଳାଯାଇଛି। ଭୋଟରମାନେ କେଉଁଠି ଭୋଟ୍‌ ଦେବେ ତାହା ସେମାନଙ୍କ ଅଞ୍ଚଳର ପ୍ରାର୍ଥୀମାନଙ୍କ ଦ୍ୱାରା ସୂଚନା ଦିଆଯାଇଛି । କୋଟଗଡ଼ ବ୍ଲକରେ ୨୨ଟି ଏବଂ ତୁମୁଡ଼ିବନ୍ଧ ବ୍ଲକରେ ୧୭ଟି ବୁଥ୍‌ ବଦଳିଥିବା ଜିଲା ପ୍ରଶାସନ ପକ୍ଷରୁ ସୁଚନା ମିଳିଛି।
କୋଟଗଡ ବ୍ଲକ ୨ ନଂ ଜୋନ୍‌ ଏବଂ ତୁମୁଡିବନ୍ଧ ବ୍ଲକ ୭ ନଂ ଜୋନ୍‌ରେ ସରପଞ୍ଚ, ସମିତିସଭ୍ୟ, ଓ୍ବାର୍ଡମେମ୍ବର ଏବଂ ଜିଲା ପରିଷଦ ସଦସ୍ୟଙ୍କୁ ମିଶାଇ ମୋଟ ୩୧୫ ଜଣ ପ୍ରାର୍ଥୀ ରହିଛନ୍ତି । କୋଟଗଡ଼ରେ ୧୯୬ ଜଣ ଥିବା ବେଳେ ତୁମୁଡ଼ିବନ୍ଧରେ ୧୧୯ ଜଣ ପ୍ରାର୍ଥୀ ରହିଛନ୍ତି। କୋଟଗଡ଼ ବ୍ଲକରେ ୩୨ ହଜାର ୨୪ ଜଣ ଭୋଟର ଏବଂ ତୁମୁଡିବନ୍ଧ ବ୍ଲକରେ ୩୦ ହଜାର ୯୭୧ ଭୋଟର ସେମାନଙ୍କ ପ୍ରାର୍ଥୀ ଚୟନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

Mahashivratri 2026: ଜାଗରରେ ମଙ୍ଗଳଙ୍କ ମହାପରିବର୍ତ୍ତନ, ଏହି ୩ରାଶିର ବାଜିବ ଲଟେରୀ!

ମହାଶିବରାତ୍ରି ପର୍ୱକୁ ଭଗବାନ ଶିବଙ୍କ ପୂଜା ଏବଂ ଭକ୍ତିର ସର୍ୱୋତ୍ତମ ଉତ୍ସବ ଭାବରେ ବିବେଚନା କରାଯାଏ। ଏହି ବର୍ଷ ମହାଶିବରାତ୍ରିକୁ ବହୁତ ସ୍ୱତନ୍ତ୍ର ଭାବରେ ବିବେଚନା କରାଯାଏ…

ମା’ କାଳୀଙ୍କ ପାଦତଳେ କାହିଁକି ଶୋଇଥିଲେ ଭଗବାନ ଶିବ, ଜାଣନ୍ତୁ ଆକର୍ଷଣୀୟ କାହାଣୀ…

ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ…

India vs Pakistan: ଭାରତ-ପାକିସ୍ତାନ ମ୍ୟାଚ୍‌କୁ ନେଇ ସବୁଠୁ ବଡ଼ ଭବିଷ୍ୟବାଣୀ! ଜିତିବ ଏହି ଟିମ୍‌ …

କଲମ୍ୱୋ,୧୫ା୨: ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ୍‌ ୨୦୨୬ର ସବୁଠୁ ହାଇ ଭୋଲଟେଜ୍ ମୁକାବିଲା ଆସନ୍ତାକାଲି ଖେଳାଯିବ । ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦୀଙ୍କ ମଧ୍ୟରେ ଘମାଘୋଟ୍‌ ଲଢେଇ ହେବାକୁ ଯାଉଛି…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

୪୫ତମ ବାର୍ଷିକ ଉତ୍ସବ ପାଳିଲା କେସିଙ୍ଗା ମହାବିଦ୍ୟାଳୟ, ଛାତ୍ରୀଛାତ୍ରମାନଙ୍କୁ କର୍ମଯୋଗୀ ହେବାକୁ…

କେସିଙ୍ଗା, ୧୫।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ୪୫ତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଶନିବାର ଅନୁଷ୍ଠିତ ଏହି ଉତ୍ସବରେ ଅଧ୍ୟକ୍ଷ ସୁଶାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri