ଦ୍ୱିତୀୟ ରନର୍ସଅପ୍‌ ହେଲେ ସ୍ବପ୍ନା

ଢେଙ୍କାନାଳ ଅଫିସ,୨୬।୧୦: ଢେଙ୍କାନାଳର ଝିଅ ସ୍ବପ୍ନା ପ୍ରିୟଦର୍ଶିନୀ(୧୯) ଏମ୍‌ଟିଭି ରିଆଲିଟି ଶୋ ମଡେଲ ପ୍ରତିଯୋଗିତାରେ ଦ୍ୱିତୀୟ ରନର୍ସଅପ୍‌ ହୋଇଛନ୍ତି। ରବିବାର ତାଙ୍କ ବାପା ବିଶ୍ୱଜିତ ରାଉତରାୟ ଫୋନ୍‌ ଯୋଗେ ଏହି ସୂଚନା ଦେଇଛନ୍ତି। ଏହି ପ୍ରତିଯୋଗିତାରେ ଅରୁଣାଚଳପ୍ରଦେଶର ରୋଶନୀ ଡାଡା ଚାମ୍ପିୟନ ହୋଇଛନ୍ତି। ଫାଇନାଲରେ ସ୍ବପ୍ନାଙ୍କ ସମେତ ୩ଜଣ ପ୍ରତିଯୋଗୀ ରହିଥିଲେ। ସ୍ବପ୍ନା ଭାଇକମ୍‌-୧୮ ପ୍ରଯୋଜନା ସଂସ୍ଥା ଦ୍ୱାରା ଏମ୍‌ଟିଭି ଚ୍ୟାନେଲର ସୁପର ମଡେଲ ଅଫ୍‌ ଦି ଇୟର ସିଜିନ୍‌-୨ ପ୍ରତିଯୋଗିତା ପାଇଁ ଚୟନ ହୋଇଥିବା ୧୫ଜଣ ପ୍ରତିଯୋଗୀଙ୍କ ମଧ୍ୟରେ ଏକମାତ୍ର ଓଡ଼ିଆ ଥିଲେ। ପ୍ରତିଯୋଗିତାର ବିଭିନ୍ନ ସ୍ତର ପରେ ସେ ୩ଜଣ ଫାଇନାଲିଷ୍ଟଙ୍କ ମଧ୍ୟରେ ରହିଥିଲେ। ସ୍ବପ୍ନା ଢେଙ୍କାନାଳ ସହର କୁଞ୍ଜକାନ୍ତ ଅଞ୍ଚଳରେ ରହୁଥିବା ତଥା ମୁମ୍ବାଇ ପଶ୍ଚିମ ସର୍କଲ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କର ମୁଖ୍ୟ ପରିଚାଳକ ବିଶ୍ୱଜିତ ରାଉତରାୟ ଓ ମାତା ମଧୁମିତା ରାଉତରାୟଙ୍କ କନ୍ୟା।


Enter your email to get our daily news in your inbox.

All Right Reserved By Dharitri.Com

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri