ଆଜିଠୁ ସପ୍ତଦଶ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ

ଭୁବନେଶ୍ୱର,୭ା୩(ସୁନିତ୍‌ ମିଶ୍ର):ସପ୍ତଦଶ ବିଧାନସଭାର ୩ୟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଶୁକ୍ରବାରଠାରୁ ଆରମ୍ଭ ହେବ। ଏପ୍ରିଲ ୫ ପର୍ଯ୍ୟନ୍ତ ସପ୍ତଦଶ ଅଧିବେଶନ ଚାଲିବାକୁ ରହିଛି। ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନରେ ବିଭିନ୍ନ ପ୍ରସଙ୍ଗ ନେଇ ଶାସକ ଦଳକୁ ଟାର୍ଗେଟ କରିବା ଲାଗି ବିରୋଧୀ ସଜବାଜ ହୋଇଛନ୍ତି। ବିଜୁବାବୁଙ୍କ ଜୟନ୍ତୀରେ ପାଳନ ହୋଇଆସୁଥିବା ପଞ୍ଚାୟତିରାଜ ଦିବସକୁ ଏପ୍ରିଲ ୨୪ ତାରିଖକୁ ରାଜ୍ୟ ସରକାର ପରିବର୍ତ୍ତନ ବିଷୟ ନେଇ ବିଜେଡି ଗୃହରେ ହୋହଲ୍ଲା କରିବ ବୋଲି ଜଣାପଡ଼ିଛି। ଅନ୍ୟପଟେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ କହିଛନ୍ତି, ଗୃହରେ ଆଇନଶୃଙ୍ଖଳା ପରିସ୍ଥିତି ବିଗିଡ଼ିଯାଇଥିବା କଥା ଦଳ ଉଠାଇବ। ୮ ମାସରେ ୧୬୦୦ ମହିଳା ନିର୍ଯାତନାର ଶିକାର ହେବା, ନାବାଳିକାମାନେ ଗର୍ଭବତୀ ହେବା ସୁଭଦ୍ରାମାନଙ୍କ ପ୍ରତି ଅପମାନ ବୋଲି ସେ କହିଛନ୍ତି। ଏହି ପ୍ରସଙ୍ଗ ଗୃହରେ ଉଠାଇ ଶାସକ ଦଳକୁ କଂଗ୍ରେସ ଘେରିବ ବୋଲି କାଡାମ କହିଛନ୍ତି। ଅନ୍ୟପଟେ ଭାଜପା ବିରୋଧୀଙ୍କ ସବୁ ପ୍ରଶ୍ନର ଉତ୍ତର ଦିଆଯିବ ବୋଲି ଯୁକ୍ତି ରଖିଛି।
ଫେବୃଆରୀ ୧୩ରୁ ଆରମ୍ଭ ହୋଇଥିବା ପ୍ରଥମ ପର୍ଯ୍ୟାୟ ଅଧିବେଶନ ୨୧ ତାରିଖରୁ ମୁଲତବୀ ରହିଥିଲା। ଏହି ଅଧିବେଶନ କାଳରେ ରାଜ୍ୟପାଳ ଅଭିଭାଷଣ ଏବଂ ଏହା ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନା ହୋଇଛି। ପରେ ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ଗୃହରେ ୨ ଲକ୍ଷ ୯୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି। ଏହାସହ ୨ ଦିନ ଧରି ବଜେଟ ଉପରେ ସାଧାରଣ ଆଲୋଚନା କରାଯାଇଛି। ଏହା ଭିତରେ ଗୋଟିଏ ଆଇନକୁ ଗୃହରେ ଉଚ୍ଛେଦ କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ମୋଟ ୮ଟି କାର୍ଯ୍ୟ ଦିବସ ରହିଥିଲା। ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ କାର୍ଯ୍ୟକ୍ରମ ମାର୍ଚ୍ଚ ୭ରୁ ଏପ୍ରଲ ୫ ପର୍ଯ୍ୟନ୍ତ ଚାଲିବାକୁ ସ୍ଥିର ହୋଇଛି। ଦ୍ୱିତୀୟ ପର୍ଯ୍ୟାୟ କାର୍ଯ୍ୟକ୍ରମ ସମୟରେ ବିଭିନ୍ନ ବିଭାଗର ଖର୍ଚ୍ଚଦାବି ଆଲୋଚନା ହେବା ସଙ୍ଗେ ସଙ୍ଗେ ବଜେଟକୁ ଅନୁମୋଦନ ମିଳିବା କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri