ଆଜିଠୁ ସପ୍ତଦଶ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ

ଭୁବନେଶ୍ୱର,୭ା୩(ସୁନିତ୍‌ ମିଶ୍ର):ସପ୍ତଦଶ ବିଧାନସଭାର ୩ୟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଶୁକ୍ରବାରଠାରୁ ଆରମ୍ଭ ହେବ। ଏପ୍ରିଲ ୫ ପର୍ଯ୍ୟନ୍ତ ସପ୍ତଦଶ ଅଧିବେଶନ ଚାଲିବାକୁ ରହିଛି। ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନରେ ବିଭିନ୍ନ ପ୍ରସଙ୍ଗ ନେଇ ଶାସକ ଦଳକୁ ଟାର୍ଗେଟ କରିବା ଲାଗି ବିରୋଧୀ ସଜବାଜ ହୋଇଛନ୍ତି। ବିଜୁବାବୁଙ୍କ ଜୟନ୍ତୀରେ ପାଳନ ହୋଇଆସୁଥିବା ପଞ୍ଚାୟତିରାଜ ଦିବସକୁ ଏପ୍ରିଲ ୨୪ ତାରିଖକୁ ରାଜ୍ୟ ସରକାର ପରିବର୍ତ୍ତନ ବିଷୟ ନେଇ ବିଜେଡି ଗୃହରେ ହୋହଲ୍ଲା କରିବ ବୋଲି ଜଣାପଡ଼ିଛି। ଅନ୍ୟପଟେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ କହିଛନ୍ତି, ଗୃହରେ ଆଇନଶୃଙ୍ଖଳା ପରିସ୍ଥିତି ବିଗିଡ଼ିଯାଇଥିବା କଥା ଦଳ ଉଠାଇବ। ୮ ମାସରେ ୧୬୦୦ ମହିଳା ନିର୍ଯାତନାର ଶିକାର ହେବା, ନାବାଳିକାମାନେ ଗର୍ଭବତୀ ହେବା ସୁଭଦ୍ରାମାନଙ୍କ ପ୍ରତି ଅପମାନ ବୋଲି ସେ କହିଛନ୍ତି। ଏହି ପ୍ରସଙ୍ଗ ଗୃହରେ ଉଠାଇ ଶାସକ ଦଳକୁ କଂଗ୍ରେସ ଘେରିବ ବୋଲି କାଡାମ କହିଛନ୍ତି। ଅନ୍ୟପଟେ ଭାଜପା ବିରୋଧୀଙ୍କ ସବୁ ପ୍ରଶ୍ନର ଉତ୍ତର ଦିଆଯିବ ବୋଲି ଯୁକ୍ତି ରଖିଛି।
ଫେବୃଆରୀ ୧୩ରୁ ଆରମ୍ଭ ହୋଇଥିବା ପ୍ରଥମ ପର୍ଯ୍ୟାୟ ଅଧିବେଶନ ୨୧ ତାରିଖରୁ ମୁଲତବୀ ରହିଥିଲା। ଏହି ଅଧିବେଶନ କାଳରେ ରାଜ୍ୟପାଳ ଅଭିଭାଷଣ ଏବଂ ଏହା ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନା ହୋଇଛି। ପରେ ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ଗୃହରେ ୨ ଲକ୍ଷ ୯୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି। ଏହାସହ ୨ ଦିନ ଧରି ବଜେଟ ଉପରେ ସାଧାରଣ ଆଲୋଚନା କରାଯାଇଛି। ଏହା ଭିତରେ ଗୋଟିଏ ଆଇନକୁ ଗୃହରେ ଉଚ୍ଛେଦ କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ମୋଟ ୮ଟି କାର୍ଯ୍ୟ ଦିବସ ରହିଥିଲା। ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ କାର୍ଯ୍ୟକ୍ରମ ମାର୍ଚ୍ଚ ୭ରୁ ଏପ୍ରଲ ୫ ପର୍ଯ୍ୟନ୍ତ ଚାଲିବାକୁ ସ୍ଥିର ହୋଇଛି। ଦ୍ୱିତୀୟ ପର୍ଯ୍ୟାୟ କାର୍ଯ୍ୟକ୍ରମ ସମୟରେ ବିଭିନ୍ନ ବିଭାଗର ଖର୍ଚ୍ଚଦାବି ଆଲୋଚନା ହେବା ସଙ୍ଗେ ସଙ୍ଗେ ବଜେଟକୁ ଅନୁମୋଦନ ମିଳିବା କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri