ମାଟ୍ରିକ ପରୀକ୍ଷା ଦ୍ୱିତୀୟ ସିଟିଂ ସମୟ ବଦଳିଲା

ଭୁବନେଶ୍ୱର,୨୭ା୪(ବ୍ୟୁରୋ): ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ମାଟ୍ରିକ ପରୀକ୍ଷା ସମୟରେ ପରିବର୍ତ୍ତନ କରାଯାଇଛି। ରେଗୁଲାର ପିଲାଙ୍କ ପରୀକ୍ଷା ପୂର୍ବ ନିର୍ଦ୍ଧାରିତ ସମୟରେ ହେବାକୁ ଥିବା ବେଳେ ମଧ୍ୟମା ଓ ଓପନ ସ୍କୁଲ ପରୀକ୍ଷା ସମୟରେ ପରିବର୍ତ୍ତନ କରାଯାଇଛି। ସେକେଣ୍ଡ ସିଟିଂରେ ହେବାକୁ ଥିବା ମଧ୍ୟମା ଏବଂ ଓପନ ସ୍କୁଲ ପରୀକ୍ଷାକୁ ଫାଷ୍ଟ ସିଟିଂକୁ ପରିବର୍ତ୍ତନ କରାଯାଇଛି। ଫଳରେ ମେ’ ୭ରେ ଶେଷ ହେବାକୁ ଥିବା ମାଟ୍ରିକ ପରୀକ୍ଷା ମେ’ ୧୦ରେ ଶେଷ ହେବ ।

ମଧ୍ୟମାର ଦୁଇଟି ଏବଂ ଓପନ ସ୍କୁଲର ୩ଟି ପରୀକ୍ଷା ସମୟ ବଦଳା ଯାଇଥିବା ବୋର୍ଡ ସଭାପତି ରାମାଶିଷ ହାଜରା ପ୍ରେସ୍‌ମିଟ୍‌ରେ ସୂଚନା ଦେଇଛନ୍ତି। ଦ୍ବିତୀୟ ସିଟିଂରେ ହେବାକୁ ଥିବା ମଧ୍ୟମାର ଦୁଇଟି ପରୀକ୍ଷା ସାମାଜିକ ବିଜ୍ଞାନ ଓ ଇଂରାଜୀ ମେ’ ୯ ଓ ୧୦ରେ କରାଯିବ । ଓପନ ସ୍କୁଲର ୩ଟି ପରୀକ୍ଷାର ସମୟ ବଦଳାଯାଇଛି । ମେ’ ୮ରେ ହୋମସାଇନ୍ସ ପ୍ରାକ୍ଟିକାଲ ଓ ମେ’ ୯ରେ ହୋମସାଇନ୍ସ ଥିଓରି ପରୀକ୍ଷା ହେବ । ୧୦ ମେ’ରେ ପେଣ୍ଟିଂ ଥିଓରି ପରୀକ୍ଷା କରାଯିବ।

ବୋର୍ଡ ସୂଚନା ଅନୁଯାୟୀ, ୩୨୦୩ ପରୀକ୍ଷା କେନ୍ଦ୍ରରେ ମୋଟ୍‌ ୫,୭୧,୯୦୯ ହାଇସ୍କୁଲ ପିଲା ପରୀକ୍ଷା ଦେବେ। ମଧ୍ୟମା ଏବଂ ଓପନ ସ୍କୁଲ ପିଲାଙ୍କୁ ମିଶାଇଲେ ମୋଟ୍‌ ୫ ଲକ୍ଷ ୮୫ ହଜାର ୭୩୦ ପିଲା ୩୫୪୦ କେନ୍ଦ୍ରରେ ପରୀକ୍ଷା ଦେବେ। ପ୍ରଶ୍ନ ସୁରକ୍ଷିତ ରଖିବା ଓ ପରୀକ୍ଷା ଦିନ ପରୀକ୍ଷାକେନ୍ଦ୍ରକୁ ପଶ୍ନପତ୍ର ପଠାଇବା ନିମେନ୍ତ ମୋଟ୍‌ ୩୧୫ ନୋଡାଲ ସେଣ୍ଟର କରାଯାଇଛି। ଯାହା ଭିତରୁ ୨୧ଟି ନୋଡାଲ ସେଣ୍ଟର କରାଯାଇଛି। ୬୫ଟି ଫ୍ଲାଇଂ ସ୍କ୍ବାଡ ପରୀକ୍ଷା ଉପରେ ନଜର ରଖିବାକୁ ମୁତୟନ ହେବେ ବୋଲି  ବୋର୍ଡ ସଭାପତି କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

IPL 2026 ର ପ୍ରାରମ୍ଭିକ ମ୍ୟାଚରୁ ବାଦ ପଡ଼ିଲେ ଧୋନୀ, ଜାଣନ୍ତୁ ଏହା ପଛର ବଡ଼ କାରଣ

ନୂଆଦିଲ୍ଲୀ,୨୮।୩: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ଆଜି ଅର୍ଥାତ୍‌ ଶନିବାର, ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି। ଟୁର୍ଣ୍ଣାମେଣ୍ଟର ଉଦଘାଟନୀ ମ୍ୟାଚ ଶନିବାର RCB ଏବଂ…

କାର ଉପରେ ପଡ଼ିଲା ଗଛ: ଆଉ ତା’ପରେ ଘଟିଲା…

ପାଟଣା,୨୮।୩(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ ପାଟଣା ପଞ୍ଚାୟତ ଗୁଳୁଦିପଶି ଗ୍ରାମର କ୍ଷେତ୍ରବାସୀ ବାରିକଙ୍କ ଘର ବାହାରେ ଥିବା ଏକ କୋଳି ଗଛ କାର…

କେସିଙ୍ଗା ରେଳ ଷ୍ଟେଶନ ପରିଦର୍ଶନ କଲେ ସମ୍ବଲପୁର ରେଳ ପ୍ରବନ୍ଧକ: ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୨୮।୩(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ପ୍ରବନ୍ଧକ କେସିଙ୍ଗା ରେଳ ଷ୍ଟେଶନକୁ ଶନିବାର ପରିଦର୍ଶନ କରି ଷ୍ଟେଶନର ବିଭିନ୍ନ ସମସ୍ୟା ଉପରେ ତଦନ୍ତ କରିଥିଲେ। ଏହି ଷ୍ଟେଶନରେ ଯାତ୍ରୀଙ୍କ…

ଘରକୁ ଫେରୁଥିଲେ ଶ୍ରମିକ, ଧକ୍କା ଦେଲା ଟ୍ରାଭେଲର: ଆଉ ତା’ପରେ…

ଲୋଇସିଂହା,୨୮।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିମୁଣ୍ଡା- ବଲାଙ୍ଗୀର ରାସ୍ତାର ସରଗାଡରେ ଏକ ଅଜଣା ଗାଡ଼ି ଧକ୍କାରେ ଶନିବାର ଭୋର ସକାଳୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି।…

ଦାରିଙ୍ଗବାଡିରେ କାଳବୈଶାଖୀ ପ୍ରଭାବ: ୧୫ ଘଣ୍ଟା ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତବାସୀ

ଦାରିଙ୍ଗବାଡି, ୨୮।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ କଳାବୈଶାଖୀର ପ୍ରଭାବରେ ପବନ ବୋହିବା ସହ ବିଜୁଳି ଘଡଘଡି ସହ ବର୍ଷା ହୋଇଥିଲା…

ବାଇକ୍‌ରେ ଯାଉଥିଲେ ଉପରେ ପଡ଼ିଲା ଗଛ: ଆଉ ତା’ପରେ…

ବାରିପଦା,୨୮।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାର ଆଖପାଖ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଝଡ ତୋଫାନ ଓ ପ୍ରବଳ ବର୍ଷାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ପୃଥକ…

ମନ୍ଦିର ଛକରୁ ସିଲେଟପଡ଼ା ରାସ୍ତା ଶୋଚନୀୟ: ଆନ୍ଦୋଳନ ପାଇଁ ସଜବାଜ

କର୍ଲାମୁଣ୍ଡା,୨୮ା୩ (ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡ଼ା ରାସ୍ତା ଶୋଚନୀୟ ହୋଇପଡିଛି। ୨୦୧୫ରେ ପିଚୁ ରାସ୍ତା ନିର୍ମାଣ ହୋଇଥିଲେ…

ପ୍ରଖ୍ୟାତ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ଗିରଫ: ମଦ ପିଇ କରୁଥିଲେ ଏହି କାମ

ଫ୍ଲୋରିଡା,୨୮।୩: ପ୍ରଖ୍ୟାତ ଆମେରିକୀୟ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ପୁଣି ଥରେ ବିବାଦରେ ଫସିଛନ୍ତି। ମଦ୍ୟପାନ କରି ଗାଡ଼ି ଚଲାଇବା ସନ୍ଦେହରେ ତାଙ୍କୁ ଫ୍ଲୋରିଡାରେ ଗିରଫ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri