ନୂଆ ଷ୍ଟ୍ରେନ୍‌ର ଗତି ପ୍ରଖର, ପଡିଛି ଭାଳେଣି

ଭୁବନେଶ୍ୱର, ୪।୪(ବ୍ୟୁରୋ): ରାଜ୍ୟରେ କରୋନାର ଦ୍ୱିତୀୟ ଲହର ବହୁଶୀଘ୍ର ଚାରିଆଡକୁ ବ୍ୟାପିଯାଇଛି। ଦୈନିକ ପଜିଟିଭ୍‌ ସଂଖ୍ୟା ୫ଶହ ପାଖାପାଖି ପହଞ୍ଚତ୍ଥିବାବେଳେ ନୂଆ ଷ୍ଟ୍ରେନ୍‌କୁ ନେଇ ଭାଳେଣି ପଡିଛି। ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ବିଜୟ ପାଣିଗ୍ରାହୀ କହିଛନ୍ତି, ବର୍ତ୍ତମାନ ଯେଉଁ ଷ୍ଟ୍ରେନ୍‌ ଆସିଛି, ତା’ର ଗତି ପ୍ରଖର। ସଂକ୍ରମଣ ମାଡ଼ି ଚାଲୁଥିବାରୁ ସେ ଚେତାବନୀ ଦେଇଛନ୍ତି। ଛତିଶଗଡ଼ ସୀମାରେ ଥିବାରୁ ନୂଆପଡ଼ାରେ ସଂକ୍ରମଣ ହାର ଅଧିକ ରହୁଛି। ଏହାବ୍ୟତୀତ ରାଜ୍ୟର ଅନ୍ୟ ଜିଲାରେ ମଧ୍ୟ ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଛି। ଏହାକୁ ଦୃଷ୍ଟିରେ ରଖି ଟିକାକରଣକୁ ବଢ଼ାଇ ଦିଆଯାଇଛି। ଦୈନିକ ୨ଲକ୍ଷରୁ ଅଧିକ ଲୋକ ଟିକା ନେଉଛନ୍ତି। ଇତିମଧ୍ୟରେ ୩୧,୩୭,୬୯୮ଜଣ ଟିକା ନେଇ ସାରିଲେଣି। ଏବେ ଯେତିକି ଟିକା ଅଛି ଆଉ ୪ ଦିନ ଟିକାକରଣ କରିହେବ। ଆଗକୁ ଟିକାକରଣ ଜାରି ରଖିବାକୁ ପ୍ରାୟ ୩୦ ଲକ୍ଷ ଟିକା ଯୋଗାଇଦେବାକୁ କେନ୍ଦ୍ରକୁ ଚିଠି ଲେଖାଯାଇଛି। ତେବେ ଟିକା ନେବା ପରେ କେତେଜଣ ସଂକ୍ରମିତ ହୋଇଛନ୍ତି, ତାହା ଜାଣିବାକୁ ସର୍ଭେ ହେବ। ଏବେ ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିଲେ ମଧ୍ୟ ଗୁରୁତର ତଥା ମୃତକଙ୍କ ସଂଖ୍ୟାରେ ବୃଦ୍ଧି ହେଉନି। ରାଜ୍ୟରେ ଲୋକଙ୍କ ଭିତରେ ଆଣ୍ଟିବଡି ଡେଭଲପ୍‌ ହୋଇଛି ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ପାଣିଗ୍ରାହୀ କହିଛନ୍ତି।

ସ୍ବାସ୍ଥ୍ୟ ବିଭାଗର ତଥ୍ୟ ଅନୁସାରେ, ରାଜ୍ୟରେ ସଂକ୍ରମଣ ଦ୍ୱିତୀୟ ଦିନ ପାଇଁ ୪ଶହ ଉପରେ ରହିଛି। ୨୪ ଘଣ୍ଟା ମଧ୍ୟରେ ୪୫୨ ସଂକ୍ରମିତ ଚିହ୍ନଟ ପରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୪୨,୨୨୪କୁ ବୃଦ୍ଧି ପାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭୭ଜଣ ରହିଥିବାବେଳେ ଏହା ତଳକୁ ସୁନ୍ଦରଗଡ଼ ୭୫ ଓ ନୂଆପଡ଼ାରେ ୭୧ଜଣ ରହିଛନ୍ତି। ସଂକ୍ରମଣ ବଢ଼ୁଥିଲେ ମଧ୍ୟ ଓଡ଼ିଶା ସ୍ଥିତି ଭଲ ଅଛି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ କହିଛନ୍ତି। ସେ କହିଛନ୍ତି, ଫେରନ୍ତାଙ୍କ ଉପରେ ନଜର ରଖାଯାଇଛି। ସରକାର କରୋନା ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ପଦକ୍ଷେପ ନେଉଛନ୍ତି। ସବୁ ହସ୍ପିଟାଲକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ସୀମାବର୍ତ୍ତୀ ଜିଲାଗୁଡ଼ିକର ଜିଲାପାଳମାନଙ୍କୁ ସଜାଗ ରହିବା ପାଇଁ କୁହାଯାଇଛି। ଯେଉଁମାନେ ବାହାର ରାଜ୍ୟରୁ ଆସିବେ ସେମାନଙ୍କର ସ୍କ୍ରିନିଂ କରାଯାଇ ଆଣ୍ଟିଜେନ୍‌ ଟେଷ୍ଟ ପାଇଁ କୁହାଯାଇଛି। ଏହାସହ ଅଟୋ ଚାଳକ, ମାଂସ ବିକାଳି, ହୋଟେଲ୍‌ କର୍ମଚାରୀଙ୍କୁ ଅଗ୍ରାଧିକାର ଭିତ୍ତିରେ ଟିକା ଦିଆଯିବାକୁ ନିଷ୍ପତ୍ତି ହୋଇଛି ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

‘ଶିକ୍ଷକଙ୍କ ହାତରେ ରହିଛି ଉତ୍ତମ ଶିଶୁ ଗଠନର ଦାୟିତ୍ୱ’

ଭୁବନେଶ୍ୱର,୫ା୯: ବାଲିପୁଟର ଇଂରାଜୀ ମାଧ୍ୟମ ବିଦ୍ୟାଳୟ ସେଣ୍ଟ୍‌ ଜାଭିଅର କିଡ୍ସରେ ନିଆରା ଢଙ୍ଗରେ ପାଳିତ ହୋଇଯାଇଛି ଗୁରୁଦିବସ। ବିଦ୍ୟାଳୟର ପ୍ରାର୍ଥନା ପର୍ବ ପରେ ପୂର୍ବତନ ରାଷ୍ଟ୍ରପତି ତଥା…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri