୬ ମାସ ରହିବ ଦ୍ୱିତୀୟ ଲହର

ଭୁବନେଶ୍ୱର, ୧୦।୫(ବ୍ୟୁରୋ): ରାଜ୍ୟରେ ଗତ ଦୁଇଦିନ ହେବ ଦୈନିକ କୋଭିଡ୍‌ ସଂକ୍ରମଣ ହ୍ରାସ ପାଇଛି। ଗତ ୭ତାରିଖରେ ୧୨, ୨୩୮ ଜଣ ଚିହ୍ନଟ ହୋଇଥିବାବେଳେ ୮ତାରିଖରେ ୧୧,୮୦୭ଜଣ ଚିହ୍ନଟ ହୋଇଥିଲେ। ଗତ ୨୪ଘଣ୍ଟାରେ ୧୦,୬୩୫ଜଣ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ତେବେ ରାଜ୍ୟରେ ସେଭଳି କୌଣସି ଉତ୍ସାହଜନକ ଭାବେ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇନାହିଁ। ଏବେ ବି ଓଡ଼ିଶାରେ କରୋନାର ଦ୍ୱିତୀୟ ଲହର ପିକ୍‌ରେ ପହଞ୍ଚତ୍ ନାହିଁ। ଏହି ଦ୍ୱିତୀୟ ଲହର ଓଡ଼ିଶାରେ ଆଉ ୬ମାସ ସକ୍ରିୟ ରହିବ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ ଡା. ନିରୋଜ ମିଶ୍ର କହିଛନ୍ତି। ସେ କହିଛନ୍ତି ଯେ, ମେ’ ୧୫ ବେଳକୁ କରୋନା ପିକ୍‌ରେ ପହଞ୍ଚତ୍ବ ବୋଲି ଆକଳନ କରାଯାଉଥିଲା। କିନ୍ତୁ ଏବେ ଲାଗୁଛି ଆହୁରି ଅଧିକ ସମୟ ଲାଗିବ। ଏବେ ଗ୍ରାମାଞ୍ଚଳ ଓ ଉପସହରାଞ୍ଚଳରେ ପଜିଟିଭ୍‌ ସଂଖ୍ୟା ବୃଦ୍ଧି ପାଉଥିବାରୁ ୧୫ ତାରିଖ ବେଳକୁ ପିକ୍‌ରେ ପହଞ୍ଚତ୍ବା ସମ୍ଭାବନା ବହୁତ କମ୍‌। ରାଜ୍ୟରେ ବୃଦ୍ଧି ପାଉଥିବା ସଂକ୍ରମଣକୁ ଦୃଷ୍ଟିରେ ଦେଖିଲେ ଆସନ୍ତା ୬ମାସ ପର୍ଯ୍ୟନ୍ତ ଏହି ସଂକ୍ରମଣ ସକ୍ରିୟ ହୋଇ ରହିବ ବୋଲି ଡା. ମିଶ୍ର ପ୍ରକାଶ କରିଛନ୍ତି। ସେପଟେ ରାଜ୍ୟରେ ଗୋଷ୍ଠୀ ସଂକ୍ରମଣକୁ ଏଡ଼ାଇ ଦେଇହେବ ନାହିଁ ବୋଲି କଟକ ଏସ୍‌ସିବି ମେଡିକାଲର ମେଡିସିନ ବିଭାଗ ମୁଖ୍ୟ ପ୍ରଫେସର ଡା. ଜୟନ୍ତ କୁମାର ପଣ୍ଡା କହିଛନ୍ତି। ସେ କହିଛନ୍ତି ଯେ, ଓଡ଼ିଶାରେ ଏବେ ବି ପିକ୍‌ରେ ପହଞ୍ଚତ୍ନି କରୋନା। ବର୍ତ୍ତମାନ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ସେଭଳି କମିନାହିଁ। ତେଣୁ କରୋନାକୁ ନିୟନ୍ତ୍ରଣରେ ଆଣିବାକୁ ହେଲେ ସମସ୍ତେ କୋଭିଡ୍‌ ଗାଇଡ୍‌ଲାଇନକୁ କଡ଼ାକଡ଼ି ପାଳନ କରିବା ଉଚିତ।
ଅନ୍ୟପକ୍ଷରେ ରାଜ୍ୟରେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରେ ସର୍ବାଧିକ ୧,୫୬୪ ଜଣ ରହିଛନ୍ତି। ସେହିପରି ସୁନ୍ଦରଗଡ଼ରେ ୯୪୩, କଟକ ୮୮୭, ସମ୍ବଲପୁର ୬୪୧, ଅନୁଗୋଳ ୫୫୯, ବରଗଡ଼ ୪୪୩, ଝାରସୁଗୁଡ଼ା ୪୫୬, କଳାହାଣ୍ଡି ୪୬୯, ପୁରୀ ୪୩୪, ନୂଆପଡ଼ା ୩୨୪, ନବରଙ୍ଗପୁର ୩୩୬, ବଲାଙ୍ଗୀର ୩୧୮, ବାଲେଶ୍ୱରରେ ୩୦୧ଜଣ ରହିଛନ୍ତି। ଫଳରେ ରାଜ୍ୟରେ ଏବେ ମୋଟ ସଂକ୍ରମିତ ସଂଖ୍ୟା ୫,୩୪,୮୪୨କୁ ବୃଦ୍ଧି ପାଇଛି। ରାଜ୍ୟରେ ଆଉ ୧୯ଜଣଙ୍କ ଜୀବନ ନେଇଛି କରୋନା। ମୃତକଙ୍କ ମଧ୍ୟରେ କଳାହାଣ୍ଡି ଓ ଖୋର୍ଦ୍ଧାରେ ୩ଜଣ ଲେଖାଏ, ଅନୁଗୋଳ, ଭଦ୍ରକ, ବଲାଙ୍ଗୀର, ଢେଙ୍କାନାଳ, ଗଜପତି, ଗଞ୍ଜାମ, ଯାଜପୁର, ଝାରସୁଗୁଡ଼ା, ପୁରୀ, ରାୟଗଡ଼ା, ସମ୍ବଲପୁର, ସୁବର୍ଣ୍ଣପୁର, ସୁନ୍ଦରଗଡ଼ରେ ଜଣେ ଲେଖାଏ ରହିଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତ୍ୟୁସଂଖ୍ୟା ୨,୧୮୦ରେ ପହଞ୍ଚତ୍ଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

୧୦ରେ ରାଜ୍ୟ କ୍ୟାବିନେଟ୍‌: ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

ଭୁବନେଶ୍ୱର,୯ା୪ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଏପ୍ରିଲ ୧୦ରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ପିଏମ୍‌ କିଷାନ ଯୋଜନା ଟଙ୍କା ପାଉଥିଲେ ମିଳିବ ନାହିଁ ଏସବୁ ସୁବିଧା, ସରକାର ଅଯୋଗ୍ୟା ଘୋଷଣା କରି…

ନୂଆଦିଲ୍ଲୀ,୯ା୪: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆଜି ଲକ୍ଷଲକ୍ଷ ଚାଷୀଙ୍କ ପାଇଁ ଜୀବନରେଖା ପାଲଟିଛି। ବାର୍ଷିକ ମିଳୁଥିବା ୬୦୦୦ ଟଙ୍କା ଚାଷୀଙ୍କ ପାଇଁ ଏକ ବଡ଼…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri