୬ ମାସ ରହିବ ଦ୍ୱିତୀୟ ଲହର

ଭୁବନେଶ୍ୱର, ୧୦।୫(ବ୍ୟୁରୋ): ରାଜ୍ୟରେ ଗତ ଦୁଇଦିନ ହେବ ଦୈନିକ କୋଭିଡ୍‌ ସଂକ୍ରମଣ ହ୍ରାସ ପାଇଛି। ଗତ ୭ତାରିଖରେ ୧୨, ୨୩୮ ଜଣ ଚିହ୍ନଟ ହୋଇଥିବାବେଳେ ୮ତାରିଖରେ ୧୧,୮୦୭ଜଣ ଚିହ୍ନଟ ହୋଇଥିଲେ। ଗତ ୨୪ଘଣ୍ଟାରେ ୧୦,୬୩୫ଜଣ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ତେବେ ରାଜ୍ୟରେ ସେଭଳି କୌଣସି ଉତ୍ସାହଜନକ ଭାବେ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇନାହିଁ। ଏବେ ବି ଓଡ଼ିଶାରେ କରୋନାର ଦ୍ୱିତୀୟ ଲହର ପିକ୍‌ରେ ପହଞ୍ଚତ୍ ନାହିଁ। ଏହି ଦ୍ୱିତୀୟ ଲହର ଓଡ଼ିଶାରେ ଆଉ ୬ମାସ ସକ୍ରିୟ ରହିବ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ ଡା. ନିରୋଜ ମିଶ୍ର କହିଛନ୍ତି। ସେ କହିଛନ୍ତି ଯେ, ମେ’ ୧୫ ବେଳକୁ କରୋନା ପିକ୍‌ରେ ପହଞ୍ଚତ୍ବ ବୋଲି ଆକଳନ କରାଯାଉଥିଲା। କିନ୍ତୁ ଏବେ ଲାଗୁଛି ଆହୁରି ଅଧିକ ସମୟ ଲାଗିବ। ଏବେ ଗ୍ରାମାଞ୍ଚଳ ଓ ଉପସହରାଞ୍ଚଳରେ ପଜିଟିଭ୍‌ ସଂଖ୍ୟା ବୃଦ୍ଧି ପାଉଥିବାରୁ ୧୫ ତାରିଖ ବେଳକୁ ପିକ୍‌ରେ ପହଞ୍ଚତ୍ବା ସମ୍ଭାବନା ବହୁତ କମ୍‌। ରାଜ୍ୟରେ ବୃଦ୍ଧି ପାଉଥିବା ସଂକ୍ରମଣକୁ ଦୃଷ୍ଟିରେ ଦେଖିଲେ ଆସନ୍ତା ୬ମାସ ପର୍ଯ୍ୟନ୍ତ ଏହି ସଂକ୍ରମଣ ସକ୍ରିୟ ହୋଇ ରହିବ ବୋଲି ଡା. ମିଶ୍ର ପ୍ରକାଶ କରିଛନ୍ତି। ସେପଟେ ରାଜ୍ୟରେ ଗୋଷ୍ଠୀ ସଂକ୍ରମଣକୁ ଏଡ଼ାଇ ଦେଇହେବ ନାହିଁ ବୋଲି କଟକ ଏସ୍‌ସିବି ମେଡିକାଲର ମେଡିସିନ ବିଭାଗ ମୁଖ୍ୟ ପ୍ରଫେସର ଡା. ଜୟନ୍ତ କୁମାର ପଣ୍ଡା କହିଛନ୍ତି। ସେ କହିଛନ୍ତି ଯେ, ଓଡ଼ିଶାରେ ଏବେ ବି ପିକ୍‌ରେ ପହଞ୍ଚତ୍ନି କରୋନା। ବର୍ତ୍ତମାନ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ସେଭଳି କମିନାହିଁ। ତେଣୁ କରୋନାକୁ ନିୟନ୍ତ୍ରଣରେ ଆଣିବାକୁ ହେଲେ ସମସ୍ତେ କୋଭିଡ୍‌ ଗାଇଡ୍‌ଲାଇନକୁ କଡ଼ାକଡ଼ି ପାଳନ କରିବା ଉଚିତ।
ଅନ୍ୟପକ୍ଷରେ ରାଜ୍ୟରେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରେ ସର୍ବାଧିକ ୧,୫୬୪ ଜଣ ରହିଛନ୍ତି। ସେହିପରି ସୁନ୍ଦରଗଡ଼ରେ ୯୪୩, କଟକ ୮୮୭, ସମ୍ବଲପୁର ୬୪୧, ଅନୁଗୋଳ ୫୫୯, ବରଗଡ଼ ୪୪୩, ଝାରସୁଗୁଡ଼ା ୪୫୬, କଳାହାଣ୍ଡି ୪୬୯, ପୁରୀ ୪୩୪, ନୂଆପଡ଼ା ୩୨୪, ନବରଙ୍ଗପୁର ୩୩୬, ବଲାଙ୍ଗୀର ୩୧୮, ବାଲେଶ୍ୱରରେ ୩୦୧ଜଣ ରହିଛନ୍ତି। ଫଳରେ ରାଜ୍ୟରେ ଏବେ ମୋଟ ସଂକ୍ରମିତ ସଂଖ୍ୟା ୫,୩୪,୮୪୨କୁ ବୃଦ୍ଧି ପାଇଛି। ରାଜ୍ୟରେ ଆଉ ୧୯ଜଣଙ୍କ ଜୀବନ ନେଇଛି କରୋନା। ମୃତକଙ୍କ ମଧ୍ୟରେ କଳାହାଣ୍ଡି ଓ ଖୋର୍ଦ୍ଧାରେ ୩ଜଣ ଲେଖାଏ, ଅନୁଗୋଳ, ଭଦ୍ରକ, ବଲାଙ୍ଗୀର, ଢେଙ୍କାନାଳ, ଗଜପତି, ଗଞ୍ଜାମ, ଯାଜପୁର, ଝାରସୁଗୁଡ଼ା, ପୁରୀ, ରାୟଗଡ଼ା, ସମ୍ବଲପୁର, ସୁବର୍ଣ୍ଣପୁର, ସୁନ୍ଦରଗଡ଼ରେ ଜଣେ ଲେଖାଏ ରହିଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତ୍ୟୁସଂଖ୍ୟା ୨,୧୮୦ରେ ପହଞ୍ଚତ୍ଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?