୫ ଦିନିଆ ରିମାଣ୍ଡରେ ଯିବେ ରସିକିଆ ନକଲି ଡାକ୍ତରଙ୍କ ଦ୍ୱିତୀୟ ସ୍ତ୍ରୀ

ଭୁବନେଶ୍ୱର,୭ା୪(ବ୍ୟୁରୋ): ରିମାଣ୍ଡରେ ଯିବେ ରସିକିଆ ନକଲି ଡାକ୍ତର ରମେଶ ସ୍ବାଇଁଙ୍କ ଦ୍ୱିତୀୟ ସ୍ତ୍ରୀ କମଳା ସ୍ବାଇଁ। କମଳାଙ୍କୁ ପୋଲିସ ୫ ଦିନିଆ ରିମାଣ୍ଡରେ ନେବା ପାଇଁ ଭୁବନେଶ୍ୱର ଏସ୍‌ଡିଜେଏମ ଅନୁମତି ଦେଇଛନ୍ତି।

କମଳାଙ୍କୁ ୭ ଦିନିଆ ରିମାଣ୍ଡରେ ନେବା ପାଇଁ ଆବେଦନ ହୋଇଥିଲା।କୋର୍ଟ କେବଳ ୫ ଦିନ ରିମାଣ୍ଡ ଅନୁମତି ଦେଇଛନ୍ତି।  ରମେଶଙ୍କ ଆକାଉଣ୍ଟରୁ କମଳାଙ୍କ ଆକାଉଣ୍ଟକୁ ଟଙ୍କା ଟ୍ରାନ୍ସଫର ହୋଇଥିବା ଜଣାପଡ଼ିଛି।

ସୂଚନାଯୋଗ୍ୟ, ସୋମବାର ନକଲି ଡାକ୍ତରଙ୍କ ଦ୍ୱିତୀୟ ସ୍ତ୍ରୀ କମଳାଙ୍କୁ ଝାଡ଼ଖଣ୍ଡରୁ ଗିରଫ କରିଥିଲା କମିଶନରେଟ ପୋଲିସ ଟିମ୍‌। ରମେଶଙ୍କ କାରନାମା ପରଠାରୁ ଗୁଜରାଟର ଜାମନଗରରେ କାର୍ଯ୍ୟରତ କମଳା ଫେରାର ଥିଲେ । ରାଜ୍ୟ ତଥା ରାଜ୍ୟ ବାହାରେ ତାଙ୍କୁ ଖୋଜୁଥିବା ପୋଲିସ ଶେଷରେ ଗିରଫ କରିବାରେ ସକ୍ଷମ ହୋଇଥିଲା। କମଳା ରମେଶଙ୍କ ଅର୍ଥ କାରବାର ବୁଝୁଥିଲେ।

୧୯ ମହିଳାଙ୍କ ସ୍ବାମୀ ରମେଶ ୧୯୮୨ ମସିହାରେ ପ୍ରଥମ ବିବାହ କରିଥିଲେ। ପ୍ରଥମ ସ୍ତ୍ରୀଙ୍କଠାରୁ ତାଙ୍କର ୩ ପିଲା ଅଛନ୍ତି। ସେମାନେ ସମସ୍ତେ ଡାକ୍ତର। ୨୦୦୨ ମସିହାରେ ସେ କମଳାଙ୍କୁ ଦ୍ୱିତୀୟ ବିବାହ କରିଥିବା ବେଳେ ତାଙ୍କର ଦୁଇ ପିଲା ଅଛନ୍ତି।

କମଳାଙ୍କ ପରେ ସେ ଆଉ ୧୭ ମହିଳାଙ୍କୁ ବିବାହ କରିଥିଲେ। ରମେଶ କମଳାଙ୍କ ଜାଣତରେ ଅନ୍ୟ ମହିଳାଙ୍କୁ ପ୍ରେମ ଜାଲରେ ଫସାଇ ବିବାହ କରୁଥିଲେ। ଏଥିରେ ରମେଶଙ୍କୁ ଭରପୁର ସାହାଯ୍ୟ, ସହଯୋଗ ଯୋଗାଇ ଆସୁଥିଲେ କମଳା। କେବଳ କମଳା ନୁହନ୍ତି, ରମେଶଙ୍କ ଏହି ଅପରାଧରେ ତାଙ୍କ ଭଉଣୀ ଓ ଡ୍ରାଇଭର ମଧ୍ୟ ତାଙ୍କୁ ସମ୍ପୂର୍ଣ୍ଣ ସମର୍ଥନ କରୁଥିଲେ।ଏଥିସହ ରମେଶ ଲୁଟୁଥିବା ସୁନାଗହଣା, ଟଙ୍କାଙ୍କୁ ସମସ୍ତେ ବାଣ୍ଟି ନେଉଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ କାଳବୈଶାଖୀ ପ୍ରଭାବ: ୧୫ ଘଣ୍ଟା ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତବାସୀ

ଦାରିଙ୍ଗବାଡି, ୨୮।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ କଳାବୈଶାଖୀର ପ୍ରଭାବରେ ପବନ ବୋହିବା ସହ ବିଜୁଳି ଘଡଘଡି ସହ ବର୍ଷା ହୋଇଥିଲା…

ବାଇକ୍‌ରେ ଯାଉଥିଲେ ଉପରେ ପଡ଼ିଲା ଗଛ: ଆଉ ତା’ପରେ…

ବାରିପଦା,୨୮।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାର ଆଖପାଖ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଝଡ ତୋଫାନ ଓ ପ୍ରବଳ ବର୍ଷାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ପୃଥକ…

ମନ୍ଦିର ଛକରୁ ସିଲେଟପଡ଼ା ରାସ୍ତା ଶୋଚନୀୟ: ଆନ୍ଦୋଳନ ପାଇଁ ସଜବାଜ

କର୍ଲାମୁଣ୍ଡା,୨୮ା୩ (ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡ଼ା ରାସ୍ତା ଶୋଚନୀୟ ହୋଇପଡିଛି। ୨୦୧୫ରେ ପିଚୁ ରାସ୍ତା ନିର୍ମାଣ ହୋଇଥିଲେ…

ପ୍ରଖ୍ୟାତ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ଗିରଫ: ମଦ ପିଇ କରୁଥିଲେ ଏହି କାମ

ଫ୍ଲୋରିଡା,୨୮।୩: ପ୍ରଖ୍ୟାତ ଆମେରିକୀୟ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ପୁଣି ଥରେ ବିବାଦରେ ଫସିଛନ୍ତି। ମଦ୍ୟପାନ କରି ଗାଡ଼ି ଚଲାଇବା ସନ୍ଦେହରେ ତାଙ୍କୁ ଫ୍ଲୋରିଡାରେ ଗିରଫ କରାଯାଇଛି।…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri