ସଙ୍କଟରେ ବି ପ୍ରତିଶ୍ରୁତି ଭୁଲିନୁ: ନବୀନ

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ରାଜ୍ୟ ସରକାର ଗୋଟିଏ ପରେ ଗୋଟିଏ ସଙ୍କଟର ମୁକାବିଲା କରି ଚାଲିଛନ୍ତି। ଏହାସତ୍ତ୍ୱେ ଲୋକଙ୍କୁ ନିର୍ବାଚନ ସମୟରେ ଦେଇଥିବା ପ୍ରତିଶ୍ରୁତିକୁ ଆମେ ଭୁଲିନାହୁଁ। ବିଜେଡି ଶାସନର ପଞ୍ଚମ ପାଳିରେ ୫-ଟି ମୁଖ୍ୟ ଫୋକସ୍‌ ହୋଇଛିି। ପ୍ରତ୍ୟେକ ବିଭାଗ ସେମାନଙ୍କ କାର୍ଯ୍ୟକ୍ରମ ଜରିଆରେ ଲୋକଙ୍କ ଜୀବନରେ ପରିବର୍ତ୍ତନ ଆଣିବା ପାଇଁ ପଦକ୍ଷେପ ନେଇଛନ୍ତି। ଏହି ଲକ୍ଷ୍ୟ ପୂରଣ ଦିଗରେ ନିରନ୍ତର କାମ କରିଚାଲିଛନ୍ତି। ଲୋକଙ୍କ ସହିତ ସିଧାସଳଖ ସମ୍ପର୍କ ରଖିବା ପାଇଁ ମୋ ସରକାର ବ୍ୟବସ୍ଥା ଆରମ୍ଭ କରାଯାଇଥିଲା। ସମୟକ୍ରମେ ପ୍ରତ୍ୟେକସ୍ତରରେ ଲୋକଙ୍କ ପ୍ରତି ସରକାରୀ କର୍ମଚାରୀଙ୍କ ମନୋଭାବ ଏବଂ ବ୍ୟବହାରରେ ପରିବର୍ତ୍ତନ ଆଣିବାରେ ଏହା ସଫଳ ହୋଇଛି। ପ୍ରଶାସନ ଏବଂ ସରକାରୀ ସେବା ବ୍ୟବସ୍ଥାକୁ ଅଧିକ ଲୋକାଭିମୁଖୀ କରି ସରକାରୀ ବ୍ୟବସ୍ଥାରେ ଢାଞ୍ଚାଗତ ଓ ପ୍ରକ୍ରିୟାଗତ ପରିବର୍ତ୍ତନ ଆଣିବା ପାଇଁ ପଦକ୍ଷେପ ନିଆଯାଇଛି। ଶନିବାର ବିଜେଡି ସରକାରର ୫ମ ପାଳିର ଦ୍ୱିତୀୟ ବର୍ଷ ପୂର୍ତ୍ତି ଅବସରରେ ମନ୍ତ୍ରୀ ପରିଷଦ ବୈଠକକୁ ଉଦ୍‌ବୋଧନ ଦେବା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଓଡ଼ିଶାବାସୀଙ୍କୁ ଆମେ ଦେଇଥିବା ପ୍ରତିଶ୍ରୁତି ପୂରଣ କରିବା ତଥା ବିଜୁବାବୁଙ୍କ ସ୍ବପ୍ନକୁ ସାକାର କରିବାରେ ପଞ୍ଚମ ପାଳିର ଏହି ଦୁଇ ବର୍ଷ ଅତ୍ୟନ୍ତ ଆହ୍ବାନମୂଳକ ଥିଲା। ଏପରିକି ପଞ୍ଚମ ପାଳିର ସରକାର ଆରମ୍ଭ ହେବା ପୂର୍ବରୁ ୨୦୧୯ ମେ’ ୩ରେ ଫନି ବାତ୍ୟାର ସମ୍ମୁଖୀନ ହେବାକୁ ପଡ଼ିଥିଲା। ସେହିଦିନଠାରୁ ଗତ ଦୁଇ ବର୍ଷ ହେଲା ବାତ୍ୟା ଏବଂ କୋଭିଡ୍‌ ମହାମାରୀର ବିପର୍ଯ୍ୟୟକାରୀ ପ୍ରଭାବକୁ ଆମେ ସାମ୍ନା କରିଆସୁଛୁ। ଲୋକମାନଙ୍କୁ ସୁରକ୍ଷିତ ରଖିବା ପାଇଁ ଆମେ ସର୍ବୋତ୍ତମ ଚେଷ୍ଟା ଜାରି ରଖିଛୁ। ୨୦୨୦ ମାର୍ଚ୍ଚ ପରଠାରୁ କୋଭିଡ୍‌ ମହାମାରୀ ଆମର ବିପର୍ଯ୍ୟୟ ପରିଚାଳନା ଅଭିଜ୍ଞତାରେ ଏକ ନୂଆ ସମସ୍ୟା ଭାବରେ ଦେଖାଦେଇଛି। ସ୍ବାଭାବିକ ଅବସ୍ଥାକୁ ଫେରିବା ଆଜି ଏକ ଆହ୍ବାନରେ ପରିଣତ ହୋଇଛି। କରୋନା ଭାଇରସ୍‌ ସଂକ୍ରମଣର ସଫଳ ନିୟନ୍ତ୍ରଣ ପୂର୍ବରୁ ମାନବ ସମାଜକୁ ଏହି ମହାମାରୀର କେତେ ଲହର ଓ ଏହି ଭୂତାଣୁର କେତେ ଅଧିକ ଭାରିଆଣ୍ଟର ସମ୍ମୁଖୀନ ହେବାକୁ ପଡ଼ିବ, ତାହା ବର୍ତ୍ତମାନ ଠିକ୍‌ ଭାବରେ କହିବା ସମ୍ଭବ ନୁହେଁ। ସେଥିପାଇଁ ପ୍ରସ୍ତୁତ ରହିବାକୁ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏ ପର୍ଯ୍ୟନ୍ତ ରାଜ୍ୟ କରୋନା ସଂକ୍ରମଣର ୨ ଲହର ଦ୍ବାରା ପ୍ରଭାବିତ ହୋଇସାରିଲାଣି। ସ୍ବାସ୍ଥ୍ୟସେବା ବ୍ୟବସ୍ଥାକୁ ଠିକ୍‌ ଭାବରେ ପରିଚାଳନା କରିବାରେ ଆମେ ସକ୍ଷମ ହୋଇପାରିଛୁ। ଯେତେବେଳେ ଅନ୍ୟ ରାଜ୍ୟଗୁଡ଼ିକ ଦୁର୍ଭାଗ୍ୟବଶତଃ ଅକ୍ସିଜେନ ସମସ୍ୟା ଭିତରେ ଛନ୍ଦିହୋଇ ଯାଇଥିଲେ, ସେତେବେଳେ ଆମ ଡାକ୍ତରଖାନାଗୁଡ଼ିକରେ ଅକ୍ସିଜେନ ଯୋଗାଣକୁ ସୁବ୍ୟବସ୍ଥିତ କରିବା ସହ ଅନ୍ୟ ରାଜ୍ୟକୁ ମଧ୍ୟ ଯୋଗାଇବାରେ ସଫଳ ହୋଇପାରିଛୁ। ଏବେ ଆମେ ଟିକାକରଣ ଉପରେ ଫୋକସ୍‌ କରିଛୁ। ଟିକାକରଣ ନିମନ୍ତେ ସମ୍ବଳର ଉପଯୋଗ କରି ଲୋକଙ୍କୁ ଯେତେଶୀଘ୍ର ସମ୍ଭବ ସୁରକ୍ଷିତ ରଖିବା ପାଇଁ ପଦକ୍ଷେପ ନେଇଛୁ।

ବିପର୍ଯ୍ୟୟର ମୁକାବିଲା କିପରି କରିବାକୁ ହେବ, ସେ ବିଷୟରେ ନିରନ୍ତର ଶିକ୍ଷାଲାଭ କରିବାକୁ ହେବ। ତେଣୁ ସ୍କୁଲ, କଲେଜ ପାଠ୍ୟକ୍ରମରେ ବିପର୍ଯ୍ୟୟ ଓ ମହାମାରୀର ମୁକାବିଲା ପାଇଁ ପ୍ରାକ୍‌ ପ୍ରସ୍ତୁତିକୁ ଏକ ବିଷୟ ଭାବରେ ଗ୍ରହଣ କରିବାକୁ ରାଜ୍ୟ ମନ୍ତ୍ରୀ ପରିଷଦ ସଂକଳ୍ପ ପାରିତ କରିଛ। ରାଜ୍ୟର ପ୍ରତ୍ୟେକ ଛାତ୍ରୀଛାତ୍ର, ପ୍ରତ୍ୟେକ ନିର୍ବାଚିତ ପ୍ରତିନିଧି, ସରକାରୀ ଅଫିସର, ମିଶନ ଶକ୍ତି ସଦସ୍ୟବୃନ୍ଦଙ୍କୁ ପ୍ରାକୃତିକ ଦୁର୍ବିପାକ ଓ ମହାମାରୀର ମୁକାବିଲା ପାଇଁ ପ୍ରସ୍ତୁତ ହେବାକୁ ତାଲିମ ଦିଆଯିବ। ବିପର୍ଯ୍ୟୟ ପରିଚାଳନାରେ ଗୋଷ୍ଠୀ ସଚେତନତା ହିଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସ୍ବାସ୍ଥ୍ୟ ଓ ଶିକ୍ଷାର ବିକାଶ ଉପରେ ରାଜ୍ୟ ସରକାର ସବୁବେଳେ ସ୍ବତନ୍ତ୍ର ଗୁରୁତ୍ୱ ଦେଇ ଆସିଛନ୍ତି। ସାରା ରାଜ୍ୟରେ ସ୍ବାସ୍ଥ୍ୟ ଭିତ୍ତିଭୂମିର ବିକାଶ ପାଇଁ ୮,୫୦୦ କୋଟି ଟଙ୍କାର ବିପୁଳ ପୁଞ୍ଜି ବିନିଯୋଗ କରାଯାଇଛି। ୩,୫୦୦ କୋଟି ଟଙ୍କା ବ୍ୟୟରେ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲକୁ ଏକ ବିଶ୍ବସ୍ତରୀୟ ଅନୁଷ୍ଠାନ ଭାବରେ ବିକଶିତ କରାଯିବ। ଗତ ବର୍ଷକ ମଧ୍ୟରେ ୭୮୬ ଜଣ ଡାକ୍ତର ଓ ୫,୧୩୭ ଜଣ ପାରାମେଡିକ୍ସଙ୍କୁ ନିଯୁକ୍ତି ଦିଆଯାଇଛି। ଯୁବ ସମାଜକୁ ବିଶ୍ବର ନିଯୁକ୍ତି ବଜାରର ଚାହିଦା ମୁତାବକ ପ୍ରସ୍ତୁତ କରିବା ପାଇଁ ସ୍କିଲ୍‌ ଇନ୍‌ ଓଡ଼ିଶା କାର୍ଯ୍ୟକ୍ରମର ଅଂଶସ୍ବରୂପ ବିଶ୍ବ ଦକ୍ଷତା କେନ୍ଦ୍ର ଆରମ୍ଭ କରାଯାଇଛି। କୋଭିଡ୍‌ ମହାମାରୀ ପରିସ୍ଥିତି ସତ୍ତ୍ବେ ଦେଶର କେତେକ ବଡ଼ ବଡ଼ ପୁଞ୍ଜିନିବେଶକୁ ଆକର୍ଷିତ କରିବାରେ ଓଡ଼ିଶା ସଫଳ ହୋଇପାରିଛି। କୃଷି ଓ କୃଷକର ଉନ୍ନତି ହେଉଛି ରାଜ୍ୟର ବିକାଶର ଆଧାରଶୀଳା। ଗତ ଏକ ବର୍ଷ ମଧ୍ୟରେ କାଳିଆ ଯୋଜନାରେ ରାଜ୍ୟର ଚାଷୀମାନଙ୍କ ବ୍ୟାଙ୍କ ଖାତାରେ ୬୧୧୮ କୋଟିରୁ ଅଧିକ ଟଙ୍କା ଜମା କରି ଆମେ ଆମର ପ୍ରତିଶ୍ରୁତି ରକ୍ଷା କରିପାରିଛୁ। ମହିଳା ସଶକ୍ତୀକରଣକୁ ଦୃଷ୍ଟିରେ ରଖି ମିଶନ ଶକ୍ତି କାର୍ଯ୍ୟକ୍ରମକୁ ମଜଭୁତ କରାଯାଇଛି। ମିଶନ ଶକ୍ତିର ଆର୍ଥିକ ସଶକ୍ତୀକରଣ ପାଇଁ ଆଗାମୀ ୫ ବର୍ଷରେ ୫,୦୦୦ କୋଟି ଟଙ୍କାର ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ ସମ୍ପୃକ୍ତ କରିବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ପଞ୍ଚାୟତିରାଜ ଅନୁଷ୍ଠାନ ତଥା ପୌରସଂସ୍ଥାଗୁଡ଼ିକୁ ମଜଭୁତ କରିବା ପାଇଁ ଅର୍ଥ କମିଶନଙ୍କ ଅନୁଦାନ ଜରିଆରେ ଗତ ୨ବର୍ଷ ମଧ୍ୟରେ ୧୧,୨୮୭ କୋଟି ଟଙ୍କାର ଆର୍ଥତ୍କ ଅନୁଦାନ ଦିଆଯାଇଛି। ଓଡ଼ିଶାର ଜନସାଧାରଣ ପଞ୍ଚମ ଥର ପାଇଁ ଆମକୁ ଆଶୀର୍ବାଦ କରି ସେବାର ସୁଯୋଗ ଦେଇଛନ୍ତି। ଲୋକଙ୍କୁ ଆମେ ଦେଇଥିବା ପ୍ରତିଶ୍ରୁତି ଏବଂ ସେମାନଙ୍କ ଆଶା ଆକାଂକ୍ଷାକୁ ପୂରଣ କରିବା ପାଇଁ ଆମେ କଠିନ ପରିଶ୍ରମ କରୁଛୁ। ଓଡ଼ିଶାର ବିକାଶ ନିମନ୍ତେ ଆମର ଭଲ କାମକୁ ଜାରି ରଖିବୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?