ଆଜି ଖୋଲିପାରେ ରତ୍ନଭଣ୍ଡାରର ଗୁପ୍ତ ସୁଡ଼ଙ୍ଗ, କୋଠରି ରହସ୍ୟ

ପୁରୀ,୧୮ା୯(ଅଜିତ୍‌ କୁମାର ମହାନ୍ତି):ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) ପକ୍ଷରୁ ବୁଧବାର ଶ୍ରୀମନ୍ଦିର ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ କରାଯିବ। ରାଜ୍ୟ ସରକାରଙ୍କ ଅନୁମୋଦନ ପରେ ଏଏସ୍‌ଆଇର ଅତିରିକ୍ତ ମହାନିର୍ଦ୍ଦେଶକଙ୍କ ନେତୃତ୍ୱରେ ଏହି ପ୍ରାରମ୍ଭିକ ନିରୀକ୍ଷଣ ଓ ବୈଷୟିକ ଯାଞ୍ଚ ହେବ। ଏଥିଲାଗି ଉଭୟ ଶ୍ରୀମନ୍ଦିର ପ୍ରଶାସନ ଏବଂ ଏଏସ୍‌ଆଇ ପକ୍ଷରୁ ସମସ୍ତ ପ୍ରସ୍ତୁତି ଓ ପ୍ରକ୍ରିୟା ସରିଛି। ପୂର୍ବରୁ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା (ଏସ୍‌ଓପି) ଅନୁସାରେ ବାହାର ଓ ଭିତର ରତ୍ନଭଣ୍ଡାରରୁ ସମସ୍ତ ଅଳଙ୍କାର ଅସ୍ଥାୟୀ ଷ୍ଟ୍ରଙ୍ଗରୁମ୍‌କୁ ସ୍ଥାନାନ୍ତର ହୋଇସାରିଛି। ସେହିପରି ଖାଲି ଆଲମିରା ଓ ସିନ୍ଦୁକଗୁଡ଼ିକୁ ସ୍ଥାନ୍ତାନ୍ତର କରାଯାଇସାରିଛି। ଏହାପରେ ଏଏସ୍‌ଆଇକୁ ସଂରକ୍ଷଣ ଓ ମରାମତି କାର୍ଯ୍ୟ ହାତକୁ ନେବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ଅନୁରୋଧ କରିଥିଲା। ତେବେ ମରାମତି ପୂର୍ବରୁ ଅତ୍ୟାଧୁନିକ ଜ୍ଞାନକୌଶଳ ବ୍ୟବହାର କରି ସର୍ଭେ କରାଯିବାକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଥିଲା। ଏହାଦ୍ୱାରା ଯେପରି ଶ୍ରୀମନ୍ଦିର ଉପରେ କୌଣସି ପ୍ରତିକୂଳ ପ୍ରଭାବ ନ ପଡ଼ିବ ସେଥିପ୍ରତି ଧ୍ୟାନ ଦେବାକୁ ଏଏସ୍‌ଆଇକୁ ମଧ୍ୟ କୁହାଯାଇଥିଲା। ପୂର୍ଣ୍ଣାଙ୍ଗ ଅତ୍ୟାଧୁନିକ ତଥା ବୈଷୟିକ ଯାଞ୍ଚ ପରେ ଏଏସ୍‌ଆଇ ରତ୍ନଭଣ୍ଡାରର ସଂରକ୍ଷଣ ଓ ମରାମତି କାର୍ଯ୍ୟ ଅବିଳମ୍ବେ ସାରିବାକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ପାଢ଼ୀ ଅନୁରୋଧ କରିଛନ୍ତି। ରତ୍ନଭଣ୍ଡାରରେ ଗୁପ୍ତ ସୁଡ଼ଙ୍ଗ ନେଇ ଚର୍ଚ୍ଚା ଉଠିଥିବାବେଳେ ଏହି ଯାଞ୍ଚ ଦ୍ୱାରା ଗୁପ୍ତ ସୁଡ଼ଙ୍ଗ ଅଛି କି ନାହିଁ ତାହା ସ୍ପଷ୍ଟ ହେବ। ସେହିପରି ରତ୍ନଭଣ୍ଡାର ତଳେ ଗୁପ୍ତ କୋଠରୀ ରହିଛି କି ନାହିଁ ତାହା ମଧ୍ୟ ସ୍ପଷ୍ଟ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri