ଭୁବନେଶ୍ୱର, ୬।୧(ବ୍ୟୁରୋ): କ୍ଷେତ୍ର ସ୍ତରରେ ହେଉଥିବା ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ଓ ସମସ୍ୟା ସାମାଧାନ କରିବା ପାଇଁ ବିଭିନ୍ନ ବିଭାଗର ସଚିବମାନେ ଜିଲା ଗସ୍ତ କରି ସରକାରୀ ପ୍ରକଳ୍ପର ଅଗ୍ରଗତି ଅନୁଧ୍ୟାନ କରିବେ । ପ୍ରକଳ୍ପଗୁଡିକ ଯେପରି ନିର୍ଦ୍ଧାରିତ ସମୟରେ ଶେଷ ହେବ ସେ ନେଇ ଗୁରୁତ୍ୱ ଦେବେ। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଭିଡିଓ କନଫରେନ୍ସ ଜରିଆରେ ବିଭିନ୍ନ ବିଭାଗ ସଚିବଙ୍କ ସହ ଆଲୋଚନା ବେଳେ ଏହି ପରାମର୍ଶ ଦେଇଛନ୍ତି।
ପାନୀୟ ଜଳ, ଗ୍ରାମାଞ୍ଚଳ ପକ୍କାଘର ନିର୍ମାଣ, ପୋଲ, କଲଭର୍ଟ, ଗ୍ରାମ୍ୟ ରାସ୍ତା, ପୁରୀ ଓ ଲିଙ୍ଗରାଜ ମନ୍ଦିର ଐତିହ୍ୟ ପ୍ରକଳ୍ପ, ଏସ୍ସିବି ମେଡିକାଲ କଲେଜ ସମ୍ପ୍ରସାରଣ, କଟକ ସହର ସୌନ୍ଦର୍ଯ୍ୟକରଣ ପ୍ରକଳ୍ପଗୁଡିକୁ ନିର୍ଦ୍ଧାରିତ ସମୟରେ ଶେଷ କରିବାକୁ ବୈଠକରେ ଗୁରୁତ୍ୱ ଦିଆଯାଇଛି। ବିଭାଗଗୁଡିକ ମଧ୍ୟରେ ସମନ୍ବୟ ରକ୍ଷା କରି କାର୍ଯ୍ୟ କରିବାକୁ ପରାମର୍ଶ ଦିଆଯାଇଛି। ରାଜ୍ୟରେ ବର୍ତ୍ତମାନ ଚାଲୁ ରହିଥିବା ବିଭିନ୍ନ ପ୍ରକଳ୍ପ ବାବଦରେ ୨.୫ ଲକ୍ଷ ଟଙ୍କାର ପୁଞ୍ଜି ବିନିଯୋଗ କରାଯାଇଛି। ୩୦ଟି ଜିଲାରେ ୭ଲକ୍ଷ ପକ୍କାଘର ନିର୍ମାଣ ହେଉଥିବା ବେଳେ ୭୦୦ ପୋଲ ନିର୍ମାଣ ହେଉଛି। ଏସବୁ ପ୍ରକଳ୍ପରେ ମହାତ୍ମାଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ୨୩ କୋଟି ମାନବ ଦିବସ ସୃଷ୍ଟି କରାଯାଇ ଶ୍ରମିକଙ୍କୁ କାର୍ଯ୍ୟ ଯୋଗାଇ ଦିଆଯାଇଛି। ୫-ଟି ଅଧୀନରେ ଲୋକମାନଙ୍କୁ ତୁରନ୍ତ ସେବା ଯୋଗାଇ ଦେବାକୁ ମୁଖ୍ୟ ଶାସନ ସଚିବ ସଚିବମାନଙ୍କୁ ପରାମର୍ଶ ଦେଇଛନ୍ତି। ସେହିପରି ସମସ୍ତ ଗ୍ରାମ ଓ ହାମଲେଟଗୁଡିକୁ ସବୁଦିନିଆ ରାସ୍ତା, ମହିଳା ସ୍ବୟଂ ସହାୟିକା ଗୋଷ୍ଠୀଙ୍କୁ ଋଣ ପ୍ରଦାନ ଉପରେ ଗୁରୁତ୍ୱ ଦିଆଯାଇଛି।
୮ ତାରିଖରୁ ରାଜ୍ୟରେ ସ୍କୁଲ, କଲେଜ ଓ ଛାତ୍ରାବାସ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ଜୀବନ ଜୀବିକା ସହ ଟିକାକରଣ ପାଇଁ ପ୍ରସ୍ତୁତ ରହିବାକୁ ହେବ। ଏଥିସହିତ ପ୍ରତ୍ୟେକ ବିଭାଗ ଗାଇଡଲାଇନ ଓ ଏସଓପିକୁ କଡାକଡି ଭାବେ ପାଳନ କରିବାକୁ ମୁଖ୍ୟ ଶାସନ ସଚିବ ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି। ଶିକ୍ଷାନୁଷ୍ଠାନ ଓ ଛାତ୍ରାବାସଗୁଡିକରେ ଯେପରି କୋଭିଡ ସଂକ୍ରମଣ ନ ହେବ ସେଥିପାଇଁ ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା କରିବାକୁ ମୁଖ୍ୟ ଶାସନ ସଚିବ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ଶିକ୍ଷାନୁଷ୍ଠାନର ମୁଖ୍ୟମାନେ ନିୟମିତ ସ୍ଥାନୀୟ ସ୍ବାସ୍ଥ୍ୟ କର୍ମୀ ଓ ଡାକ୍ତରଙ୍କ ସହ ଯୋଗାଯୋଗରେ ରହିବେ। ସ୍ବାସ୍ଥ୍ୟ ସମ୍ପର୍କିତ କୌଣସି ସନ୍ଦେହଜନକ ପରିସ୍ଥିତି ସୃଷ୍ଟି ହେଲେ ତୁରନ୍ତ ଯୋଗାଯୋଗ କରିବାକୁ କୁହାଯାଇଛି। ସେହିପରି ଆସନ୍ତା ୩ ମାସରେ ବଜେଟ ଅର୍ଥ ଖର୍ଚ୍ଚକୁ ତ୍ୱରାନ୍ବିତ କରିବାକୁ ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା କହିଛନ୍ତି। ଆସନ୍ତା ଦୁଇ ସପ୍ତାହ ମଧ୍ୟରେ ୨୦୨୦-୨୧ ବଜେଟ ମତାମତ ଦେବାକୁ ଅର୍ଥ ବିଭାଗ ସଚିବ ଅଶୋକ ମୀନା ବିଭିନ୍ନ ବିଭାଗକୁ ପରାମର୍ଶ ଦେଇଛନ୍ତି। ଇଣ୍ଡିଗ୍ରେଟେଡ ଫାର୍ମିଂ ଉପରେ କୃଷି ଉତ୍ପାଦନ କମିଶନର ଗୁରତ୍ୱ ଦେଇଥିଲେ। ୨୦୨୦ ଡସେମ୍ବର ୨୮ରୁ ରାଜ୍ୟର ସମସ୍ତ ଆଇଟିଆଇ ଖୋଲିଛି। କୌଣସି ଠାରେ କୋଭିଡ ସମ୍ପର୍କିତ ସମସ୍ୟା ଦେଖା ଦେଇ ନାହିଁ ବୋଲି ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ସଚିବ ସଞ୍ଜୟ ସିଂ କହିଛନ୍ତି। ବୈଷୟିକ ଶିକ୍ଷାନୁଷ୍ଠାନ ଓ ପଲିଟେକ୍ନିକ ଗୁଡିକ ଖୁବଶୀଘ୍ର ଖୋଲିବ ବୋଲି ସେ ସୂଚନା ଦେଇଛନ୍ତି। ବୈଠକରେ ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ମୋନା ଶର୍ମା, ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସଞ୍ଜୀବ ଚୋପ୍ରା ଏବଂ ସମସ୍ତ ବିଭାଗର ପ୍ରମୁଖ ସଚିବ, ସଚିବ ଏବଂ ସ୍ବତନ୍ତ୍ର ସଚିବ ଯୋଗ ଦେଇଥିଲେ।
ପୂର୍ବତନ ବିଧାୟକ, ପୂର୍ବତନ ଏମ୍ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ
ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…
କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ
ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…
ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?
ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…
କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….
କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…
ଭାଜପାର ପ୍ରତିଷ୍ଠା ଦିବସ, ଖଲ୍ଲିକୋଟ ବିଧାୟକ…
ପୁରୁଷୋତ୍ତମପୁର,୬ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଜଳେଶ୍ବରଖଣ୍ଡି ଠାରେ ଆଛୁଲି ମଣ୍ଡଳ ପକ୍ଷରୁ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି । ରାଜ୍ଯକାର୍ଯ୍ଯକାରିଣୀ…
ଭଗବାନ ମୁଦୁଲିଙ୍କୁ ଗୁରୁଦାୟିତ୍ୱ: ଉନ୍ନୟନ ପରିଷଦ ଅଧ୍ୟକ୍ଷ ମନୋନୀତ
ନନ୍ଦପୁର,୬।୪(ତୁଷାର କାନ୍ତ ମହାନ୍ତି): ରାଜ୍ୟ ସରକାର ରାଜ୍ୟର ୨୩ ଆଦିବାସୀ ବହୁଳ ଜିଲା ନିମନ୍ତେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ନବ କଳେବର କରି ଅଧକ୍ଷ ଓ ଉପାଧ୍ୟକ୍ଷଙ୍କ…
କୂଅରେ ପଡି ଚାଲିଗଲା ଶିକ୍ଷକଙ୍କ ଜୀବନ, ପକ୍ଷାଘାତ ରୋଗ….
ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅନ୍ତର୍ଗତ ଶିବ ଶକ୍ତି ନଗରରେ ଅଭାବନୀୟ ଘଟଣା । କୂଅରେ ପଡି ଶିକ୍ଷକଙ୍କ ମୃତ୍ୟୁ । ମୃତ…
ରନ୍ଧନ ଗ୍ୟାସ୍ ବିକ୍ରି କଟକଣା: ଛାତ୍ରୀଛାତ୍ର, କର୍ମଜୀବୀ, ଶ୍ରମିକ ଚିନ୍ତାରେ
ଖୋଲା ବଜାରରେ ଖୁଚୁରାରେ ବିକ୍ରି ହେଉଥିବା ରନ୍ଧନ ଗ୍ୟାସ୍ ଆଉ ମିଳିବ ନାହିଁ। ହିତାଧିକାରୀ ଠିକ୍ ସମୟରେ ଗ୍ୟାସ୍ ପାଉ ନ ଥିବାବେଳେ ବେଆଇନ କାରବାର ବୃଦ୍ଧି…
Archives

