Posted inରାଜ୍ୟ

ଜିଲା ଗସ୍ତ କରିବେ ସଚିବ

ଭୁବନେଶ୍ୱର, ୬।୧(ବ୍ୟୁରୋ): କ୍ଷେତ୍ର ସ୍ତରରେ ହେଉଥିବା ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ଓ ସମସ୍ୟା ସାମାଧାନ କରିବା ପାଇଁ ବିଭିନ୍ନ ବିଭାଗର ସଚିବମାନେ ଜିଲା ଗସ୍ତ କରି ସରକାରୀ ପ୍ରକଳ୍ପର ଅଗ୍ରଗତି ଅନୁଧ୍ୟାନ କରିବେ । ପ୍ରକଳ୍ପଗୁଡିକ ଯେପରି ନିର୍ଦ୍ଧାରିତ ସମୟରେ ଶେଷ ହେବ ସେ ନେଇ ଗୁରୁତ୍ୱ ଦେବେ। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଭିଡିଓ କନଫରେନ୍ସ ଜରିଆରେ ବିଭିନ୍ନ ବିଭାଗ ସଚିବଙ୍କ ସହ ଆଲୋଚନା ବେଳେ ଏହି ପରାମର୍ଶ ଦେଇଛନ୍ତି।
ପାନୀୟ ଜଳ, ଗ୍ରାମାଞ୍ଚଳ ପକ୍କାଘର ନିର୍ମାଣ, ପୋଲ, କଲଭର୍ଟ, ଗ୍ରାମ୍ୟ ରାସ୍ତା, ପୁରୀ ଓ ଲିଙ୍ଗରାଜ ମନ୍ଦିର ଐତିହ୍ୟ ପ୍ରକଳ୍ପ, ଏସ୍‌ସିବି ମେଡିକାଲ କଲେଜ ସମ୍ପ୍ରସାରଣ, କଟକ ସହର ସୌନ୍ଦର୍ଯ୍ୟକରଣ ପ୍ରକଳ୍ପଗୁଡିକୁ ନିର୍ଦ୍ଧାରିତ ସମୟରେ ଶେଷ କରିବାକୁ ବୈଠକରେ ଗୁରୁତ୍ୱ ଦିଆଯାଇଛି। ବିଭାଗଗୁଡିକ ମଧ୍ୟରେ ସମନ୍ବୟ ରକ୍ଷା କରି କାର୍ଯ୍ୟ କରିବାକୁ ପରାମର୍ଶ ଦିଆଯାଇଛି। ରାଜ୍ୟରେ ବର୍ତ୍ତମାନ ଚାଲୁ ରହିଥିବା ବିଭିନ୍ନ ପ୍ରକଳ୍ପ ବାବଦରେ ୨.୫ ଲକ୍ଷ ଟଙ୍କାର ପୁଞ୍ଜି ବିନିଯୋଗ କରାଯାଇଛି। ୩୦ଟି ଜିଲାରେ ୭ଲକ୍ଷ ପକ୍କାଘର ନିର୍ମାଣ ହେଉଥିବା ବେଳେ ୭୦୦ ପୋଲ ନିର୍ମାଣ ହେଉଛି। ଏସବୁ ପ୍ରକଳ୍ପରେ ମହାତ୍ମାଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ୨୩ କୋଟି ମାନବ ଦିବସ ସୃଷ୍ଟି କରାଯାଇ ଶ୍ରମିକଙ୍କୁ କାର୍ଯ୍ୟ ଯୋଗାଇ ଦିଆଯାଇଛି। ୫-ଟି ଅଧୀନରେ ଲୋକମାନଙ୍କୁ ତୁରନ୍ତ ସେବା ଯୋଗାଇ ଦେବାକୁ ମୁଖ୍ୟ ଶାସନ ସଚିବ ସଚିବମାନଙ୍କୁ ପରାମର୍ଶ ଦେଇଛନ୍ତି। ସେହିପରି ସମସ୍ତ ଗ୍ରାମ ଓ ହାମଲେଟଗୁଡିକୁ ସବୁଦିନିଆ ରାସ୍ତା, ମହିଳା ସ୍ବୟଂ ସହାୟିକା ଗୋଷ୍ଠୀଙ୍କୁ ଋଣ ପ୍ରଦାନ ଉପରେ ଗୁରୁତ୍ୱ ଦିଆଯାଇଛି।
୮ ତାରିଖରୁ ରାଜ୍ୟରେ ସ୍କୁଲ, କଲେଜ ଓ ଛାତ୍ରାବାସ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ଜୀବନ ଜୀବିକା ସହ ଟିକାକରଣ ପାଇଁ ପ୍ରସ୍ତୁତ ରହିବାକୁ ହେବ। ଏଥିସହିତ ପ୍ରତ୍ୟେକ ବିଭାଗ ଗାଇଡଲାଇନ ଓ ଏସଓପିକୁ କଡାକଡି ଭାବେ ପାଳନ କରିବାକୁ ମୁଖ୍ୟ ଶାସନ ସଚିବ ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି। ଶିକ୍ଷାନୁଷ୍ଠାନ ଓ ଛାତ୍ରାବାସଗୁଡିକରେ ଯେପରି କୋଭିଡ ସଂକ୍ରମଣ ନ ହେବ ସେଥିପାଇଁ ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା କରିବାକୁ ମୁଖ୍ୟ ଶାସନ ସଚିବ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ଶିକ୍ଷାନୁଷ୍ଠାନର ମୁଖ୍ୟମାନେ ନିୟମିତ ସ୍ଥାନୀୟ ସ୍ବାସ୍ଥ୍ୟ କର୍ମୀ ଓ ଡାକ୍ତରଙ୍କ ସହ ଯୋଗାଯୋଗରେ ରହିବେ। ସ୍ବାସ୍ଥ୍ୟ ସମ୍ପର୍କିତ କୌଣସି ସନ୍ଦେହଜନକ ପରିସ୍ଥିତି ସୃଷ୍ଟି ହେଲେ ତୁରନ୍ତ ଯୋଗାଯୋଗ କରିବାକୁ କୁହାଯାଇଛି। ସେହିପରି ଆସନ୍ତା ୩ ମାସରେ ବଜେଟ ଅର୍ଥ ଖର୍ଚ୍ଚକୁ ତ୍ୱରାନ୍ବିତ କରିବାକୁ ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା କହିଛନ୍ତି। ଆସନ୍ତା ଦୁଇ ସପ୍ତାହ ମଧ୍ୟରେ ୨୦୨୦-୨୧ ବଜେଟ ମତାମତ ଦେବାକୁ ଅର୍ଥ ବିଭାଗ ସଚିବ ଅଶୋକ ମୀନା ବିଭିନ୍ନ ବିଭାଗକୁ ପରାମର୍ଶ ଦେଇଛନ୍ତି। ଇଣ୍ଡିଗ୍ରେଟେଡ ଫାର୍ମିଂ ଉପରେ କୃଷି ଉତ୍ପାଦନ କମିଶନର ଗୁରତ୍ୱ ଦେଇଥିଲେ। ୨୦୨୦ ଡସେମ୍ବର ୨୮ରୁ ରାଜ୍ୟର ସମସ୍ତ ଆଇଟିଆଇ ଖୋଲିଛି। କୌଣସି ଠାରେ କୋଭିଡ ସମ୍ପର୍କିତ ସମସ୍ୟା ଦେଖା ଦେଇ ନାହିଁ ବୋଲି ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ସଚିବ ସଞ୍ଜୟ ସିଂ କହିଛନ୍ତି। ବୈଷୟିକ ଶିକ୍ଷାନୁଷ୍ଠାନ ଓ ପଲିଟେକ୍ନିକ ଗୁଡିକ ଖୁବଶୀଘ୍ର ଖୋଲିବ ବୋଲି ସେ ସୂଚନା ଦେଇଛନ୍ତି। ବୈଠକରେ ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ମୋନା ଶର୍ମା, ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସଞ୍ଜୀବ ଚୋପ୍ରା ଏବଂ ସମସ୍ତ ବିଭାଗର ପ୍ରମୁଖ ସଚିବ, ସଚିବ ଏବଂ ସ୍ବତନ୍ତ୍ର ସଚିବ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କ ଲୁଙ୍ଗିକୁ ନେଇ ରାଜନୀତିରେ ଝଡ଼, ଧର୍ମେନ୍ଦ୍ର କହିଲେ…

ଭୁବନେଶ୍ୱର,୨୩।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ପ୍ରଦୀପ ପାଣିଗ୍ରାହୀଙ୍କୁ ଝଟକା

କଟକ,୨୩ା୪ (କାର୍ତ୍ତିକ ସାହୁ) ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକିବା ଅଭିଯୋଗ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି।...

୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି, ଅମର-ଶ୍ରୀମୟୀଙ୍କୁ ମିଳିଲା…

ଭୁବନେଶ୍ୱର,୨୩।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳର ୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଅମର ପ୍ରସାଦ ଶତପଥୀଙ୍କୁ ବିଜେଡିର ବରିଷ୍ଠ ଉପ-ସଭାପତି ଦାୟିତ୍ୱ ଦିଆଯାଇଛି।...

ପାରଳାଖେମୁଣ୍ଡି ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର,୨୩।୪: ଆଜି ପାରଳାଖେମୁଣ୍ଡି ପାଲଟିଛି ରାଜ୍ୟର ଉତ୍ତପ୍ତ ସହର। ସହରରେ ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ କରାଯାଇଛି। ଏଥିସହ ୧୭ଟି ସହର ତାପମାତ୍ରା ୪୦ ଡିଗ୍ରୀ...

ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲା: ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ

କଟକ,୨୩ା୪ (କାର୍ତ୍ତିକ ସାହୁ): ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପାଇଁ ରୁଜୁ ମାମଲାରେ ହାଇକୋର୍ଟ ମୃତକ ମାଖୁନ୍‌ ବାଗ୍‌ଙ୍କ...

ଜାତୀୟ ଧାନ ଗବେଷଣା ଅନୁଷ୍ଠାନର ୭୯ତମ ପ୍ରତିଷ୍ଠା ଦିବସ: ପ୍ରଯୁକ୍ତି ବିଦ୍ୟାର ବିକାଶ ଉତ୍ପାଦନ ବୃଦ୍ଧିରେ ସାହାଯ୍ୟ କରିଛି’

କଟକ,୨୩ା୪ (କାର୍ତ୍ତିକ ସାହୁ) ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ଅନୁଷ୍ଠାନ(ଏନ୍‌ଆର୍‌ଆର୍‌ଆଇ)ର ୭୯ତମ ପ୍ରତିଷ୍ଠା ଦିବସ ଏବଂ ଧାନ ଦିବସ ପ୍ଲାଟିନମ୍‌ ଜୁବୁଲି ସମ୍ମିଳନୀ କକ୍ଷରେ ମଙ୍ଗଳବାର...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ଷ୍ଟାର ପ୍ରଚାରକ ଲିଷ୍ଟରେ ନାହିଁ ୩ ତାରକାଙ୍କ ନାମ

ଭୁବନେଶ୍ୱର,୨୩।୪: ଭାଜପା ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଲେନି ୩ ଓଲିଉଡ ଷ୍ଟାର । ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ଓଲିଉଡ ଷ୍ଟାରଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri