ଖୋଲୁଛି Raja Chakraଙ୍କ କଳା ସାମ୍ରାଜ୍ୟର ଗୁମର!

ଭୁବନେଶ୍ୱର,୬।୩(ସତ୍ୟଜିତ୍‌ ରାଉତ)ଓଡ଼ିଶା ଖଣି ନିଗମ ସହ ସହବନ୍ଧିତ ଥିବା କେନ୍ଦୁଝର ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସିରେ ପ୍ରାୟ ୫୦କୋଟି ଟଙ୍କା ହେର୍‌ଫେର୍‌ ଘଟଣାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ପକ୍ଷରୁ କେନ୍ଦୁଝରର ବିଜେଡି ନେତା ସୌମ୍ୟ ଓରଫ ରାଜା ଚକ୍ରଙ୍କ ଘରେ ଚଢ଼ାଉ ଜାରି ରହିଛି। ବୁଧବାର ଦ୍ୱିତୀୟ ଦିନରେ ରାଜାଙ୍କ ୬ଟି ସ୍ଥାନରେ ଯାଞ୍ଚ ଚାଲିଥିବା ସୂଚନା ମିଳିଛି। କେନ୍ଦୁଝର, କୋଇଡ଼ା, ଧାମରା, ଗୋପାଳପୁର ଆଦି ସ୍ଥାନରେ ଇଓଡବ୍ଲ୍ୟୁ ଅଧିକାରୀମାନେ ମିଳିତ ଭାବେ ଖୋଳତାଡ଼ କରୁଛନ୍ତି। ତେବେ ଇଓଡବ୍ଲ୍ୟୁ ଦୁଇଦିନର ଯାଞ୍ଚରେ ଏକାଧିକ ଲୋକଙ୍କୁ ପଚରାଉଚରା କରିବା ସହ ମାମଲା ସମ୍ବନ୍ଧୀୟ ବହୁ ଦସ୍ତାବିଜ୍‌ ଜବତ କରିଛି। ତେବେ ବଡ଼କଥା ହେଲା ରାଜାଙ୍କ ୨୦୦ଟି ବେନାମୀ ଆକାଉଣ୍ଟ ମଧ୍ୟ ଇଓଡବ୍ଲ୍ୟୁ ଟିମ୍‌ ଠାବ କରିଛି। ଏହି ଆକାଉଣ୍ଟଗୁଡ଼ିକରେ ବ୍ୟାପକ ଟଙ୍କା କାରବାର ହୋଇଥିବା ଜଣାପଡିଛି। ସେହିପରି ରାଜାଙ୍କ ୨୦ଟି ମାଲବାହୀ ଗାଡ଼ି ମଧ୍ୟ ଇଓଡବ୍ଲ୍ୟୁ ପକ୍ଷରୁ ଜବତ କରାଯାଇଥିବା ସୂଚନା ମିଳିଛି।
ଉଲ୍ଲେଖଯୋଗ୍ୟ, ଏହି ମାମଲାରେ ଇଓଡବ୍ଲ୍ୟୁ ଗତ ଫେବୃଆରୀ ୮ରେ ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଆଣ୍ଡ ଟ୍ରାନ୍ସପୋର୍ଟିଂ କୋଅପରେଟିଭ ଲିମିଟେଡର ପୂର୍ବତନ ସଭାପତି ମାନସ ରଞ୍ଜନ ବାରିକ ଓ ସମ୍ପାଦକ ଉତ୍କଳ ଦାଶଙ୍କୁ ଗିରଫ କରିଥିଲା। ତଦନ୍ତ ସମୟରେ ଏହି ଠକେଇ ଲିଙ୍କ୍‌ରେ ରାଜାଙ୍କ ସମେତ ଅନେକ ପ୍ରଭାବଶାଳୀ ଲୋକଙ୍କ ସମ୍ପୃକ୍ତି ଥିବା ଇଓଡବ୍ଲ୍ୟୁ ଜାଣିବାକୁ ପାଇ ଅଧିକ ଛାନଭିନ୍‌ ଚଳାଇଛି। ସୋମବାର ରାଜା ଚକ୍ରଙ୍କୁ ଭୁବନେଶ୍ୱରସ୍ଥିତ କାର୍ଯ୍ୟାଳୟକୁ ଡାକି ଇଓଡବ୍ଲ୍ୟୁ ଜେରା କରିଥିଲା। ସେପଟେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଓ ଆୟକର ଟିମ୍‌ ଇଓଡବ୍ଲ୍ୟୁଠାରୁ ତଥ୍ୟ ନେଇ ଖୋଳାତାଡ଼ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ପୋଲିସ ସେବା ପୁରସ୍କାର-୨୦୨୬ ଘୋଷଣା: ଓଡ଼ିଶାର ସଞ୍ଜୀବ ପଣ୍ଡା, ସ୍ମୀତାରାଣୀ ମହାନ୍ତିଙ୍କୁ ରାଷ୍ଟ୍ରପତି ପଦକ

ଭୁବନେଶ୍ୱର,୧୪ା୮(ତ୍ରିନାଥ ମହାନ୍ତି): ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ସମେତ ଦେଶର ଅନ୍ୟାନ୍ୟ ରାଜ୍ୟ, କେନ୍ଦ୍ର ଶାସିତ ଅଞ୍ଚଳ ଏବଂ ବିଭିନ୍ନ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri