ସୁରକ୍ଷା ପାଚେରି କାମ ନିମ୍ନମାନର

ଖଇରା, ୩।୪(ଡି.ଏନ.ଏ.) ବାଲେଶ୍ୱର ଜିଲା ଖଇରା ବ୍ଲକ ଖଇରା ନଟାପଡା ଆର୍‌ଡି ରାସ୍ତାର ନଟାପଡା ଗ୍ରାମ ନିକଟରେ ଚାଲୁଥିବା ସୁରକ୍ଷା ପାଚେରି ଅତ୍ୟନ୍ତ ନିମ୍ନମାନର ହେଉଥିବା ନେଇ ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଉକ୍ତ ପାଚେରିର ସ୍ଥାୟିତ୍ୱ ଉପରେ ପ୍ରଶ୍ନ ଉଠାଇ ଏହାକୁ ତୁରନ୍ତ ବନ୍ଦ କରିବା ସହ ହୋଇସାରିଥିବା କାର୍ଯ୍ୟର ଭିଜିଲାନ୍ସ ତଦନ୍ତ କରିବାକୁ ଗ୍ରାମର ଜିତେନ୍ଦ୍ର ଲେଙ୍କା, ସନ୍ତୋଷ କୁମାର ଜେନା, ମଣିଭଦ୍ର ବେହେରା, ଜୟନ୍ତ କୁମାର ଲେଙ୍କା, ଅବିନାଶ ରାଉତ, ନିଶିକାନ୍ତ ମହାନ୍ତି ପ୍ରମୁଖ ଦାବି କରିଛନ୍ତି ା ମିଟର ସୁରକ୍ଷା ପାଚେରି ତଥା ଏକ କଲଭର୍ଟ ନିର୍ମାଣ ପାଇଁ ପାଖାପାଖି ୪୦ଲକ୍ଷ ଟଙ୍କା ପ୍ରଦାନ କରାଯାଇଥିଲା। ୮ମାସ ପୂର୍ବରୁ ଟେଣ୍ଡର କାର୍ଯ୍ୟ ଶେଷ ହୋଇ ସାରିଥିଲେ ହେଁ ଠିକାଦାର ଅନ୍ୟୁନ ୬ଦିନ ତଳେ ମାର୍ଚ୍ଚ ଆର୍ଥତ୍କ ବର୍ଷ ଶେଷରେ ବିଲ୍‌ ଉଠାଇନେବା ଲକ୍ଷ୍ୟରେ ଉକ୍ତ କାର୍ଯ୍ୟକୁ ତରବରିଆ ଭାବେ ଆରମ୍ଭ କରିଛନ୍ତି ା ୮ଇଞ୍ଚର ବେସ ପାଇଁ ନିର୍ଦ୍ଦେଶ ଥିବା ବେଳେ ଏହାକୁ ୪ଇଞ୍ଚରୁ ୫ ଇଞ୍ଚ ରଖାଯାଉଥିବା, ନିଡଲ ଭାଇବ୍ରେଟର ବଦଳରେ ବାଉଁଶବାଡି ବ୍ୟବହାର, ନିମ୍ନମାନର କଞ୍ଚାମାଲ, ବାଲି ଫିଲିଂ ବଦଳରେ ମାଟି ଫିଲିଂ ବ୍ୟବହାର କରାଯାଉଥିବା ନେଇ ଗ୍ରାମବାସୀ ଅଭିଯୋଗ କରିଛନ୍ତି ା ମାସ ମାସ ତଳୁ ଚୁକ୍ତି ସରିଥିବା ବେଳେ ହଠାତ୍‌ ମାର୍ଚ୍ଚ ମାସରେ କାମ ଆରମ୍ଭ କରାଯିବା ଘଟଣାକୁ ନେଇ ସାଧାରଣରେ ବିଭାଗର ସ୍ବଚ୍ଛତା ଉପରେ ପ୍ରଶ୍ନ ଉଠିଛି ା ଗ୍ରାମବାସୀ କାର୍ଯ୍ୟସ୍ଥଳକୁ ଯାଇ ଠିକାଦାରଙ୍କ ଦୃଷ୍ଟି ଆକର୍ଷଣ କରିବାକୁ ଚାହୁଁଥିଲେ ମଧ୍ୟ ଠିକାଦାର ଏଥିପ୍ରତି କର୍ଣ୍ଣପାତ କରୁ ନ ଥିବା ଗ୍ରାମବାସୀ କହିଛନ୍ତି ା ଏ ସମ୍ପର୍କରେ ସହକାରୀ ଯନ୍ତ୍ରୀ ପ୍ରିୟରଞ୍ଜନ ବେହେରାଙ୍କୁ ଯୋଗାଯୋଗ କରିବାରେ କନିଷ୍ଠଯନ୍ତ୍ରୀଙ୍କୁ ପଠାଇ ଏହାର ତଦନ୍ତ କରିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ପନିର ଅପମିଶ୍ରଣ ନେଇ କଟକରେ ରେଡ୍‌ ପରେ ଏବେ ପାହାଳ ପାଳି: ମିଠା କିଣୁଥିଲେ ଜାଣି ରଖନ୍ତୁ….

ଭୁବନେଶ୍ୱର,୨୫।୮: ପାର୍ବଣ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ଛେନା ଓ ପନିରର ଗୁଣବତ୍ତାକୁ ନେଇ ଚିନ୍ତା ବଢ଼ିଛି। ନକଲି ଓ ଅପମିଶ୍ରିତ ଛେନା-ପନିର ବିକ୍ରି ଅଭିଯୋଗକୁ ନେଇ BMC…

ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ

କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri