ସ୍ବିକ୍ୟୁରିଟି ଗାଡର୍ର୍ କରୁଛନ୍ତି ରୋଗୀ ଚିକିତ୍ସା

ନୀଳଗିରି,୧୪।୧୧(ସ୍ବ.ପ୍ର): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ହସ୍ପିଟାଲକୁ ନେଇ ବିବାଦ ଥମୁନି। ଏହି ହସ୍ପିଟାଲର ଜଣେ ଅସ୍ଥାୟୀ ସୁରକ୍ଷା କର୍ମଚାରୀ ନିଜ କାର୍ଯ୍ୟ ପରିବର୍ତ୍ତେ ଚିକିତ୍ସା କାମରେ ନିୟୋଜିତ ହୋଇଥିବା ଭିଡିଓ ଭାଇରାଲ ହୋଇଛି। ଯେଉଁ କାମ ଜଣେ ଡାକ୍ତର କିମ୍ବା ମେଡିକାଲ ତାଲିମପ୍ରାପ୍ତ କର୍ମଚାରୀ କରିବା କଥା ସେହି କାମକୁ କାର୍ଯ୍ୟରତ ଅସ୍ଥାୟୀ ସ୍ବିକ୍ୟୁରିଟି ଗାର୍ଡ କରିବା ନେଇ ଅସନ୍ତୋଷ ପ୍ରକାଶ ପାଇଛି। ସୂଚନା ଅନୁଯାୟୀ, ଅସ୍ଥାୟୀ ସିକ୍ୟୁରିଟି ଗାଡର୍ର୍ ଜଣକ ବ୍ଲଡ୍‌ ପ୍ରେସର ଚେକ୍‌ କରୁଥିବା ଭାଇରାଲ ହୋଇଥିବା ଭିଡିଓରେ ଦେଖିବାକୁ ମିଳିଛି। ଫଳରେ ରୋଗୀଙ୍କ ଜୀବନ ପ୍ରତି ବିପଦ ଥିବା ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ଜୋର୍‌ ଧରିଛି। ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ଓ ମେଡିକାଲ କର୍ତ୍ତୃପକ୍ଷଙ୍କ ଖାମଖିଆଲି ନୀତିକୁ ନେଇ ପ୍ରଶ୍ନ ଉଠିଛି। କିଛି ଦିନ ପୂର୍ବେ ଏହି ମେଡିକାଲ ପରିସରରେ ଜଣେ ସିିକ୍ୟୁରିଟି ଗାଡର୍ର୍ଙ୍କ ଦ୍ୱାରା ରଙ୍ଗମରା କାମ କରାଯାଉଥିବା ଭିଡିଓ ଭାଇରାଲ ହୋଇଥିଲା। ହସ୍ପିଟାଲ ପରିସରରେ ସିକ୍ୟୁରିଟି ଗାର୍ଡଙ୍କୁ ନିଜ କାର୍ଯ୍ୟ କରିବା ପରିବର୍ତ୍ତେ ଚିକିତ୍ସା ଓ ଶ୍ରମିକ ଭାବେ ନିୟୋଜିତ ହେବାକୁ ନିର୍ଦ୍ଦେଶ ଦେଉଛି କିଏ ତାକୁ ନେଇ ପ୍ରଶ୍ନ ଉଠିଛି। ଜିଲାପାଳ ଏଥିପ୍ରତି ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି। ଏ ସଂକ୍ରାନ୍ତରେ ନୀଳଗିରି ଏସ୍‌ଡିଏମ୍‌ଓ ଡା. ସରୋଜିନୀ ପ୍ରଧାନଙ୍କୁ ପଚାରିବାରୁ ତଦନ୍ତ ପରେ ପଦକ୍ଷେପ ଗ୍ରହଣ କରାଯିବ ଏବଂ ଭବିଷ୍ୟତରେ ଏଭଳି ଘଟଣାର ପୁନରାବୃତ୍ତି ହେବନାହିଁ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri