ସ୍ବିକ୍ୟୁରିଟି ଗାଡର୍ର୍ କରୁଛନ୍ତି ରୋଗୀ ଚିକିତ୍ସା

ନୀଳଗିରି,୧୪।୧୧(ସ୍ବ.ପ୍ର): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ହସ୍ପିଟାଲକୁ ନେଇ ବିବାଦ ଥମୁନି। ଏହି ହସ୍ପିଟାଲର ଜଣେ ଅସ୍ଥାୟୀ ସୁରକ୍ଷା କର୍ମଚାରୀ ନିଜ କାର୍ଯ୍ୟ ପରିବର୍ତ୍ତେ ଚିକିତ୍ସା କାମରେ ନିୟୋଜିତ ହୋଇଥିବା ଭିଡିଓ ଭାଇରାଲ ହୋଇଛି। ଯେଉଁ କାମ ଜଣେ ଡାକ୍ତର କିମ୍ବା ମେଡିକାଲ ତାଲିମପ୍ରାପ୍ତ କର୍ମଚାରୀ କରିବା କଥା ସେହି କାମକୁ କାର୍ଯ୍ୟରତ ଅସ୍ଥାୟୀ ସ୍ବିକ୍ୟୁରିଟି ଗାର୍ଡ କରିବା ନେଇ ଅସନ୍ତୋଷ ପ୍ରକାଶ ପାଇଛି। ସୂଚନା ଅନୁଯାୟୀ, ଅସ୍ଥାୟୀ ସିକ୍ୟୁରିଟି ଗାଡର୍ର୍ ଜଣକ ବ୍ଲଡ୍‌ ପ୍ରେସର ଚେକ୍‌ କରୁଥିବା ଭାଇରାଲ ହୋଇଥିବା ଭିଡିଓରେ ଦେଖିବାକୁ ମିଳିଛି। ଫଳରେ ରୋଗୀଙ୍କ ଜୀବନ ପ୍ରତି ବିପଦ ଥିବା ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ଜୋର୍‌ ଧରିଛି। ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ଓ ମେଡିକାଲ କର୍ତ୍ତୃପକ୍ଷଙ୍କ ଖାମଖିଆଲି ନୀତିକୁ ନେଇ ପ୍ରଶ୍ନ ଉଠିଛି। କିଛି ଦିନ ପୂର୍ବେ ଏହି ମେଡିକାଲ ପରିସରରେ ଜଣେ ସିିକ୍ୟୁରିଟି ଗାଡର୍ର୍ଙ୍କ ଦ୍ୱାରା ରଙ୍ଗମରା କାମ କରାଯାଉଥିବା ଭିଡିଓ ଭାଇରାଲ ହୋଇଥିଲା। ହସ୍ପିଟାଲ ପରିସରରେ ସିକ୍ୟୁରିଟି ଗାର୍ଡଙ୍କୁ ନିଜ କାର୍ଯ୍ୟ କରିବା ପରିବର୍ତ୍ତେ ଚିକିତ୍ସା ଓ ଶ୍ରମିକ ଭାବେ ନିୟୋଜିତ ହେବାକୁ ନିର୍ଦ୍ଦେଶ ଦେଉଛି କିଏ ତାକୁ ନେଇ ପ୍ରଶ୍ନ ଉଠିଛି। ଜିଲାପାଳ ଏଥିପ୍ରତି ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି। ଏ ସଂକ୍ରାନ୍ତରେ ନୀଳଗିରି ଏସ୍‌ଡିଏମ୍‌ଓ ଡା. ସରୋଜିନୀ ପ୍ରଧାନଙ୍କୁ ପଚାରିବାରୁ ତଦନ୍ତ ପରେ ପଦକ୍ଷେପ ଗ୍ରହଣ କରାଯିବ ଏବଂ ଭବିଷ୍ୟତରେ ଏଭଳି ଘଟଣାର ପୁନରାବୃତ୍ତି ହେବନାହିଁ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri