ପର୍ଯ୍ୟଟକଙ୍କ ମୁଣ୍ଡ ଫଟାଇଲେ ସୁରକ୍ଷା କର୍ମୀ

ଯାଜପୁର ଟାଉନ,୧୧।୬(ଡି.ଏନ.ଏ.): ଯାଜପୁର ସହରର କୁସୁମା ପାର୍କରେ ଶନିବାର ଟିକଟ କାଟିବାକୁ କେନ୍ଦ୍ରକରି ପର୍ଯ୍ୟଟକ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗଣ୍ଡଗୋଳ ଘଟିଛି। ଏଥିରେ ପର୍ଯ୍ୟଟକଙ୍କୁ ଇଟାରେ ଛେଚି ମୁଣ୍ଡ ଫଟାଇ ଦେଇଛନ୍ତି ସୁରକ୍ଷା କର୍ମୀ। ଆକ୍ରମଣର ଶିକାର ହୋଇଛନ୍ତି ଯାଜପୁର ଜିଲା ବରୀ ବ୍ଲକ୍‌ ଅଧୀନ କଳାଖଣ୍ଡ ଅଞ୍ଚଳର ଦେବବ୍ରତ ସାହୁ ଓ ହାପି ସାହୁ। ଉଭୟ କୁସୁମା ପାର୍କ ପରିଦର୍ଶନ ପାଇଁ ଆସିଥିଲେ। ମାତ୍ର ଟିକଟ କାଟିବାକୁ କେନ୍ଦ୍ରକରି ଉଭୟଙ୍କର ସୁରକ୍ଷା କର୍ମୀଙ୍କ ସହ ପାଟିତୁଣ୍ଡ ହୋଇଥିଲା। ଏହି ସମୟରେ ପାର୍କର ୩/୪ଜଣ ସୁରକ୍ଷାକର୍ମୀ ଏକଜୁଟ ହୋଇ ପର୍ଯ୍ୟଟକ ଦେବବ୍ରତ ସାହୁଙ୍କୁ ମାଡ଼ ମାରିଥିବାବେଳେ ଅନ୍ୟଜଣେ ସୁରକ୍ଷା କର୍ମୀ ଇଟାରେ ତାଙ୍କ ମୁଣ୍ଡକୁ ଛେଚି ଦେଇଥିଲେ। ଫଳରେ ପର୍ଯ୍ୟଟକ ଜଣକ ଗୁରୁତର ହୋଇଥିଲେ। ଏହାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଖବର ପାଇ ଯାଜପୁର ପୋଲିସ ପହଞ୍ଚତ୍ ଉତ୍ତେଜନାକୁ ନିୟନ୍ତ୍ରଣ କରିଥିଲା। ଅପରପକ୍ଷରେ ସୁରକ୍ଷାକର୍ମୀଙ୍କୁ ୨ ପର୍ଯ୍ୟଟକ ନିଶାଗ୍ରସ୍ତ ହୋଇ ଅଶାଳୀନ ବ୍ୟବହାର କରିବା ସହ ମାଡ଼ ମାରିଥିବା ପୋଲିସ ନିକଟରେ ଅଭିଯୋଗ ହୋଇଛି। ପୋଲିସ ଗୁରୁତର ପର୍ଯ୍ୟଟକଙ୍କୁ ଚିକିତ୍ସା ନିମନ୍ତେ ଯାଜପୁର ମୁଖ୍ୟ ଚିକିତ୍ସାଳୟକୁ ପଠାଇ ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନଦୀବନ୍ଧକୁ ଦୁର୍ବଳ କରୁଛି ବେଆଇନ ଚିଙ୍ଗୁଡ଼ିଘେରି: ଗୋବରୀରେ ଧସିଲା ୧୦୦ ଫୁଟ ଅତଡ଼ା

ମହାକାଳପଡ଼ା,୮ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କେବି ଦାଣ୍ଡୁଆ ପଞ୍ଚାୟତ କଂସାର-ରଡ଼ିଆ-ବଗଗହଣ ଗୋବରୀ ନଦୀରେ ତଟବନ୍ଧ ବିଭାଗ ପକ୍ଷରୁ ନିର୍ମାଣ କାର୍ଯ୍ୟ ଚାଲିଛି। ଏଥିସହ…

ସ୍ବେଚ୍ଛାଚାରୀ ଶାସକ ଭାବେ ପରିଚିତ ହିଟଲର୍‌ଙ୍କୁ ବି ହୋଇଥିଲା ପ୍ରେମ: ଜାଣନ୍ତୁ ତାଙ୍କ ରୋଚକ ପ୍ରେମକାହାଣୀ

ସତରେ ! ପ୍ରେମ କାହାକୁ ବି ହୋଇପାରେ, ସେଇଥିପାଇଁ ବୋଧେ ସମଗ୍ର ବିଶ୍ୱରେ କ୍ରୁର ଓ ସ୍ବେଚ୍ଛାଚାରୀ ଶାସକଭାବେ ପରିଚିତ ହିଟଲର୍‌ ବି ଏଥିରୁ ବାଦ୍‌ ଯାଇ…

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ…

‘ଆତଙ୍କବାଦ ଉପରେ ଦୋମୁହାଁ ମନୋଭାବ…,’ ମାଲେସିଆରେ ଏମିତି କହିଲେ ମୋଦି, ଶୁଣିଲେ ଉଡିବ ପାକିସ୍ତାନର ନିଦ

ନୂଆଦିଲ୍ଲୀ,୮।୨: ମାଲେସିଆ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ସହ ଏକ ମିଳିତ ପ୍ରେସ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଭାରତ ଏବଂ ମାଲେସିଆ ସେମାନଙ୍କର ସମ୍ପର୍କକୁ…

ତାଙ୍କ ହସ ମିଠା, କଥା ମିଠା, ନାଁ ମିଠି: ହେଲେ ଟିକେ ଟିକେ କଥାରେ ଚିଡିଯାନ୍ତି…

ତାଙ୍କ ହସ ମିଠା, କଥା ମିଠା। ମିଠା ମିଠା ଥିଲା ତାଙ୍କ ଅଭିନୟ ଓ ନୃତ୍ୟର ଯାଦୁ। ସେଇଥିପାଇଁ ତ ଓଡ଼ିଶାର ଦର୍ଶକଙ୍କ ହୃଦୟରେ ସେ ଏବେ…

ଇମ୍ରାନ ଖାନ-ବୁଶରା ବିବିଙ୍କୁ ୧୭ ବର୍ଷ ଜେଲଦଣ୍ଡ, ଲାଗିଛି କୋଟି କୋଟି ଟଙ୍କାର ଜରିମାନା

ଇସଲାମାବାଦ,୮।୨: ତୋଶାଖାନା-୨ ଦୁର୍ନୀତି ମାମଲାରେ ପୂର୍ବତନ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ୧୭ ବର୍ଷ ଜେଲଦଣ୍ଡ…

ଏମାନେ ଧନୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ ବି କରିନାହାନ୍ତି: ତଥାପି ବିବାହ ଭାଇରାଲ

ପ୍ରେମ ଦୁଇଟି ମନର ମିଳନ। ଏହା ପବିତ୍ର, ଏହା ଶାଶ୍ୱତ। ପ୍ରେମ ମାନେ ନୁହେଁ ଜଣକୁ ପାଇ ଖୁସି ହୋଇଯିବା, ବରଂ ପ୍ରେମ ହେଉଛି ତାହା ଯାହାକୁ…

ଉପ ମୁଖ୍ୟମନ୍ତ୍ରୀସ୍‌ଙ୍କ ଗସ୍ତକୁ ନେଇ ପ୍ରସ୍ତୁତି ଜୋରଦାର 

କେସିଙ୍ଗା,୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକକୁ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  ସୋମବାର  ଗସ୍ତରେ ଆସିବେ। ଏ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଜୋରଦାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri