ରିପୋର୍ଟ କହିଲା, ଜବତ ମେଡିସିନ ନକଲି

କଟକ ଅଫିସ,୧୮।୯: କଟକରୁ ଜବତ ହୋଇଥିବା ମେଡିସିନ ନକଲି ବୋଲି ସ୍ପଷ୍ଟ ହୋଇଛି। ଉକ୍ତ ମେଡିସିନି ପରୀକ୍ଷା ପାଇଁ ଲାବୋରେଟାରୀକୁ ପଠାଯାଇଥିଲା। ଶନିବାର ପରୀକ୍ଷା ରିପୋର୍ଟ ପୋଲିସର ହସ୍ତଗତ ହୋଇଛି। ଉଚ୍ଚ ରକ୍ତଚାପ ଔଷଧ ଟେଲ୍‌ମା-୪୦ ନକଲି ବୋଲି କଟକ ଡିସିପି ପିନାକ ମିଶ୍ର ସୂଚନା ଦେଇଛନ୍ତି। ଉକ୍ତ ରିପୋର୍ଟ ଆଧାରରେ ପୋଲିସ ରାଜ୍ୟ ବାହାରକୁ ଯାଇ ମେଡିସିନ ଯୋଗାଣକାରୀଙ୍କୁ ଧରିବା ନିଶ୍ଚିତ। ଏଥିସହ ଅର୍ଥନୈତିକ କାରବାର ଦିଗକୁ ଖୋଳତାଡ଼ କରାଯାଇ ୨ ଅଭିଯୁକ୍ତଙ୍କର ମୋଟ୍‌ ୧୨ ଲକ୍ଷ ଟଙ୍କା ଥିବା ଦୁଇଟି ବ୍ୟାଙ୍କ ଆକାଉଣ୍ଟକୁ ଅଚଳ କରିଦିଆଯାଇଥିବା ଡିସିପି କହିଛନ୍ତି।
ପୋଲିସ ସୂତ୍ରରୁ ପ୍ରକାଶ, ନକଲି ମେଡିସିନ୍‌ କାରବାର ମାମଲାରେ ଜାଉଁଳିଆପଟିସ୍ଥିତ ପୂଜା ଏଣ୍ଟରପ୍ରାଇଜର୍ସର ସଞ୍ଜୟ ଜଲାନ ଓ ମାଣିକଘୋଷ ବଜାର ଭି. ଆର୍‌. ଡ୍ରଗ ଏଜେନ୍ସିର ରାହୁଲ କୁମାର କ୍ୟାଲଙ୍କୁ ପୁରୀଘାଟ ଥାନା ପୋଲିସ ଗିରଫ କରି କୋର୍ଟଚାଲାଣ କରିଥିଲା। ପରେ ସେମାନଙ୍କୁ ୨ ଦିନିଆ ରିମାଣ୍ଡରେ ଆଣି ପଚରାଉଚରା କରି ଶନିବାର ଜେଲ୍‌ ହାଜତକୁ ପଠାଇ ଦେଇଛି। ଅଭିଯୁକ୍ତଦ୍ୱୟଙ୍କୁ ଜେରାବେଳେ ଅନେକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ପୋଲିସକୁ ମିଳିଛି। ଯେଉଁମାନେ ନକଲି ମେଡିସିନ କାରବାରରେ ସଂଶ୍ଳିଷ୍ଟ ଅଛନ୍ତି ସେମାନଙ୍କର ଏକ ତାଲିକା ପ୍ରସ୍ତୁତ ହୋଇଛି। କେତେ ପରିମାଣର ନକଲି ମେଡିସିନ କାହାକୁ ବିକ୍ରି ହୋଇଛି ସେ ସମ୍ପର୍କିତ ତଥ୍ୟ ପୋଲିସ ହସ୍ତଗତ କରିଛି। ଖୁବ୍‌ଶୀଘ୍ର ପୋଲିସର ଏକ ଟିମ୍‌ ବିହାରର ଗୟାକୁ ଯାଇ ନକଲି ମେଡିସିନ ଯୋଗାଣକାରୀଙ୍କ ସମ୍ପର୍କରେ ତଥ୍ୟ ହାସଲ କରିବ।
ସୂଚନାଯୋଗ୍ୟ, ରକ୍ତଚାପର ଚିକିତ୍ସା ପାଇଁ ନକଲି ମେଡିସିନ ଟେଲ୍‌ମା-୪୦ ଓ ଟେଲ୍‌ମା-ଏଏମ୍‌ ବିକ୍ରି କରୁଥିବା ନେଇ ପୂଜା ଏଣ୍ଟରପ୍ରାଇଜର୍ସ ଓ ଭି. ଆର୍‌. ଡ୍ରଗ୍ସ ଏଜେନ୍ସି ନାମରେ ପୁରୀଘାଟ ଥାନାରେ ଅଭିଯୋଗ ହୋଇଥିଲା। ଏ ନେଇ ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ସେମାନଙ୍କ ମେଡିସିନ ଗୋଦାମରେ ଚଢ଼ାଉ କରିଥିଲା। ତଦନ୍ତ ପରେ ନକଲି ମେଡିସିନ ଗୟା ଓ ବେଙ୍ଗାଲୁରୁରୁ ଅଣାଯାଉଥିବା ଜଣାପଡିଥିଲା। ଏ ସମ୍ପର୍କରେ ଡ୍ରଗ୍ସ ଆଣ୍ଡ୍‌ କସ୍‌ମେଟିକ୍ସ ଆକ୍ଟରେ କଟକ ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ୨ ଷ୍ଟକିଷ୍ଟଙ୍କ ନାମରେ ଦୁଇଟି ମାମଲା ଓ ପୁରୀଘାଟ ଥାନାରେ ଦୁଇଟି ମାମଲା ରୁଜୁ ହୋଇଥିଲା। ବିଭାଗ ପକ୍ଷରୁ ଉକ୍ତ ମେଡିସିନ ଦ୍ୱୟର ବିକ୍ରି ନିଷେଧ କରାଯିବା ସହ ୨ ଅଭିଯୁକ୍ତ ଷ୍ଟକିଷ୍ଟଙ୍କ ଡ୍ରଗ୍ସ ଲାଇସେନ୍ସ ବାତିଲ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ସଇଁତଳା RI: ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ

ବଲାଙ୍ଗୀର, ୧୩।୧୦(ସୁନିଲ କୁମାର ମହାନ୍ତି): ଲାଞ୍ଚ ନେବା ଅଭିଯୋଗରେ ବଲାଙ୍ଗୀର ଜିଲା ସଇଁତଳା ରାଜସ୍ବ ସର୍କଲର ରାଜସୱ ନିରୀକ୍ଷକ (RI) ଆଲନ ବେହେରାଙ୍କୁ ଓଡ଼ିଶା ଭିଜିଲାନ୍ସ ମାଡ଼ିବସିଛି।…

କେତେ ଟଙ୍କା ପାଆନ୍ତି ରାଜ୍ୟପାଳ? ମାସିକ ୩.୫ ଲକ୍ଷ ଦରମା ସହ ଜାଣନ୍ତୁ ତାଙ୍କୁ ମିଳୁଥିବା ସମସ୍ତ ସରକାରୀ ସୁବିଧା

ନୂଆଦିଲ୍ଲୀ,୧୩।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଟି ରାଜ୍ୟ ପାଇଁ ନୂତନ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ଏହାଦ୍ୱାରା ଅନେକ ସାମ୍ୱିଧାନିକ ପଦବୀରେ ପରିବର୍ତ୍ତନ ଘଟିଛି। ସିକିମର ପୂର୍ୱତନ ରାଜ୍ୟପାଳ…

ଶିକ୍ଷାର ଗୁଣାତ୍ମକ ଉନ୍ନତି ଶିକ୍ଷାର୍ଥୀଙ୍କ ଫଳାଫଳ ସମୀକ୍ଷା ଉପରେ ଗୁରୁତ୍ୱ

ଥୁଆମୂଳ ରାମପୁର, ୧୩।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ, ଭବାନୀପାଟଣା ଆନୁକୂଲ୍ୟରେ ଥୁଆମୂଳ ରାମପୁର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ‘ପ୍ରକାଶ ୩.୦’…

ଭୟୂରଭଞ୍ଜରେ ଲଜ୍ଜା, ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର

ଉଦଳା,୧୩।୧୦: ଭୟୂରଭଞ୍ଜ ଜିଲା ଉଦଳା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ…

ରାହୁଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ମେଷ ସମେତ ୩ ରାଶିର ବଢ଼ିବ ଚିନ୍ତା, ପଳାଇବ ଚାକିରି! ସମ୍ପର୍କରେ ପଡିବ ଭଟ୍ଟା

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସୂର୍ଯ୍ୟ ଓ ରାହୁଙ୍କ ଯୁତିକୁ ଶୁଭ ବୋଲି ବିବେଚନା କରାଯାଏ ନାହିଁ। ସେହିପରି ସୂର୍ଯ୍ୟଙ୍କ ରାହୁଙ୍କ ନକ୍ଷତ୍ରରେ ପ୍ରବେଶକୁ ମଧ୍ୟ ଜ୍ୟୋତିଷ ଦୃଷ୍ଟିରୁ…

୪୨ କଲେଜକୁ ସ୍ବୟଂଶାସିତ ମାନ୍ୟତା ପ୍ରସ୍ତାବ: ତାଲିକାରେ ଗଞ୍ଜାମର ୧୧ କଲେଜ

ଭଞ୍ଜନଗର,୧୩।୧୦(ବାବୁଲା ପ୍ରଧାନ): ରାଜ୍ୟର ୪୨ଟି ମହାବିଦ୍ୟାଳୟକୁ ସ୍ବୟଂଶାସିତ ମାନ୍ୟତା ପ୍ରଦାନ ନେଇ ରାଜ୍ୟ ସରକାର ଯୋଜନା ରଖିଥିବା ଜଣାପଡ଼ିଛି। ଏନେଇ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ…

୫ ଥର ଟାଇଟଲ ଜିତି ଇତିହାସ ରଚିଲେ ଗିଲ, ଏହି ତାଲିକାରେ କୋହଲିଙ୍କ ସ୍ଥାନ କେଉଁଠି? ଲିଷ୍ଟ ଦେଖିଲେ ଚମକିଯିବେ

ନୂଆଦିଲ୍ଲୀ,୧୩।୧୦: ଶୁଭମନ ଗିଲ ସର୍ବାଧିକ ଥର ‘ପ୍ଲେୟର ଅଫ ଦ ମନ୍ଥ’ ଟାଇଟଲ ଜିତିଥିବା ଭାରତୀୟ ଖେଳାଳି। ମଙ୍ଗଳବାର (ଅକ୍ଟୋବର ୧୩) ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC)…

ଗର୍ଭବତୀ ମହିଳା ସାମ୍ବାଦିକାଙ୍କୁ ଧକ୍କା ଦେଲେ ରାହୁଲ! ଭାଜପା ନେତାଙ୍କ ସାଂଘାତିକ ଅଭିଯୋଗ, କହିଲେ- ତାଙ୍କ ଗର୍ଭ…

ନୂଆଦିଲ୍ଲୀ,୧୩।୧୦: କଂଗ୍ରେସ ସାଂସଦ ତଥା ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସୋମବାର ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଏକ ମାର୍ଚ୍ଚ କରିଥିଲେ। ଏହି ମାର୍ଚ୍ଚରେ ଇଣ୍ଡିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?