ଅଧ୍ୟାପକ ନିଯୁକ୍ତି ପାଇଁ ସ୍ଥାନ ଚୟନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର, ୨୫।୨(ଅସମାପିକା ସାହୁ)- ରାଜ୍ୟରେ ନୂତନ ଭାବେ ୮୫୯ଜଣ ଆସନ୍ତା ୧ତାରିଖରେ ଏସ୍‌ଏସ୍‌ବି ଅଧ୍ୟାପକ ଭାବେ ନିଯୁକ୍ତି ପାଇବେ। ରାଜ୍ୟ ପ୍ରବରଣ ମଣ୍ଡଳୀ(ଏସ୍‌ଏସ୍‌ବି) ପକ୍ଷରୁ ଅନୁଦାନପ୍ରାପ୍ତ ବେସରକାରୀ କଲେଜରେ ଅଧ୍ୟାପକ ନିଯୁକ୍ତି ପାଇଁ ରବିବାର ଠାରୁ ସ୍ଥାନ ଚୟନ ପ୍ରକ୍ରିୟା ଆରମ୍ଭ ହେ ଏହି ପ୍ରକ୍ରିୟା ଅଫଲାଇନରେ ଭୁବନେଶ୍ୱର ଆଚାର୍ଯ୍ୟ ବିହାର ସ୍ଥିତ ପୁସ୍ତକ ଭବନଠାରେ ଅନୁଷ୍ଠିତ ହେଉଛି। ଦିନକୁ ଦୁଇଟି ପର୍ଯ୍ୟାୟରେ ଏହି ପ୍ରକ୍ରିୟା କରାଯାଉଛି। ନିଯୁକ୍ତି ପାଇଁ ଚୟନ ହୋଇଥିବା ପ୍ରାର୍ଥୀମାନେ ୨୮ତାରିଖ ମଧ୍ୟରେ ନିଜ ପସନ୍ଦର ସ୍ଥାନ ଚୟନ କରିବେ।
ସୂଚନାଯୋଗ୍ୟ, ଆସନ୍ତା ୧ତାରିଖରେ ନିଯୁକ୍ତି ଦିଆଯିବ। ଲୋକସେବା ଭବନର କନଭେନସନ ହଲ ଓ ରବିନ୍ଦ୍ର ମଣ୍ଡପରେ ଏକକାଳୀନ ଭାବେ ନିଯୁକ୍ତି ପର୍ବ ଅନୁଷ୍ଠିତ ହେବ। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ନବ ନିଯୁକ୍ତ ଅଧ୍ୟାପକଙ୍କୁ ମାର୍ଗଦର୍ଶନ ଦେବାର କାର୍ଯ୍ୟକ୍ରମ ରହିଛି। ୧ତାରିଖ ସକାଳ ୯ଟାରେ ସମସ୍ତ ସଦସ୍ୟଙ୍କୁ ଉପସ୍ଥିତ ରହିବାକୁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଅବଗତ କରାଯାଇଛି। ଉଲ୍ଲେଖଯୋଗ୍ୟ, ପଦାର୍ଥ ବିଜ୍ଞାନ ବିଭାଗର ମାମଲା କୋର୍ଟରେ ବିଚାରଧିନ ଥିବାରୁ ଏହାକୁ ନିଯୁକ୍ତି ପର୍ବରୁ ବାଦ ଦିଆଯାଇଛି। ଇଂଲିଶ, ରାଜନୀତି ବିଜ୍ଞାନ, ଅର୍ଥଶାସ୍ତ୍ର, ରସାୟନ ବିଜ୍ଞାନ, ଇତିହାସ, ବାଣିଜ୍ୟ ଓ ଶିକ୍ଷା ବର୍ଗର ପ୍ରାର୍ଥୀ ରବିନ୍ଦ୍ର ମଣ୍ଡପ ଏବଂ ଅବଶିଷ୍ଟ ବର୍ଗର ପ୍ରାର୍ଥୀ ଲୋକସେବା ଭବନରେ ଉପସ୍ଥିତ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

OJEE ପାଇଁ ଆରମ୍ଭ ହେଲା ଆବେଦନ: ମେ’ ୪ରୁ ପରୀକ୍ଷା, ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର,୨୮ା୧(ସୁଚିସ୍ମିତା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)- ୨୦୨୬ ପାଇଁ ବୁଧବାରଠାରୁ ଆବେଦନ ଆରମ୍ଭ ହୋଇଛି। ମାର୍ଚ୍ଚ ୨୨ ଆବେଦନର ଶେଷ ତାରିଖ ରହିଛି। ଏପ୍ରିଲରେ…

ମୟୂରଭଞ୍ଜରେ ହେବ ପାଇଲଟ୍ ପ୍ରଶିକ୍ଷଣ, ବ୍ରହ୍ମପୁରରେ ଡ୍ରୋନ୍ ସେଣ୍ଟର

ଭୁବନେଶ୍ୱର,୨୮ା୧: ହାଇଦ୍ରାବାଦରେ ଚାଲିଥିବା ଏସିଆର ସବୁଠାରୁ ବଡ଼ ବେସାମରିକ ବିମାନ ଚଳାଚଳ ପ୍ରଦର୍ଶନୀ ‘ୱିଙ୍ଗସ ଇଣ୍ଡିଆ ୨୦୨୬’ ଅବସରରେ ଓଡ଼ିଶା ସରକାର ଦୁଇଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର (MoU)…

ଦୁଷ୍କର୍ମ ମାମଲାରେ ଫେରାର୍ ଅଭିଯୁକ୍ତଙ୍କ ଆତ୍ମସମର୍ପଣ, ଅଙ୍ଗନବାଡି କର୍ମୀଙ୍କୁ….

ପାରଳାଖେମୁଣ୍ଡି,୨୮ା୧(ଗିରିଧାରୀ ପରିଛା) :ଗଜପତି ଜିଲା ଗୋଷାଣି ବ୍ଲକର ମଧୁସୁଦନପୁର ପଞ୍ଚାୟତର ସମିତି ସଭ୍ଯ ଆର. ବାସୁଦେବ ରାଓ ଜିଲା ନ୍ଯାୟାଳୟରେ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି । ଏନେଇ…

ବିଏମ୍‌ସିର ଚେତାବନୀ, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ…

ଭୁବନେଶ୍ୱର,୨୮ା୧: ଗୁଟ୍‌ଖାକୁ ନେଇ ପ୍ରଶାସନର ବଡ଼ ନିଷ୍ପତ୍ତି । ଜୋରଦାର ହେବ ଗୁଟ୍‌ଖା ଏନଫୋର୍ସମେଣ୍ଟ ଡ୍ରାଇଭ୍‌ । ଭେଣ୍ଡିଂ ଜୋନ୍, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ ଆକ୍ସନ…

ରାୟଗଡ଼ାରେ ବନ୍ଦ ପ୍ରଭାବ ଶୂନ: ନେତାଙ୍କ ଦେଖା ମିଳିଲାନି, ଖୋଲା ରହିଲା…

ରାୟଗଡା,୨୮।୧(ଆଶିଷ ରଞ୍ଜନ ପଣ୍ଡା)- ନବ ନିର୍ମାଣ କୃଷକ ସଂଗଠନ ଦ୍ବାରା ଡକାଯାଇଥିବା ଓଡିଶା ବନ୍ଦ ଡାକରା ରାୟଗଡା ଜିଲାରେ  ପ୍ରଭାବହୀନ ହୋଇଥିବା ଦେଖିବାକୁ ମିଳିଛି । ରାୟଗଡା…

ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗ ରହୁ, ସରକାରଙ୍କୁ OHRCଙ୍କ ସୁପାରିସ୍‌

ଭୁବନେଶ୍ୱର,୨୮ା୧: ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗୀଙ୍କ ବିକଳ୍ପ ରଖିବା ପାଇଁ ରାଜ୍ୟ ସରକାରଙ୍କୁ ସୁପାରିସ କଲେ OHRC(ଓଡ଼ିଶା ମାନବ ଅଧିକାର ଆୟୋଗ) । ତୃତୀୟ ଲିଙ୍ଗ ବା…

ରାୟଗଡା ସହରରେ ଜଣ୍ଡିସ ଆଶଙ୍କା, ସ୍ୱାସ୍ଥ୍ୟ ବିଭାଗର ତନାଘନା

ରାୟଗଡା,୨୮ା୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ସହର ଇନ୍ଦିରା ନଗର ଷଷ୍ଠ ଲେନ, କସ୍ତୁରୀ ନଗର ପ୍ରମଥ ଲେନ ଏବଂ କତୁରୁ ବସ୍ତିରେ ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

ଅରିଜିତଙ୍କ ଅବସର ପରେ ଏମିତି କହିଲେ ଶ୍ରେୟା ଘୋଷାଲ, ସବୁଠି ଚର୍ଚ୍ଚା

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର ଲୋକପ୍ରିୟ କଣ୍ଠଶିଳ୍ପୀ ଅରିଜିତ ସିଂହ ପ୍ଲେବ୍ୟାକ୍ ସିଙ୍ଗିଙ୍ଗରୁ ଅବସର ଘୋଷଣା କରିଛନ୍ତି। ଏହି ଶୁଣିବା ପରେ ତାଙ୍କ ପ୍ରଶଂସକ ଓ ସହକର୍ମୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri