Posted inଜାତୀୟ

ମାଗଣାରେ କୃଷକଙ୍କ ଚୁଟି, ଦାଢ଼ି କାଟୁଛନ୍ତି ସେଲୁନ ମାଲିକ

ନୂଆଦିଲ୍ଲୀ: ନୂଆ କୃଷି ଆଇନ ବିରୋଧରେ ୩ ସପ୍ତାହରୁ ଅଧିକ ଦିନ ହେଲା ଦିଲ୍ଲୀର ସିଙ୍ଘୁ ସୀମାରେ ଆନ୍ଦୋଳନ କରୁଛନ୍ତି କୃଷକମାନେ। ଏହି ଆନ୍ଦୋଳନକୁ ବିଭିନ୍ନ ମହଲରୁ ମିଳୁଛି ସମର୍ଥନ। ଏହିକ୍ରମରେ ଯୋଡ଼ି ହୋଇଛନ୍ତି ଜଣେ ସେଲୁନ ମାଲିକ।

କୃଷକଙ୍କ ଆନ୍ଦୋଳନସ୍ଥଳରେ ଖୋଲିଛନ୍ତି କ୍ରେଜି ବ୍ୟୁଟି ସାଲୋନ। ଏଠାରେ ଆନ୍ଦୋଳନ କରୁଥିବା କୃଷକଙ୍କୁ ମାଗଣାରେ ଚୁଟି ଠାରୁ ଆରମ୍ଭ କରି ଦାଢ଼ି କାଟିବା ସହ ଦେଉଛନ୍ତି ଫେସ ମାସାଜ ଭଳି ସୁବିଧା। ସେଲୁନ ମାଲିକ ଲବ ସିଂହ ଠାକୁରଙ୍କୁ ତାଙ୍କ ପତ୍ନୀଙ୍କ ସହ କାନାଡା ଯିବାର ଥିଲା। କିନ୍ତୁ ସେ ଏହାକୁ ବାତିଲ କରି କୃଷକଙ୍କ ସେବା କରିବାକୁ ନେଇଥିଲେ ନିଷ୍ପତ୍ତି।

ଏ ସମ୍ପର୍କରେ ସେଲୁନ ମାଲିକ ଲବ୍‌ କହିଛନ୍ତି, କୁରୁକ୍ଷେତ୍ରରେ ମୋ ପାର୍ଲର ସୁରଖୁରରେ ଚଲିଛି। ମୋର ଅଧିକାଂଶ ଗ୍ରାହକ କୃଷକ ଶ୍ରେଣୀର। ସିଙ୍ଘୁ ସୀମାରେ ଚାଲିଥିବା ଆନ୍ଦୋଳନସ୍ଥଳରେ ସେଲୁନର ଆବଶ୍ୟକତା ଥିବା କହିଥିଲେ। ଏହାପରେ ମୋର ଟିମକୁ ଧରି ଏଠାରେ ପହଞ୍ଚିଲି। ଦିନକୁ ଆମେ ୧୦୦ରୁ ୧୫୦ କୃଷକଙ୍କ ଚୁଟି କାଟୁଛୁ। ଆମେ ଏଥିପାଇଁ କୌଣସି ଅର୍ଥ ନେଉନାହୁଁ। ଆନ୍ଦୋଳନ ସରିବା ଯାଏ ଆମେ ଏଠାରେ ରହିବୁ ଓ ମାଗଣାରେ କୃଷକଙ୍କ ସେବା କରିବୁ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଝାଡ଼ଖଣ୍ଡର ଚିତ୍ରଶିଳ୍ପୀ ପ୍ରକାଶ ଶାହ ମେଟାଲ, ପ୍ଲାଷ୍ଟିକ ଏବଂ ଶିଳ୍ପଜାତ ବର୍ଜ୍ୟକୁ ଆକର୍ଷଣୀୟ ପବ୍ଲିକ ଆର୍ଟରେ ପରିଣତ କରୁଛନ୍ତି। ସେ ସାହିବଗଞ୍ଜରେ ଓ୍ବେଷ୍ଟ ଟୁ ଓ୍ବଣ୍ଡର ପାର୍କ…

ରକ୍ତତୀର୍ଥ ଇରମ

ସାରା ଦେଶରେ ସ୍ବାଧୀନତା ପାଇଁ ଯେଉଁ ଆନ୍ଦୋଳନ ଆରମ୍ଭ ହେଲା ସେଥିରେ ଅନେକ ହଜାର କ୍ରାନ୍ତିକାରୀ ଯୋଗଦେଇ କାରାବରଣ କରିଥିଲେ। ଓଡ଼ିଶାରେ ଏହି ଆନ୍ଦୋଳନର ନେତୃତ୍ୱ ନେଇଥିଲେ…

ରାଷ୍ଟ୍ର ନିର୍ମାଣ ପ୍ରତି ସମର୍ପିତ ଜଣେ ମହାପୁରୁଷ

ଖୁବ୍‌ ସୁନ୍ଦର ଉକ୍ତିଟିଏ ଅଛି, ”ବୃକ୍ଷ କବହୁଁ ନହିଁ ଫଲ ଭଖୈ, ନଦୀ ନ ସଂଚୈ ନୀର୍‌। ପରମାରଥ କେ କାରନେ, ସାଧୁନ ଧରା ଶରୀର।“ ଏହାର…

ସୁନାମୀ କ’ଣ? ଏହା ଆସିବା ପୂର୍ବରୁ କ’ଣ ମିଳିବ ସଙ୍କେତ, କେମିତି ପାଇବେ ରକ୍ଷା ଜାଣନ୍ତୁ…

ମହାକାଳପଡ଼ା, ୨୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବିଭିନ୍ନ ସମୟରେ ସୁନାମୀ, ସାମୁଦ୍ରିକ ଝଡ଼ ଓ ବଜ୍ରପାତ ଆଦି ଦେଖାଯାଇଥାଏ॥ ଏହି ଅବସରରେ…

ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି।…

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ୨ ଭାଇଙ୍କୁ କୋର୍ଟ ଚାଲାଣ

ଦେବଗଡ଼,୨୮ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ୧୦ ନମ୍ବର ଓ୍ବାର୍ଡ ରଜାମୁଣ୍ଡା ସାହିର ହାଡୁ ନାୟକ (୪୨)ଙ୍କ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସମୀର ମୁଖି…

୮% ମହଙ୍ଗା ହେବ ଗୃହୋପକରଣ, ଇଲେକ୍‌ଟ୍ରୋନିକ୍ସ ସାମଗ୍ରୀ

ନୂଆଦିଲ୍ଲୀ,୨୮ା୯: ସାଧାରଣତଃ ପାର୍ବଣ ସମୟରେ ଭାରତୀୟ ବଜାରରେ ଅଧିକ କାରବାର ହୋଇଥାଏ। କାରଣ ଦଶହରା ଏବଂ ଦୀପାବଳିରେ ଲୋକମାନେ ଅନେକ କିସମର ଗୃହ ଉପକରଣ ଏବଂ ଇଲେକଟ୍ରୋନିକ୍ସ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବନ୍ୟା ପ୍ରପୀଡ଼ିତଙ୍କୁ ମାଗଣା ରାଶନ ସହ ମିଳିବ…

କୋରାପୁଟ/କୋଟପାଡ଼,୨୮ା୯ (ଅମିତାଭ ବେହେରା/ କେ.ରାଜଶେଖର ରାଓ): ବନ୍ୟା ପ୍ରପୀଡ଼ିତଙ୍କ ସହ ରାଜ୍ୟ ସରକାର ସବୁବେଳେ ଅଛନ୍ତି। ସରକାରଙ୍କ ପକ୍ଷରୁ ପ୍ରପୀଡ଼ିତଙ୍କୁ ରିଲିଫ କୋଡ୍‌ ଅନୁଯାୟୀ ସବୁ ପ୍ରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?