ଘରୁ ମତଦାନ କରିବେ ବରିଷ୍ଠ ମତଦାତା

ଭୁବନେଶ୍ୱର,୫ା୫(ଅନିଲ ଦାସ): ପ୍ରତିଟି ଭୋଟ ମୂଲ୍ୟବାନ। ଭାରତୀୟ ଗଣତନ୍ତ୍ରକୁ ପରିପୁଷ୍ଟ କରିବାରେ ପ୍ରତି ଭୋଟରଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ତେଣୁ ଯେଉଁ ମତଦାତାମାନେ ମତଦାନ କେନ୍ଦ୍ରକୁ ଆସିବାରେ ଅସମର୍ଥ ସେମାନଙ୍କ ପାଇଁ ସ୍ବତନ୍ତ୍ର ଭାବରେ ଘରୁ ମତଦାନ(ହୋମ୍‌ ଭୋଟିଂ)ର ବ୍ୟବସ୍ଥା କରାଯାଇଛି। ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ଚାରୋଟି ସଂସଦୀୟ କ୍ଷେତ୍ର କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ବ୍ରହ୍ମପୁର ଅନ୍ତର୍ଗତ ୨୮ ବିଧାନସଭା ନିର୍ବାଚନମଣ୍ଡଳୀରେ ଘରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏକ ଐତିହାସିକ ନିଷ୍ପତ୍ତି କ୍ରମରେ ପ୍ରଥମ ଥର ପାଇଁ ଦେଶରେ ସାଧାରଣ ନିର୍ବାଚନରେ ୮୫ ବର୍ଷ ବୟସରୁ ଊର୍ଦ୍ଧ୍ୱ ବରିଷ୍ଠ ମତଦାତା ଏବଂ ୪୦ ପ୍ରତିଶତରୁ ଊର୍ଦ୍ଧ୍ୱ ଭିନ୍ନକ୍ଷମ (ବେଞ୍ଚମାର୍କ ଡିଜାବିଲିଟି) ମତଦାତାଙ୍କ ପାଇଁ ଭାରତ ନିର୍ବାଚନ ଆୟୋଗ ଘରୁ ମତଦାନ(ହୋମ୍‌ ଭୋଟିଂ)ର ବ୍ୟବସ୍ଥା କରିଛନ୍ତି। ଏଭଳି ମତଦାତାମାନେ ଚାହିଁଲେ ସେମାନଙ୍କୁ ମତଦାନ କେନ୍ଦ୍ରକୁ ଆସି ମତଦାନ କରିବା ପାଇଁ ପ୍ରଶାସନ ତରଫରୁ ଗାଡ଼ି ମଧ୍ୟ ଯୋଗାଇ ଦିଆଯିବ। ଅନ୍ୟଥା ସେମାନେ ଘରୁ ମତଦାନ କରିବାର ବିକଳ୍ପକୁ ମଧ୍ୟ ବାଛିପାରିବେ। ଏହି କ୍ରମରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ୪୧୫୮ ଜଣ ମତଦାତା ଘରୁ ମତଦାନ ବିକଳ୍ପକୁ ବାଛିଛନ୍ତି। ଏହା ମଧ୍ୟରେ ୨୧୯୬ ଜଣ ୮୫ ବର୍ଷ ବୟସରୁ ଊର୍ଦ୍ଧ୍ୱ ବ୍ୟକ୍ତି ହୋଇଥିବାବେଳେ ୧୯୬୨ ଜଣ ୪୦%ରୁ ଊର୍ଦ୍ଧ୍ୱ ଭିନ୍ନକ୍ଷମ ମତଦାତା ଅଛନ୍ତି। କୋରାପୁଟ ଜିଲାର ବିଭିନ୍ନ ସ୍ଥାନରେ ଏଭଳି ମତଦାତାଙ୍କ ଭୋଟ ଗ୍ରହଣ କରାଯାଇଛି। ଅନ୍ୟ ନିର୍ବାଚନମଣ୍ଡଳୀରେ ମଧ୍ୟ ରିଟର୍ନିଂ ଅଫିସରଙ୍କ ଦ୍ୱାରା ସ୍ଥିରୀକୃତ ତାରିଖ ଓ ସମୟ ଅବଧିରେ ଘରୁ ମତଦାନ ବ୍ୟବସ୍ଥା କରାଯିବ। ପ୍ରଥମ ପର୍ଯ୍ୟାୟରେ ମତଦାନ ହେବାକୁ ଥିବା ୪ ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ୨୮ଟି ଯାକ ବିଧାନସଭା କ୍ଷେତ୍ରରେ ଯୋଗ୍ୟ ମତଦାତାମାନେ ଘରୁ ମତଦାନ ବିକଳ୍ପକୁ ବାଛିଛନ୍ତି।

ଏହି ଅବସରରେ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଘରୁ ମତଦାନ କରିଥିବା ସମସ୍ତ ମତଦାତାଙ୍କୁ ଭାରତୀୟ ଗଣତନ୍ତ୍ରର ମହାପର୍ବରେ ସାମିଲ ହୋଇଥିବାରୁ ଅଭିନନ୍ଦନ ଜଣାଇବା ସହ ଘରୁ ମତଦାନ ବ୍ୟବସ୍ଥାକୁ ଏକ ଐତିହାସିକ ତଥା ପ୍ରଗତିଶୀଳ ବ୍ୟବସ୍ଥା ରୂପେ ବର୍ଣ୍ଣନା କରିଛନ୍ତି। କୌଣସି ବାଧାବିଘ୍ନ ଯେପରି ଜଣେ ନାଗରିକଙ୍କୁ ନିଜର ବହୁମୂଲ୍ୟ ମତଦାନ କରିବାରେ ବାଧକ ନ ହୁଏ, ତାହାକୁ ଦୃଷ୍ଟିରେ ରଖି ଘରୁ ମତଦାନର ବିକଳ୍ପ ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପକୁ ମେଗା ବନ୍ଦର ମାନ୍ୟତା: ସାମୁଦ୍ରିକ ଅଭିଳାଷକୁ ମିଳିବ ଅଧିକ ପ୍ରୋତ୍ସାହନ

ପାରାଦୀପ,୨୬।୯(ଶରତ ରାଉତ): ଭାରତ ସରକାର ଶୁକ୍ରବାର ଦେଶର ୪ଟି ପ୍ରମୁଖ ବନ୍ଦରକୁ ଆନୁଷ୍ଠାନିକ ଭାବେ ମେଗା ବନ୍ଦର ମାନ୍ୟତା ଦେଇଛନ୍ତି। ସେଥିମଧ୍ୟରେ ଓଡ଼ିଶାର ପାରାଦୀପ ବନ୍ଦର ରହିଛି।…

୩୦ରେ ହେବ ଓଏସ୍‌ଏସ୍‌ଟିଇଟି

କଟକ,୨୬ା୯(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଏଲିଜିବିଲିଟି ଟେଷ୍ଟ-୨୦୨୬ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ସେପ୍ଟେମ୍ବର ୩୦ରେ…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

ଲଗାଣ ବର୍ଷାରେ ବେହାଲ ଥୁଆମୂଳ ରାମପୁର: ଧସିଲା ପାହାଡ଼, ଗଛ ପଡ଼ି ରାସ୍ତା ଅବରୋଧ

ଥୁଆମୂଳ ରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ‘ରେଡ୍‌ ୱାର୍ଣ୍ଣିଂ’ ଜାରି ହୋଇଥିବା ବେଳେ ଥୁଆମୂଳ ରାମପୁର ବ୍ଲକ୍‌ରେ…

ମାନସିକ ଭିନ୍ନକ୍ଷମ ଯୁବତୀ ୮ ମାସର ଗର୍ଭବତୀ, ପ୍ରଶାସନିକ ସହାୟତା ଦାବି

କଲ୍ୟାଣସିଂହପୁର, ୨୫।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?