୧୦୨୪ ପଏଣ୍ଟ ଖସିଲା ସେନ୍‌ସେକ୍ସ

ମୁମ୍ବାଇ,୮।୨ ଗତ ୩ ସପ୍ତାହ ହେବ ଦଲାଲ ଷ୍ଟ୍ରିଟ୍‌ର ନିବେଶକମାନେ ଆଶା ଓ ଆଶଙ୍କା ମଧ୍ୟରେ ରହିଛନ୍ତି। ଏହାର ପ୍ରଭାବ ସିଧାସଳଖ ଶେୟାର ବଜାରର କାରବାର ଉପରେ ପଡୁଥିବା ଦେଖିବାକୁ ମିଳିଛି। ଫଳରେ ଶେୟାର ବଜାରର ନିବେଶକମାନେ ନିରାଶ ହୋଇ ପଡୁଛନ୍ତି। କ୍ରମାଗତ ବଜାର ଶେୟାର ହ୍ରାସ ଯୋଗୁ ନିବେଶକମାନେ ଲକ୍ଷ ଲକ୍ଷ ଟଙ୍କାର କ୍ଷତି ସହୁଛନ୍ତି।
ସୋମବାର ବିଏସ୍‌ଇ ଏବଂ ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ରେ ବେଞ୍ଚମାର୍କ ଇକ୍ୱିଟି ସୂଚକାଙ୍କ ପ୍ରାୟ ୧.୭୫% ହ୍ରାସ ଘଟିଛି। ବିଶେଷ କରି ଦୁର୍ବଳ ବ୍ୟାଙ୍କିଙ୍ଗ ସେବା ସାଙ୍ଗକୁ ଏଫଏମ୍‌ସିଜି ସହିତ ଘରୋଇ ଆର୍ଥିକ ସଂସ୍ଥାଗୁଡ଼ିକର କାରବାର କ୍ରମାଗତ ହ୍ରାସ ପାଇବାରୁ ବଜାର କାରବାର ତଳମୁହଁା ରହିଥିଲା। ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୧୦୨୪ ପଏଣ୍ଟ ହ୍ରାସ ପାଇ ୫୭,୬୨୧ ଅଙ୍କରେ ରହିଛି। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ) ନିଫ୍ଟ ୫୦ରେ ୩୦୩ ପଏଣ୍ଟ ଖସି ୧୭,୨୧୪ ଅଙ୍କରେ କାରବାର ଶେଷ କରିଛି। ଫଳରେ ବିଏସ୍‌ଇର ସୂଚନା ଅନୁସାରେ ସେନ୍‌ସେକ୍ସ ୧୦୨୩.୬୩ ପଏଣ୍ଟ (୧.୭୫%) ହ୍ରାସ ଘଟି ୫୭,୬୨୧.୧୯ରେ କାରବାର ଶେଷ କରିଥିବାବେଳେ ନିଫ୍ଟିରେ ମଧ୍ୟ ୩୦୨.୭୦ ପଏଣ୍ଟ (୧.୭୩%) କମି ୧୭,୨୧୩.୬୦ରେ ରହିଥିବା ସୂଚନା ମିଳିଛି। ଜାନୁୟାରୀ ୭ର ବିଏସ୍‌ଇ ସେନ୍‌ସେକ୍ସ ପ୍ୟାକ୍‌ ଉପରେ ଏଚ୍‌ଡିଏଫ୍‌ସି ବ୍ୟାଙ୍କ ୩.୬% ରୁ ଅଧିକ ହ୍ରାସ ପାଇଥିବା ବେଳେ ଲାରସେନ୍‌ ଆଣ୍ଡ ଟୁବ୍ରୋ (ଏଲଆଣ୍ଡଟି), ବଜାଜ ଫାଇନାନ୍ସ ଏବଂ ବଜାଜ ଫିନ୍ସର୍ଭ, ହାଉସିଂ ଡେଭଲପମେଣ୍ଟ ଫାଇନାନ୍ସ କର୍ପୋରେସନ୍‌ (ଏଚଡିଏଫସି) ଏବଂ କୋଟାକ୍‌ ମହିନ୍ଦ୍ରା ବ୍ୟାଙ୍କ କ୍ଷତିରେ ଥିଲାବେଳେ ପାୱାର ଗ୍ରୀଡ୍‌ କର୍ପୋରେଶନ୍‌ ଅଫ୍‌ ଇଣ୍ଡିଆ, ଏନ୍‌ଟିପିସି, ଟାଟା ଷ୍ଟିଲ, ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଏସବିଆଇ) ଏବଂ ଅଲଟ୍ରାଟେକ୍‌ ସିମେଣ୍ଟ ଭଳି ନିବେଶକଗୁଡ଼ିକ ଲାଭରେ କାରବାର ଶେଷ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତେଲ ବଜାରରେ ହଇଚଇ: ପେଟ୍ରୋଲ ୫ ଓ ଡିଜେଲ ୩ଟଙ୍କା ବଢିଲା; ଜାଣନ୍ତୁ ନୂଆ ରେଟ୍‌

ନୂଆଦିଲ୍‌ଲୀ,୩।୧୦: ଦେଶର ପ୍ରମୁଖ ଘରୋଇ ଇନ୍ଧନ କମ୍ପାନୀ ‘ନାୟରା ଏନର୍ଜି’ ପୁଣି ଥରେ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି କରିଛି। କମ୍ପାନୀ ପେଟ୍ରୋଲ ଦରରେ ଲିଟର…

୩ ଦିନରେ ପ୍ରତ୍ୟାହାର ହେଲାଣି ୨୯,୬୦୦ କୋଟି

ମୁମ୍ବାଇ,୩ା୧୦: ପଶ୍ଚିମ ଏସିଆ ସଙ୍କଟକୁ ନେଇ ପରିବର୍ତ୍ତିତ ଭୂ-ରାଜନୈତିକ ସ୍ଥିତିରେ ବୈଶ୍ୱିକ ଶେୟାର ବଜାର ମାତ୍ରାଧିକ ପ୍ରଭାବିତ ହେବାରେ ଲାଗିଛି। ଅଶୋଧିତ ତୈଳର ଯୋଗାଣ ଶୃଙ୍ଖଳ ବ୍ୟାହତହେବା…

ରେନୋଇଣ୍ଡିଆ ନୂଆ ଟ୍ରାଇବର ୧୦୦ ପିଏସ୍‌ର ବଜାର ପ୍ରବେଶ

ଭୁବନେଶ୍ୱର, ୩ା୧୦:ରେନୋଇଣ୍ଡିଆ ପକ୍ଷରୁ ନୂଆ ଟ୍ରାଇବର ୧୦୦ ପିଏସ୍‌ ଉନ୍ମୋଚନ ହୋଇଯାଇଛି। ଏଥିସହ ଭାରତରେ କମ୍ପାନୀର ରେନୋ ଗ୍ରୁପ୍‌ ଏଣ୍ଟ୍ରି ପ୍ଲାଟ୍‌ଫର୍ମ (ଆର୍‌ଜିଇପିି)ର ଶୁଭାରମ୍ଭ ହୋଇଛି। ଗ୍ରାହକମାନଙ୍କ…

ଦୀପାବଳି ପୂର୍ବରୁ ଚାଷୀଙ୍କୁ ଉପହାର: ଖାତାକୁ ଆସୁଛି PM କିଷାନର ୨୦୦୦ ଟଙ୍କା; ତୁରନ୍ତୁ କରନ୍ତୁ…

ନୂଆଦିଲ୍‌ଲୀ,୨।୧୦: ଦେଶର କୋଟି କୋଟି ଚାଷୀଙ୍କୁ ଦୀପାବଳି ପୂର୍ୱରୁ ସରକାର ଉପହାର ଦେଇପାରନ୍ତି। କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-Kisan) ଯୋଜନାର ୨୪ତମ କିସ୍ତି…

FASTag ନିୟମରେ ବଡ଼ ପରିବର୍ତ୍ତନ: ଆଜିଠାରୁ ଲାଗୁ ହେଲା ନୂଆ ବ୍ୟବସ୍ଥା, ଲକ୍ଷ ଲକ୍ଷ ଯାତ୍ରୀଙ୍କ ଉପରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ, ୨।୧୦: ଦେଶରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ହାଇୱେ ଓ ଏକ୍ସପ୍ରେସେୱରେ ଯାତ୍ରା କରୁଛନ୍ତି। ଏଥିପାଇଁ ସେମାନଙ୍କୁ ଟୋଲ ଦେବାକୁ ପଡ଼ିଥାଏ। ଟୋଲ ବ୍ୟବସ୍ଥାକୁ ନେଇ…

ଟାଟା ଗ୍ରୁପ୍‌ର ବଜାର ପୁଞ୍ଜିରେ ୧୦% ହ୍ରାସ, ନିବେଶକଙ୍କୁ ପ୍ରଭାବିତ କରିଛି ବିବାଦ

ମୁମ୍ବାଇ,୨।୧୦: ଟାଟା ଟ୍ରଷ୍ଟ ଏବଂ ଟାଟା ସନ୍ସ ମଧ୍ୟରେ ଚାଲିଥିବା ବିବାଦ ଏବେ ନିବେଶକମାନଙ୍କୁ ପ୍ରଭାବିତ କରିଛି । ଏହି କାରଣରୁ ଟାଟା ଗ୍ରୁପ ଅନ୍ତର୍ଭୁକ୍ତ ଅନେକ…

8th Pay Commission ପୂର୍ବରୁ ସରକାରଙ୍କ ବଡ଼ ଉପହାର! ୫% ବଢିଲା DA

ନୂଆଦିଲ୍‌ଲୀ,୨।୧୦: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ପେନସନଭୋଗୀ (Pensioner), ତେବେ ଆପଣଙ୍କ ପାଇଁ ଏକ ବହୁତ ଖୁସି ଖବର ରହିଛି। ଗୋଟିଏ ପଟେ ସାରା…

2 October No UPI Day: ଆଜି ଚାଲିବନି UPI ପେମେଣ୍ଟ, ପାଖରେ ରଖନ୍ତୁ କ୍ୟାଶ୍‌!

ନୂଆଦିଲ୍‌ଲୀ,୨।୧୦: ଯଦି ଆପଣ ଗାନ୍ଧୀ ଜୟନ୍ତୀ ଛୁଟିରେ ସପିଂ କରିବାକୁ କିମ୍ୱା ସାଙ୍ଗମାନଙ୍କ ସହ ବାହାରକୁ ବୁଲିବାକୁ ଯୋଜନା କରୁଛନ୍ତି, ତେବେ ଟିକେ ଅଟକି ଯାଆନ୍ତୁ। ଅନଲାଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?